Posted inଖେଳ

ଚାମ୍ପିୟନ୍ସ ଟ୍ରଫିର ଫାଇନାଲରେ ବଡ଼ ରେକର୍ଡ କରିବେ ରୋହିତ, ଏମିତି କରି…

ଦୁବାଇ, ୮।୩: ଚଳିତ ଆଇସିସି ଚାମ୍ପିୟନ୍ସ ଟ୍ରଫିର ଫାଇନାଲ ରବିବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ ହେବ। ଫଳରେ ଟିମ୍‌ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା ଏକ ବିରଳ ରେକର୍ଡର ଅଧିକାରୀ ହେବେ। ନ୍ୟୁଜିଲାଣ୍ଡ ଅଧିନାୟକ ମିଚେଲ ସାଣ୍ଟନରଙ୍କ ସହ ଟସ୍‌ ପକାଇବା ସହିତ ରୋହିତ ପ୍ରଥମ ଅଧିନାୟକଭାବେ ସମସ୍ତ ଆଇସିସି ଟୁର୍ନାମେଣ୍ଟର ଫାଇନାଲରେ ନିଜ ଦଳର ନେତୃତ୍ୱ ନେବାର ସୌଭାଗ୍ୟ ଅର୍ଜନ କରିବେ। ତାଙ୍କ ନେତୃତ୍ୱରେ ଭାରତ ୨୦୨୩ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଏବଂ ଦିନିକିଆ କ୍ରିକେଟ ବିଶ୍ୱକପର ଫାଇନାଲ ଖେଳିଥିଲା। ସେହିପରି ୨୦୨୪ ଟି୨୦ ବିଶ୍ୱକପ ଜିତିଥିବାବେଳେ ଏବେ ୨୦୨୫ ଚାମ୍ପିୟନ୍ସ ଟ୍ରଫିର ଫାଇନାଲ ଖେଳିବ। ଚାମ୍ପିୟନ୍ସ ଟ୍ରଫିରେ ଭାରତ-ନ୍ୟୁଜିଲାଣ୍ଡ ବିଜୟ/ପରାଜୟ ରେକର୍ଡ ୧-୧ ରହିଛି। ୨୦୦୦ ଫାଇନାଲରେ ଭାରତକୁ ନ୍ୟୁଜିଲାଣ୍ଡ ହରାଇଥିବା ବେଳେ ଚଳିତ ସଂସ୍କରଣର ଲିଗ୍‌ ପର୍ଯ୍ୟାୟରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି ଭାରତ। ତେଣୁ ଭାରତ ଫାଇନାଲରେ ମନସ୍ତାତ୍ତ୍ୱିକ ଫାଇଦାରେ ରହିବ ବୋଲି କ୍ରିକେଟ ବିଶେଷଜ୍ଞମାନେ ଅନୁଭବ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri