ରାଜ୍ୟପାଳଙ୍କ ଉଦ୍ଧେଶ୍ୟରେ ଦାବିପତ୍ର: ଗଞ୍ଜାମ ଜିଲା କଂଗ୍ରେସ କମିଟି ପକ୍ଷରୁ ଆନ୍ଦୋଳନ

ଭଞ୍ଜନଗର,୧୦।୩(ବାବୁଲା ପ୍ରଧାନ): ରାଜ୍ୟରେ ବଢୁଛି ନାରୀ ନିର୍ଯାତନା। ସ୍କୁଲ ଛାତ୍ରୀ ମାନକ ମଧ୍ୟରେ ମଧ୍ୟ ନିର୍ଯାତନା ବଢୁଛି। ରାଜ୍ୟର ଭାଜପା ସରକାର ଦୋଷୀ ମାନକ ବିରୁଦ୍ଧରେ କଡ଼ା କାର୍ଯ୍ୟନୁଷ୍ଠାନ ନେବାରେ ବିଫଳ ହୋଇଛି। ଏହାର ପ୍ରତିବାଦରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଦାସଙ୍କ ଆହ୍ଵାନକ୍ରମେ ସୋମବାର ଗଞ୍ଜାମ ଜିଲା କଂଗ୍ରେସ କମିଟି( ପଶ୍ଚିମ) ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଧେଶ୍ୟରେ ଭଞ୍ଜନଗର ଉପଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି ।

ଗଞ୍ଜାମ ଜିଲା କଂଗ୍ରେସ କମିଟି(ପଶ୍ଚିମ) ସଭାପତି ରବିନ୍ଦ୍ର ନାଥ ଶର୍ମାଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ ହୋଇଥିଲା। ଏହି ସମୟରେ ଗଞ୍ଜାମ ଜିଲା କଂଗ୍ରେସ କମିଟି( ପଶ୍ଚିମ)ର ବିଭିନ୍ନ ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରାର୍ଥୀ ଏବଂ ଶତାଧିକ କର୍ମୀ ଉପସ୍ଥିତ ଥିଲେ। ଭଞ୍ଜନଗର କଂଗ୍ରେସ ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ବିଷୋୟୀ, ଆସିକା ଲୋକସଭା ପ୍ରାର୍ଥୀ ଦେବକାନ୍ତ ଶର୍ମା, ଆସିକା ବିଧାୟକ ପ୍ରାର୍ଥୀନୀ ସୁରଭି ବିଷୋୟୀ, କବିସୂର୍ଯ୍ୟନଗର ବିଧାୟକ ପ୍ରାର୍ଥୀ ସଞ୍ଜୟ ମଣ୍ଡଳ, ପୋଲସରା ବିଧାୟକ ପ୍ରାର୍ଥୀ ଅଗସ୍ତି ବରାଡ, ଖଲ୍ଲିକୋଟ ବିଧାୟକ ପ୍ରାର୍ଥୀ ଚିତ୍ରସେନ୍ ବେହେରା, ସୋରଡା ବିଧାୟକ ପ୍ରାର୍ଥୀ ହରେ କୃଷ୍ଠ ରଥ, ହିଞ୍ଜିଳିକାଟୁ ବିଧାୟକ ପ୍ରାର୍ଥୀ ରଜନୀ କାନ୍ତ ପାଢ଼ୀ , ପ୍ରଦେଶ କଂଗ୍ରେସ କମିଟି ମହିଳା ଶାଖାର ପୂର୍ବତନ ସମ୍ପାଦିକା ସୁଦିପ୍ତା ଦାସ , ସନ୍ତୋଷ ଦିଗାଲ ପ୍ରମୁଖ ଉପସ୍ଥିତ ଥିଲେ। ପର୍ଯ୍ୟବେକ୍ଷକ ଭାବେ ବରିଷ୍ଠ କଂଗ୍ରେସ ନେତା ବିଜୟ ପ୍ରଧାନ ଥିଲେ।

ଦାବୀପତ୍ର ପ୍ରଦାନ ପୂର୍ବରୁ କଂଗ୍ରେସ ନେତା ଓ କର୍ମୀ ମାନେ ସ୍ଥାନୀୟ ଭେଜିପୁଟ ଶିବ ମନ୍ଦିରରୁ ଏକ ଶୋଭାଯାତ୍ରାରେ ବାହାରି ଭଞ୍ଜନଗର ସହର ପରିକ୍ରମା କରିଥିଲେ। ଏହାପରେ ଉପ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ସଭା କରିଥିଲେ। ଏହାପରେ ରାଜ୍ୟପାଳଙ୍କ ଉଦ୍ଧେଶ୍ୟରେ ଦାବୀପତ୍ର ପ୍ରଦାନ କରାଯାଇଥିଲା । ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ଆଶଙ୍କାରେ ଭଞ୍ଜନଗର ଏସଡିପିଓ ସୁଜିତ୍ କୁମାର ନାୟକ, ଥାନା ଅଧିକାରୀ ଜିବନାନନ୍ଦ ଜେନା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍‌: ପୁରୁଷୋତ୍ତମପୁର ଏସ୍‌ଡିପିଓ, ଗଞ୍ଜାମ ଥାନା ପ୍ରଥମ

ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍‌ ନେଟ୍‌ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍‌ଏସ୍‌) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍‌...

ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …

ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...

ଗଞ୍ଜାମ ଜିଲା ଭାଜପା  ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍‌ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri