ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

କୋକସରା,୧୦ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ୍‌ କାର୍ଯ୍ୟାଳୟଠାରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। କୋକସରା ବିଡିଓ ଡ. ହିମାଞ୍ଚଳ ମାଝୀଙ୍କ ଅଧ୍ୟକ୍ଷତାରେ କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶ, ଜିଲା ଆରକ୍ଷୀ ଅଧୀକ୍ଷକ ନାଗରାଜ ଦେବରକୋଣ୍ଡା, ଧର୍ମଗଡ଼ ଉପଜିଲାପାଳ ଧୀମାନ ଚକମା, ଜିଲା ପରିଷଦ କାର୍ଯ୍ୟାଳୟ ଅଧିକାରୀ ସିଡିଓ ଦୟାମୟ ପାଢ଼ୀ, କୋକସରା ତହସିଲଦାର କ୍ଷୀରୋଧ ନାଗ, ବ୍ଲକ୍‌ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ଶିବିରରେ ବ୍ଲକ୍‌ର ୨୨ ପଞ୍ଚାୟତରୁ ୫୪ ଜଣ ହିତାଧିକାରୀ ଜିଲାପାଳଙ୍କୁ ଅଭିଯୋଗ ପତ୍ର ଦାଖଲ କରିଥିଲେ। ଜିଲାପାଳ ଓ ଅନ୍ୟ ଅଧିକାରୀ ଅଭିଯୋଗ ଶୁଣିବା ସହ ଉପସ୍ଥିତ ବିଭାଗୀୟ ଅଧିକାରୀଙ୍କୁ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସଚେତନ ନାଗରିକ ମଞ୍ଚ ପକ୍ଷରୁ କୋକସରାଠାରେ ପ୍ରସ୍ତାବିତ ନୂତନ ବସ୍‌ଷ୍ଟାଣ୍ଡ ନିର୍ମାଣ କରିବା, କୋକସରା ମିନି ଷ୍ଟାଡିୟମ ପାଇଁ ଜମି ଆବଣ୍ଟନ, ପ୍ରସ୍ତାବିତ ଆଦର୍ଶ ଶ୍ମଶାନ ନିର୍ମାଣରେ ଜମି ଆବଣ୍ଟନ ତୁରନ୍ତ ଫଇସଲା ପାଇଁ ଦାବି କରାଯାଇଥିଲା। ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟରେ ଠିକାସଂସ୍ଥା ରାସ୍ତାକଡ଼ରେ କାର୍ଯ୍ୟ ପରେ ମରାମତି ନ କରିବା ଯୋଗୁ ରାସ୍ତା ଅବସ୍ଥା ଶୋଚନୀୟ ହେଉଥିବା ଭଳି ଅଭିଯୋଗ ଆସିଥିଲା। କାର୍ଯ୍ୟକ୍ରମ ପରଚାଳନାରେ ସାମାଜିକ ସୁରକ୍ଷା ଅଧିକାରୀ ଦୀପକ କୁମାର ବେହେରା, ଯୋଗାଣ ଅଧିକାରୀ ଜଗାରାମ ମୁର୍ମୁ, କନିଷ୍ଠ ଯନ୍ତ୍ରୀ କୀର୍ତ୍ତି ବେହେରା, ଅଜୟ ସେନାପତିଙ୍କ ସମେତ ବ୍ଲକ୍‌ କର୍ମଚାରୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri