ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା: ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୬।୩(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡ଼ଗୋବିନ୍ଦପୁର ଗ୍ରାମର କିରଣ ଦାସ ନାମକ ଜଣେ ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ସମ୍ପୃକ୍ତ ସେହି ଗ୍ରାମର ଚନ୍ଦନ ରଣାଙ୍କୁ କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ.ଆଇ ଜଗବନ୍ଧୁ ବାର୍ଲା ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଅଭିଯୁକ୍ତଙ୍କ ନିକଟରୁ ହତ୍ୟା ଉଦ୍ୟମ ଘଟଣାରେ ବ୍ୟବହୃତ ମାରଣାସ୍ତ୍ର ଠେଙ୍ଗା, ଲୁହାଛଡ଼ ଜବତ କରାଯାଇଛି। ଥାନା ମାମଲା ନଂ.୭୭/୨୫ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।
ସୂଚନାଯୋଗ୍ୟ, ଗତ ୨୬ ତାରିଖ ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ କିରଣ ତାଙ୍କ ଗ୍ରାମର ବୁଢ଼ୀଘାଇ ବନ୍ଧ ନିକଟ ରେଷ୍ଟ ସେଡରେ ବସିଥିଲେ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ତାଙ୍କୁ ଏକ ନିକାଞ୍ଚନ ସ୍ଥାନକୁ ନେଇ ଠେଙ୍ଗା ଓ ଲୁହା ଛଡ଼ ରେ ନିସ୍ତୁକ ମାଡ଼ ମାରିଥିଲେ। ସେମାନଙ୍କ ମାଡ଼ରେ କିରଣଙ୍କ ମୁଣ୍ଡ ଫାଟିବା ସହ ୪ ଟି ଦାନ୍ତ ଭାଙ୍ଗି ଯାଇଥିଲା। ସେ ଘଟଣାସ୍ଥଳରେ ଚେତାଶୂନ୍ୟ ହୋଇ ପଡ଼ିଯିବାରୁ ଉଭୟେ ତାଙ୍କୁ ଟେକି ନେଇ ନିକଟସ୍ଥ ଏକ ଚାଷଜମିରେ ଫୋପାଡି ଚାଲି ଯାଇଥିଲେ। ରାତି ପ୍ରାୟ ସାଢ଼େ ୧୦ ଟାରେ କିରଣଙ୍କ ଚେତା ଫେରିବା ପରେ ସେ ତାଙ୍କ ମା’ଙ୍କୁ ଘଟଣା ଜଣାଇଥିଲେ।
ମା ଝୁମୁରି ଗାଁ ୟର କିଛି ଲୋକଙ୍କ ସହ ଘଟଣାସ୍ଥଳରେ ପହଞ୍ଚି କିରଣଙ୍କୁ ଉଦ୍ଧାର କରି ନୂଆପଡ଼ା ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।ପରେ ତାଙ୍କୁ ବମକେଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ଚିକିତ୍ସା କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଏନେଇ କିରଣଙ୍କ ମା’ ଝୁମୁରିି କେ.ନୂଆଗାଁ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି କିଶୋର କୁମାର ସାମଲ ମକଦ୍ଦମା ରୁଜୁ କରି ନୂଆପଡ଼ା ଫାଣ୍ଡି ଅଧିକାରୀ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri