ଚଳନ୍ତା ଟ୍ରେନରୁ ଖସିପଡ଼ିଲେ ଯବାନ, ଭୁବନେଶ୍ୱର ଏୟାରଲିଫ୍ଟ

ରାୟଗଡ଼ା/ମୁନିଗୁଡ଼ା,୬।୩(ଆଶିଷ ରଞ୍ଜନ ପଣ୍ଡା/ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡ଼ା ରେଳ ଷ୍ଟେଶନଠାରେ ଗୁରୁବାର ଚଳନ୍ତା ଟ୍ରେନ୍‌ରୁ ଖସି ପଡି ଜଣେ ବିଏସଏଫ୍‌ ଯବାନ ଗୁରୁତର ଆହତ ହୋଇଛନ୍ତି। ବିଏସ୍‌ଏଫ୍‌ ଷ୍ଟାଫ୍‌ଙ୍କ ସମେତ ସ୍ଥାନୀୟ ରେଲଓ୍ବେ ଆର୍‌ପିଏଫ୍‌ ଏବଂ ଜିଆର୍‌ପି ପୋଲିସଙ୍କ ସହାୟତାରେ ତାଙ୍କୁ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଜେକେପୁର ଅସ୍ଥାୟୀ ହେଲିପ୍ୟାଡ୍‌ରୁ ବିଏସ୍‌ଏଫ୍‌ ହେଲିକପ୍ଟର ଯୋଗେ ଭୁବନେଶ୍ୱରକୁ ଏୟାରଲିଫ୍ଟ କରାଯାଇଛି। ଆହତ ଯବାନ ଜଣକ ହେଲେ ଅଶୋକ କୁମାର ମୀନା ।

ସେ କନ୍ଧମାଳ ଜିଲା ବାଲିଗୁଡାସ୍ଥିତ ୧୩୬ ବାଟାଲିୟନ ବିଏସ୍‌ଏଫ୍‌ର କନଷ୍ଟେବଲ ବୋଲି ଜଣାପଡିଛି । ଅଶୋକ ଗୁରୁବାର ଜଗଦଲପୁର-ହାଓଡା ସମଲେଶ୍ୱରୀ ଏକ୍ସପ୍ରେସ୍‌ ଯୋଗେ ବାଟାଲିୟନର ଅନ୍ୟ ୬ଜଣଙ୍କ ସହ ମିଶି କୋରାପୁଟରରୁ ମୁନିଗୁଡାକୁ ଆସୁଥିଲେ। ଟ୍ରେନଟି ମୁନିଗୁଡା ରେଳ ଷ୍ଟେଶନରେ ପହଞ୍ଚି ଥିବା ବେଳେ କୌଣସି କାରଣବଶତଃ ଯବାନ ଅଶୋକ ଭାରସାମ୍ୟ ହରାଇ ଟ୍ରେନ ଚକା ତଳେ ଖସି ପଡିଥିଲେ । ଫଳରେ ତାଙ୍କ ବାମ ହାତ ସମ୍ପୂର୍ଣ୍ଣ ଭାବେ କଟିଯାଇଛି।

ଆର୍‌ପିଏଫ୍‌ ଏଏସ୍‌ଆଇ କେ.ସ୍ବୟଂମ ପ୍ରକାଶ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଯବାନଙ୍କୁ ଉଦ୍ଧାରକରି ଅନ୍ୟ ଆର୍‌ପିଏଫ୍‌ ଅଧିକାରୀ ଡି.କେ.ଗୁର୍ଜରଙ୍କ ସହାୟତାରେ ଆମ୍ବୁଲାନ୍ସ ଯୋଗେ ମୁନିଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ।

ସେଠାରେ ଡାକ୍ତର ପ୍ରାଥମିକ ଚିକିତ୍ସା କରିବା ପରେ ଅଧିକ ଚିକିତ୍ସା ନିମନ୍ତେ ରାୟଗଡା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ଏ ନେଇ ମୁନିଗୁଡା ଆର୍‌ପିଏଫ୍‌ ଥାନା କେସ୍‌ ନମ୍ବର ୪/୨୦୨୫ରେ ମାମଲା ରୁଜୁକରି ଅଧିକ ତଦନ୍ତ ଜାରି ରହିଛି ବୋଲି ତଦନ୍ତକାରୀ ଅଧିକାରୀ ଏଏସ୍‌ଆଇ କେ.ସ୍ବୟଂମ ପ୍ରକାଶ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri