ଅନ୍ତର୍ଜାତୀୟ ମହିଳା ଦିବସ: ଆମକୁ ମଦ ନୁହଁ, ପାଣି ଦରକାର କହି ଦାବି କଲେ ମହିଳା

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସାରିଙ୍ଗିଇର୍ପି ପଡ଼ିଆ ଠାରେ ଶନିବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ନାରୀ ମହାସଙ୍ଗର ସଭାନେତ୍ରୀ ଲୁସିମା ପ୍ରଧାନଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟଙ୍କ ସମେତ ଆଇନଜୀବୀ ବିଜୟ ପଟ୍ଟନାୟକ, ବରିଷ୍ଠ ନାରୀନେତ୍ରୀ ବିଶାଖା ଭଞ୍ଜ, ଆଇନାର ସମ୍ପାଦିକା ସ୍ନେହ ମିଶ୍ର ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଉପସ୍ଥିତ ମହିଳାଙ୍କୁ ମହିଳା ଦିବସର ଉଦ୍ଦେଶ୍ୟ, ଗୁରୁତ୍ୱ ସହ ମହିଳା ହିଂସା ରୋକିବା ଦିଗରେ ପଦକ୍ଷେପ ସହ ଅଞ୍ଚଳକୁ ନିଶାମୁକ୍ତ କରିବା ପାଇଁ ଆଲୋଚନା କରାଯାଇଥିଲା। ପ୍ରାରମ୍ଭରେ ଅଞ୍ଚଳର ହଜାର ସଂଖ୍ୟାରେ ମହିଳାମାନେ ପହଞ୍ଚି ନିଜ ନାମ ପଞ୍ଜୀକୃତ କରାଇଥିଲେ। ପରେ ସେମାନଙ୍କ ଦ୍ୱାରା ଏହି ଦିବସ ଧୂମଧାମ୍‌ରେ ପାଳନ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମରେ ପାରମ୍ପରିକ ନୃତ୍ୟ ସଙ୍ଗୀତ, ଏକକ ଅଭିନୟ ପ୍ରଦର୍ଶନ କରିଥିଲେ କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ଶ୍ରୀଅନ୍ନ ଯୋଜନାରେ କରାଯାଉଥିବା କ୍ଷୁଦ୍ରଦାନ ଶସ୍ୟରେ ପ୍ରସ୍ତୁତି ମାଣ୍ଡିଆ, ଜନ୍ନା, କୁଏରି, କାଙ୍ଗୁ ଆଦିରେ ପ୍ରସ୍ତୁତି ଖାଦ୍ୟ ପ୍ରଦର୍ଶନ କରାଯିବ ସହ ପନିପରିବା, ଜୈବିକ ପଦ୍ଧତିରେ ଅମଳ କରାଯାଇଥିବା ହଳଦୀ, ଷ୍ଟ୍ରବେରୀ ଆଦି ପ୍ରଦର୍ଶନ କରାଯାଇଥିଲା।

ଏହି ଅବସରରେ ସଭା ଓ ଶୋଭାଯାତ୍ରାର ଆୟୋଜନ କରାଯାଇ ମହିଳାମାନେ ତାଙ୍କୁ ମଦ ନାହିଁ ପାଣି ଦରକାର ବୋଲି ଦାବି କରିଥିଲେ। ସମସ୍ତେ ହାତରେ ପ୍ଲାକାର୍ଡ ଧରି ପ୍ରତିବାଦ କରିବା ସହ ବେଟି ବଞ୍ଚାଅ ବେଟି ପଢ଼ାଅ, ଶିକ୍ଷିତ ନାରୀ ଦେଶର ଶିରି ବୋଲି କହିବା ସହ ଏକାକୀ ନାରୀଙ୍କୁ ଘର ଯୋଗାଇଦେବା ଆଦି ଦାବି କରିଥିଲେ।
ସେହିପରି ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା ୧୩ ଜଣ ମହିଳା ତଥା ସଟାବୁଡ଼ି ପ୍ରଧାନ, ଗଡ଼ପାକାଲି ବିଦ୍ୟାଳୟର ଶିକ୍ଷୟିତ୍ରୀ ନୀତିମା ପ୍ରଧାନ, ଆଶା ଦିଦି ଅନୁପମା ପ୍ରଧାନ,ମହିଳା ସ୍ବାସ୍ଥ୍ୟ କର୍ମୀ, ଅଞ୍ଜନା ଦିଗାଲ, ଅଙ୍ଗନଓ୍ବାଡ଼ି କର୍ମୀ ଲକ୍ଷ୍ମୀ ବେହେରା, ଡାଇନା ବେହେରା ମାଝୀ, କ୍ଷୁଦ୍ରଦାନା ଚାଷୀ ନିବେଦିତା ଦିଗାଲ, ଜନିମା ପ୍ରଧାନ, ମହିଳା ଉଦ୍ୟୋଗୀ ପ୍ରେମନ୍ତି ପ୍ରଧାନ, ଜଙ୍ଗଲ ସୁରକ୍ଷା ଦିଗରେ ବାସନ୍ତି ପ୍ରଧାନ, ସମିତା ପ୍ରଧାନ, ଇନ୍ଦ୍ରଗଡ଼ ସ୍ବାସ୍ଥ୍ୟକର୍ମୀ ସାରଳା କହଁର ଏବଂ ଛେଳି ଚାଷୀ ରେବନ୍ତି ପ୍ରଧାନ ପ୍ରମୁଖଙ୍କୁ ଟ୍ରଫି ଦେଇ ସମ୍ବର୍ଦ୍ଧିତ କରାଯାଇଛି। ପୋଲିସ ସବ୍‌ଇନ୍ସପେକ୍ଟର ଲକ୍ଷ୍ମୀ ମାଝୀ ମଧ୍ୟ ଯୋଗଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri