Posted inଜାତୀୟ

ଆଜିଠୁ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ: ଏହିସବୁ ପ୍ରସଙ୍ଗରେ ସରକାରଙ୍କୁ ଘେରିବେ ବିରୋଧୀ

ନୂଆଦିଲ୍ଲୀ ,୧୦।୩:ପାର୍ଲାମେଣ୍ଟର ବଜେଟ ଅଧିବେଶନ ଦ୍ୱିତୀୟ ପର୍ଯ୍ୟାୟ ସୋମବାରଠାରୁ ଆରମ୍ଭ ହେଉଛି। ବିରୋଧୀ ଦଳ ଭୋଟର ତାଲିକାରେ ଜାଲିଆତି, ଡୁପ୍ଲିକେଟ୍‌ ଭୋଟର ଫଟୋ ପରିଚୟ ପତ୍ର (ଇପିଆଇସି) ନମ୍ବର, ମଣିପୁରରେ ସାନି ହିଂସା ଏବଂ ଟ୍ରମ୍ପ୍‌ ପ୍ରଶାସନର ପାରସ୍ପରିକ ଟିକସର ମୁକାବିଲା ଦିଗରେ ଭାରତର ବିଫଳତା ଆଦି ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିବା ଯୋଜନା ରଖିଛି। ତେଣୁ ଆରମ୍ଭ ଦିନରୁ ସଂସଦର ଉଭୟ ଗୃହରେ ପ୍ରବଳ ହଟ୍ଟଗୋଳ ହୋଇପାରେ ବୋଲି କୁହାଯାଉଛି। ଅନ୍ୟପକ୍ଷରେ ଅନୁଦାନ ଦାବିକୁ ମଞ୍ଜୁର କରାଇବା, ବଜେଟ ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ କରାଇବା, ମଣିପୁର ବଜେଟ ପାଇଁ ଅନୁମୋଦନ ଏବଂ ଓ୍ବକ୍‌ଫ ସଂଶୋଧନ ବିଲ୍‌ ଗୃହୀତ କରାଇବା ଉପରେ ସରକାର ଗୁରୁତ୍ୱ ଦେବେ। ମଣିପୁରରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଥିବାବେଳେ ଏହାକୁ ସଂସଦର ଅନୁମୋଦନ ପାଇଁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଏକ ବୈଧାନିକ ପ୍ରସ୍ତାବ ଆଣିବା ଆଶା କରାଯାଉଛି। ସୋମବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ମଣିପୁର ପାଇଁ ବଜେଟ ଉପସ୍ଥାପନ କରିବେ। ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌. ବୀରେନ୍‌ ସିଂଙ୍କ ଇସ୍ତଫା ପରେ ଫେବୃଆରୀ ୧୩ରୁ ସେଠାରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଛି। ପଶ୍ଚିମବଙ୍ଗରେ ଅନ୍ୟ ରାଜ୍ୟର ଭୋଟରମାନଙ୍କୁ ମତଦାନ ଅନୁମତିି ଦେବା ଲାଗି ସମାନ ନମ୍ବରରେ ଭୋଟ ପରିଚୟପତ୍ର ଜାରି କରାଯାଇଥିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଭିଯୋଗ ଆଣିଥିବାବେଳେ ନିର୍ବାଚନ କମିଶନ ଏହାକୁ ଖଣ୍ଡନ କରିଥିଲେ। ଭୋଟର ପରିଚୟ ପତ୍ରରେ ସମାନ ନମ୍ବର ଥିଲେ ମଧ୍ୟ ନିର୍ବାଚନ ମଣ୍ଡଳୀ ଏବଂ ବୁଥ୍‌ ଠିକଣା ଅଲଗା ଥିବାରୁ ଜଣେ ବ୍ୟକ୍ତି ଏକାଧିକ ସ୍ଥାନରେ ଭୋଟ ଦେବା ସମ୍ଭବ ନୁହେଁ ବୋଲି କମିଶନ କହିଥିଲେ। ତୃଣମୂଳ କଂଗ୍ରେସ ସହ କଂଗ୍ରେସ, ଡିଏମ୍‌କେ, ଶିବସେନା-ୟୁବିଟି ଏହି ପ୍ରସଙ୍ଗ ପାର୍ଲାମେଣ୍ଟର ଉଭୟ ସଦନରେ ଉଠାଇବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ଦେଶ ଭାବେ ସୋସିଆଲ ମିଡିଆ ବ୍ୟାନ କଲା ଅଷ୍ଟ୍ରେଲିଆ, ଏତିକି ବର୍ଷରୁ କମ୍ ପିଲା…

ନୂଆଦିଲ୍ଲୀ,୯।୧୨: ପିଲାମାନଙ୍କୁ ସୋସିଆଲ ମିଡିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ଅଷ୍ଟ୍ରେଲିଆ ଏକ ଐତିହାସିକ ପଦକ୍ଷେପ ନେଇଛି। ବୁଧବାର ମଧ୍ୟରାତ୍ରିରୁ ଅଷ୍ଟ୍ରେଲିଆ ୧୬ ବର୍ଷରୁ କମ୍...

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri