Posted inଖେଳ

ରୋହିତଙ୍କ ଆଉଟ୍‌ ପରେ ନିରାଶ ହେଲେ ରିତିକା

ଦୁବାଇ,୯।୩: ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ରବିବାର ଚାଲିଛି ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଫାଇନାଲ ମୁକାବିଲା। ଫାଇନାଲ ମ୍ୟାଚରେ ନ୍ୟୁଜିଲାଣ୍ଡ ଅଧିନାୟକ ମିଚେଲ ସାଣ୍ଟନର ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ଭାରତ ବୋଲିଂ ଆରମ୍ଭ କରିଥିଲା। ଭାରତର ଦମ୍‌ଦାର ବୋଲିଂ ଆଗରେ ନ୍ୟୁଜିଲାଣ୍ଡ ନିର୍ଦ୍ଧାରିତ ୫୦ ଓଭରରେ ୭ ଉଇକେଟ ହରାଇ ୨୫୧ ରନ୍‌ କରିଥିଲା।

ଜବାବରେ ଭାରତ ୩୮ ଓଭର ଖେଳ ସୁଦ୍ଧା ୩ ଉଇକେଟ ହରାଇ ୧୮୩ ରନ୍‌ କରିଛି। ଅନ୍ୟପକ୍ଷେ ଭାରତର ଅଧିନାୟକ ରୋହିତ ଶର୍ମା ଫାଇନାଲ ମ୍ୟାଚ୍‌ରେ ୭୬ ରନ୍‌ର ଏକ ଚମତ୍କାର ଇନିଂସ ଖେଳିଥିଲେ। ଏହା କୌଣସି ICC ଟୁର୍ଣ୍ଣାମେଣ୍ଟର ଫାଇନାଲରେ ରୋହିତଙ୍କ ସବୁଠାରୁ ବଡ଼ ଇନିଂସ। ରୋହିତ ଭଲ ଲୟରେ ଦେଖାଯାଉଥିଲେ କିନ୍ତୁ ୨୭ତମ ଓଭରରେ ଏକ ଅନାବଶ୍ୟକ ସଟ ଖେଳି ସେ ତାଙ୍କ ଉଇକେଟ ହରାଇ ଥିଲେ। ରୋହିତଙ୍କ ଆଉଟ ପରେ ଷ୍ଟାଣ୍ଡରେ ବସିଥିବା ତାଙ୍କ ସ୍ତ୍ରୀ ରିତିକା ନିରାଶ ହୋଇପଡିଥିଲେ। ଏହି ପ୍ରତିକ୍ରିୟା ଏବେ ଭାଇରାଲ ହୋଇଛି।

ଅନ୍ୟପକ୍ଷେ ରୋହିତଙ୍କ ବ୍ୟାଟିଂ ସମୟରେ ଏକ ଭୟଙ୍କର ଘଟଣା ମଧ୍ୟ ସାମ୍ନାକୁ ଆସିଛି। ରୋହିତ ବ୍ୟାଟିଂ କରିବା ସମୟରେ ଏକ ପୋକ ଗିଳି ଦେଇଥିବା ପରି ମନେ ହେଉଥିଲା। ଏନେଇ ସେ କିଛି ସମୟ କଷ୍ଟ ଅନୁଭବ କରିବା ସହ ଲଗାତାର କାଶୁଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri