ପୁତୁରାଙ୍କ ପରେ କାକା ଘରେ ପଶିଲା CBI: ରାଜନୈତିକ ଲିଙ୍କ ନେଇ ଚର୍ଚ୍ଚା

ବରଗଡ଼/ସରଣ୍ଡା, ୫।୩(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରାରେ ବୁଧବାର ସିବିଆଇ ଚଢାଉ ଚର୍ଚ୍ଚାର ବିଷୟ ହୋଇଛି। ସିବିଆଇର ୨ଟିମ୍ ପୂର୍ବାହ୍ନରେ ପରମାଣପୁର ଗ୍ରାମରେ ରହୁଥିବା ଜି. ସତ୍ୟନାରାୟଣଙ୍କ ଚଢାଉ କରିଥିଲେ। ଜି. ସତ୍ୟନାରାୟଣ ରାଜ୍ୟ ଖାଦ୍ୟ ଯୋଗାଣ ବିଭାଗର ଜଣେ ଲେବର ଠିକାଦାର ଅଟନ୍ତି । ସେ ଦୀର୍ଘ ଦିନ ହେଲା ରାଜ୍ୟ ର ବିଭିନ୍ନ ଅଞ୍ଚଳରେ ଗୋଦାମ ଗୃହ ଗୁଡ଼ିକୁ ଠିକା ନେଇ ଆସୁଛନ୍ତି ।

ତେବେ ତାଙ୍କର ବିଭିନ୍ନ ସରକାରୀ ଅଧିକାରୀଙ୍କ ସହ ବେଆଇନ କାରବାର ଉପରେ ସୂଚନା ପାଇ ବର୍ତ୍ତମାନ ସିବିଆଇ ତଦନ୍ତ କରୁଥିବା ଅନୁମାନ କରାଯାଉଛି। ଜି. ସତ୍ୟନାରାୟଣଙ୍କ ପୁଅ ଜି. ଉମା ମହେଶଙ୍କୁ ସିବିଆଇର ଏକ ଟିମ ଉଠାଇ ନେଇ ଅନ୍ୟତ୍ର ଜେରା କରିଥିଲେ। ଅନ୍ୟପକ୍ଷରେ ସିବିଆଇ ଟିମ୍ ଜି ସତ୍ୟନାରାୟଣଙ୍କ ଅତାବିରା ଶାନ୍ତିପଡାସ୍ଥିତ କାକା ଜି. ନରସିଂହ ମୂର୍ତ୍ତିଙ୍କ ଘରେ ଚଢାଉ କରିଥିଲେ। ତେବେ ଚଢାଉ ବେଳେ ସେ ଅନୁପସ୍ଥିତ ଥିବା ଜଣାପଡିଛି। ସିବିଆଇ ତାଙ୍କ ଏକ ଘରକୁ ସିଲ୍ କରିଥିବା ସୂଚନା ମିଳିଛି।

ଦିନକରେ କାକା-ପୁତୁରାଙ୍କ ଘରେ ସିବିଆଇ ତନାଘନାକୁ ନେଇ ଚର୍ଚ୍ଚା ଜୋର୍ ଧରିଛି। ଉଭୟେ ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେଉଥିବା ଯୋଗୁଁ ଏଥିରେ ରାଜନୈତିକ ଲିଙ୍କ୍ ମଧ୍ୟ ଥାଇପାରେ ବୋଲି ସାଧାରଣରେ ଆଲୋଚନା ଚାଲିଛି। ତେବେ ଚଢାଉ ସରିବା ପରେ ବାସ୍ତବତା ପଦାକୁ ଆସିବ। ଚଢାଉର କାରଣ ଅସ୍ପଷ୍ଟ ଥିବାବେଳେ ତାହା ଜାଣିବା ପାଇଁ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ଚାଲିଥିଲା ଜୁଆ ଖେଳ, ଅଚାନକ ଚଢାଉ କଲା ପୋଲିସ, ଆଉ ତା’ପରେ…

ଛତ୍ରପୁର, ୨୧।୧ ( ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ପୋଲିସ ପକ୍ଷରୁ ଚିକଲଖଣ୍ଡିଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରି ୮...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri