Posted inଖେଳ

India vs New Zealand, Final: ୨୫୧ ରନ୍‌ରେ ଅଟକିଲା ନ୍ୟୁଜିଲାଣ୍ଡ

ଦୁବାଇ,୯।୩: ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ରବିବାର ଚାଲିଛି ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଫାଇନାଲ ମୁକାବିଲା। ଫାଇନାଲ ମ୍ୟାଚରେ ନ୍ୟୁଜିଲାଣ୍ଡ ଅଧିନାୟକ ମିଚେଲ ସାଣ୍ଟନର ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ଭାରତ ବୋଲିଂ ଆରମ୍ଭ କରିଥିଲା। ଭାରତର ଦମ୍‌ଦାର ବୋଲିଂ ଆଗରେ ନ୍ୟୁଜିଲାଣ୍ଡ ନିର୍ଦ୍ଧାରିତ ୫୦ ଓଭରରେ ୭ ଉଇକେଟ ହରାଇ ୨୫୧ ରନ୍‌ରେ ଅଟକି ଯାଇଥିଲା। ଅନ୍ୟପକ୍ଷେ ଭାରତ ଆଗରେ ୨୫୨ ରନ୍‌ର ବିଜୟ ଟାର୍ଗେଟ ରଖିଛି ନ୍ୟୁଜିଲାଣ୍ଡ।

୨୦୧୩ ସଂସ୍କରଣରେ ଚାମ୍ପିୟନ ହୋଇଥିବା ଭାରତ ଏଥର ତୃତୀୟ ଥର ପାଇଁ ଟାଇଟଲ ହାସଲ କରିବାକୁ ଲକ୍ଷ୍ୟ ରଖିଛି। ଭାରତ ୨୦୦୨ ସଂସ୍କରଣରେ ଶ୍ରୀଲଙ୍କା ସହିତ ମିଳିତ ଚାମ୍ପିୟନ ହୋଇଥିଲା। ଅନ୍ୟପକ୍ଷରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଥର ପାଇଁ ଏହି ଆଇସିସି ଟୁର୍ନାମେଣ୍ଟ ଜିତିବାକୁ ଉଦ୍ୟମ ଜାରି ରଖିବ।

ଆମନ୍ତ୍ରଣ ପାଇ ଭାରତ ବୋଲିଂ ଆରମ୍ଭ କରିଥିଲା। ନ୍ୟୁଜିଲାଣ୍ଡର ଦୁଇ ଓପନର ୱିଲ ୟଙ୍ଗ ଏବଂ ରାଚିନ ରବୀନ୍ଦ୍ର ପଡିଆକୁ ଓହ୍ଲାଇ ଦଳ ପାଇଁ ପ୍ରାରମ୍ଭିକ ଭଲ ଷ୍ଟାର୍ଟ ଦେଇଥିଲେ। ହେଲେ ବରୁଣ ଚକ୍ରବର୍ତ୍ତୀ ଏବଂ କୁଲଦୀପ ଯାଦବଙ୍କ ସ୍ପିନ ଯାଦୁ ଯୋଗୁ ମାତ୍ର ୩ ଓଭର ମଧ୍ୟରେ ନ୍ୟୁଜିଲାଣ୍ଡର ୩ ପ୍ରମୁଖ ବ୍ୟାଟର ପାଭିଲିୟନ ଫେରିଥିଲେ। ବରୁଣ ୱିଲ ୟଙ୍ଗଙ୍କୁ ଆଉଟ୍‌ କରିଥିବା ବେଳେ କୁଲଦୀପ ଯାଦବ ରଚିନ ରବୀନ୍ଦ୍ରଙ୍କୁ ଆଉଟ କରିଥିଲେ।

ଏହାପରେ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ୱିଲ ୟଙ୍ଗ ୧୫ ରନ୍‌ କରିଥିବା ବେଳେ ରାଚିନ ରବୀନ୍ଦ୍ର ୪ ଚୌକା ଏବଂ ୧ ଛକା ସହାୟତାରେ ୩୭ ରନ୍‌ କରିଥିଲେ। ଏପରିକି କେନ୍‌ ୱିଲିୟମସନ ୧୧ ରନ୍‌ କରି ପାଭିଲିୟନ ଫେରିଥିଲେ। ହେଲେ ଡାରିଲ ମିଚେଲ ଧୈର୍ଯ୍ୟର ସହ ଖେଳି ୧୦୧ ବଲ୍‌ରେ ୬୩ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳି ଥିଲେ। ଉଇକେଟ କିପର ଟମ୍‌ ଲାଥାମ ୧୧ରନ୍‌ କରିଥିବା ବେଳେ ଶେଷ ବେଳେକୁ ମାଇକେଲ ବ୍ରେସୱେଲ ଦମ୍‌ଦାର ବ୍ୟାଟିଂ କରି ୫୩ ରନ୍‌ର ନଟ୍‌ ଆଉଟ୍‌ ଇନିଂସ ଖେଳି ଥିଲେ। ଅଧିନାୟକ ମିଚେଲ ସାଣ୍ଟନର ୩ରନ୍‌ କରି ରନ୍‌ ଆଉଟ ହୋଇଥିଲେ। ନାଥନ ସ୍ମିଥ ୮ରନ୍‌ କରିଥିଲେ ଫଳରେ ନ୍ୟୁଜିଲାଣ୍ଡ ୨୫୧ ରନ୍‌ କରିବାରେ ସକ୍ଷମ ହୋଇଥିଲ।

ଭାରତର ମହମ୍ମଦ ଶାମି ଗୋଟିଏ ଉଇକେଟ ନେଇଥିବା ବେଳେ ବରୁଣ ଚକ୍ରବର୍ତ୍ତୀ ୨ଟି କୁଲଦୀପ ଯାଦବ ୨ଟି ଉଇକେଟ ନେଇଥିଲେ। ସେହିପରି ରବୀନ୍ଦ୍ର ଜାଡେଜା ଗୋଟିଏ ଉଇକେଟ ନେବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri