Posted inRasifala

ରାଶିଫଳ: ବୁଧବାର, ଅଗଷ୍ଟ ୨୮ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ କୌଶଳ ପ୍ରୟୋଗ କରି କାମ ହାସଲ କରିବେ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଗୃହସୀମା, ନିର୍ମାଣ, ଘରଭଡ଼ା କିମ୍ବା ଗୁରୁତ୍ୱପୂର୍ଣ୍ଣ ଆଲୋଚନାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ। ଅନ୍ୟମାନଙ୍କ କଥାରେ ପ୍ରଭାବିତ ନ ହୋଇ ପରିବାରର ଅବସ୍ଥା ଦେଖି ବ୍ୟବସ୍ଥା କରନ୍ତୁ।
ବୃଷ
ବୃଷ
ଦୀର୍ଘଦିନରୁ ଅଟକି ରହିଥିବା ପ୍ରାପ୍ୟଧନରେ କୌଣସି ବିଜାତୀୟ ବ୍ୟକ୍ତି ବାଧା ସୃଷ୍ଟି କରିପାରନ୍ତି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ନିଜ ପରିସରରେ ବନ୍ଧୁଙ୍କ କୁଟିଳ ଚିନ୍ତାଧାରା ଅତିଷ୍ଠ କରିପାରେ। ପ୍ରତିବନ୍ଧକ ହେତୁ ବ୍ୟବସାୟକୁ ସଙ୍କୁଚିତ କରିନେବାର ଯୋଜନା କରିବେ। ଅର୍ଥନୈତିକ, ସାହିତ୍ୟ,କ୍ରୀଡ଼ା ଓ ଆଇନ ଅଦାଲତ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ମିଥୁନ
ମିଥୁନ
ଆନୁଷ୍ଠାନିକ କାମକୁ ନିମନ୍ତ୍ରିତ ହୋଇ ଅର୍ଥ, ଉପଢୌକନ ଓ ସମ୍ମାନ ପାଇ ଖୁସି ରହିବେ। ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବାର ମଉକା ଜୁଟିପାରେ। ପୂର୍ବରୁ ସାହାଯ୍ୟ କରିବାକୁ ପ୍ରତିଶ୍ରୁତି ଦେଇଥିବା ବନ୍ଧୁଟି ସାଧାରଣ କଥାରେ ମୁହଁ ଫେରାଇ ନେଇପାରନ୍ତି। ଯାତ୍ରା କାଳରେ ଅସାବଧାନତାରୁ ଦ୍ରବ୍ୟ ହରଣ ହୋଇପାରେ।
କର୍କଟ
କର୍କଟ
ବିଗତ ଦିନର ସମସ୍ୟାର ସରଳ ସମାଧାନ ହେତୁ ମାନସିକ ସ୍ଥିରତା ଅବଶ୍ୟ ଆସିବ। ପଛକଥା ନ ଭାବି ବର୍ତ୍ତମାନର ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କଲେ ଅବଶ୍ୟ ଉପକୃତ ହେବେ। ପ୍ରକାଶନ, ସଭାସମିତି, ପ୍ରଶାସନ ଓ ପରିବହନରେ ସମସ୍ୟା ଦୂର ହେବ। ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା ହେତୁ ସାମୟିକ ଆଶ୍ୱସ୍ତି ଅନୁଭବ କରିପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଆଲୋଚନା ଅବସରରେ ବନ୍ଧୁଙ୍କୁ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। କେତେକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିବାକୁ ବାଧ୍ୟ ହୋଇପାରନ୍ତି। ଅଫିସ୍‌ରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି।
କନ୍ୟା
ବନ୍ଧୁଙ୍କ ସାହାଯ୍ୟପ୍ରାପ୍ତ ହୋଇ ଅଭାବ ଅନଟନ କ୍ରମଶଃ ଦୂରେଇଯିବ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିବା କାରଣରୁ ସହକର୍ମୀଙ୍କ ଉପରେ ସନ୍ଦେହ ପ୍ରକଟ କରିପାରନ୍ତି। ସଭାସମିତିରେ, ବିବାଦୀୟ ଘଟଣାରେ ବନ୍ଧୁମାନଙ୍କ ବିଚାର ଆପଣଙ୍କ ସପକ୍ଷରେ ଯାଇପାରେ। ବ୍ୟବସାୟରେ କ୍ଷତିର ଭରଣା କରିବା ସକାଶେ ନୂତନ ଯୋଜନା କରିପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ନିକଟରୁ ନିର୍ଭର ପ୍ରତିଶ୍ରୁତି ଲାଭ ଯୋଗୁ ଦୁଶ୍ଚିନ୍ତାର ମାତ୍ରା କମିଯିବ। ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବେ। ମତାନ୍ତର ଜନିତ ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ବିବାଦ ଓ ଶତ୍ରୁମାନଙ୍କଠାରୁ ଦୂରେଇ ରହିବା ଭଲ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଲାଭବାନ ହେବେ।
ବିଛା
ବିଛା
ଆନୁଷ୍ଠାନିକ କ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତତା ଅନୁଭବ କରିପାରନ୍ତି। ସାମାନ୍ୟ କଥାରେ ଅତ୍ୟଧିକ ଉତ୍ତେଜିତ ହୋଇ ପାରିବାରିକ ଅଶାନ୍ତିକୁ ଆମନ୍ତ୍ରଣ କରିବେ। ପରିବହନ, ବ୍ୟବସାୟ, ହୋଟେଲ, ଷ୍ଟେସନାରୀ ଓ ବିଦ୍ୟୁତ୍‌ ବ୍ୟବସାୟରେ ସମସ୍ୟା ସମାଧାନ ହୋଇଯିବ। କୋର୍ଟକଚେରି ମାମଲାର ଆଶୁ ଶୁଣାଣି ହେବାର ଆଶା ରଖିପାରନ୍ତି।
ଧନୁ
ଧନୁ
ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ ଓ ଆଶାନୁଯାୟୀ ଫଳ ପାଇବେ। ଆକସ୍ମିକ ଭାବରେ କର୍ମକ୍ଷେତ୍ରରେ ଦାୟିତ୍ୱବୋଧ ବୃଦ୍ଧି ପାଇବା ସାଙ୍ଗକୁ ସ୍ଥାନ ପରିବର୍ତ୍ତନର ଯୋଗ ମଧ୍ୟ ରହିଛି। ପରିବାରରେ ଅବହେଳିତ କାମ ସକାଶେ ଅନୁତାପ କରିବାକୁ ପଡ଼ିପାରେ। ପରୋକ୍ଷ ଶତ୍ରୁତା ଯୋଗୁ ବିଚଳିତବୋଧ କରିପାରନ୍ତି।
ମକର
ମକର
କର୍ମକ୍ଷେତ୍ରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଯଥା ଅଶାନ୍ତ ବାତାବରଣ ସୃଷ୍ଟି ହୋଇପାରେ। ବାରମ୍ବାର ବିଫଳତା କାରଣରୁ ଅନ୍ୟମାନଙ୍କ ପ୍ରତି ଭଲ ଧାରଣା କ୍ରମଶଃ ହ୍ରାସ ପାଇବ। ଆର୍ଥିକ ଦୁରବସ୍ଥା, ପାରିବାରିକ ମତଭେଦ, କର୍ମକ୍ଷେତ୍ରରେ ଦ୍ୱନ୍ଦ୍ୱ ଜନିତ ଶ୍ରବଣା ନକ୍ଷତ୍ର ମାନସିକ ଭାରସାମ୍ୟ ହରାଇପାରନ୍ତି।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ସମସ୍ୟା କ୍ରମଶଃ କମି କମି ଆସିବା ହେତୁ ମନୋବଳ ବୃଦ୍ଧି ପାଇବ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଆବଶ୍ୟକ ସମୟରେ ନ ପାଇ ମନସ୍ତାପ କରିପାରନ୍ତି। ବିବାଦୀୟ ଘଟଣାର ପୃଷ୍ଠଭୂମି ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ। ଈର୍ଷାପରାୟଣ ବନ୍ଧୁମାନେ ଅସହଯୋଗ ମନୋବୃତ୍ତି ପୋଷଣ କରିପାରନ୍ତି।
ମୀନମୀନ
ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରିବା ଭଲ ହେବ । ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ୍‌ ରୋଗରୁ ଯନ୍ତ୍ରଣା ଅନୁଭବ କରିପାରନ୍ତି। ସ୍ବାର୍ଥର ବଶବର୍ତ୍ତୀ ହୋଇ ମିତ୍ର ବନ୍ଧୁମାନେ ଅସହଯୋଗ କରିପାରନ୍ତି। ନୂତନ ବନ୍ଧୁସମ୍ପର୍କ ସୃଷ୍ଟି କରିବାରେ ପାଖପଡ଼ୋଶୀମାନେ ଆବଶ୍ୟକ ସାହାଯ୍ୟ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର , ଏପ୍ରିଲ ୩୦ ତାରିଖ – Daily Horoscope

ମେଷ ଆପଣ ସାଧାରଣ ସ୍ଥିତିରୁ ଅସାଧାରଣ ସ୍ଥିତିରେ ଉପନୀତ ହେବାର ସୁଯୋଗ ପ୍ରାପ୍ତ କରିବେ। ଏପରିକି ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ...

ରାଶିଫଳ: ସୋମବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ ଆଜି ନବମସ୍ଥ ଚନ୍ଦ୍ର ହେତୁ ପଡ଼ୋଶୀ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହ ଆମତ୍ୀୟତା ବେଶ୍‌ ଜମିବ। ବନ୍ଧୁଙ୍କ ସହ ଧାରକରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ...

ରାଶିଫଳ: ରବିବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ ଆଜି ନିଜ ରାଶି ଓ ଦ୍ୱାଦଶ ସ୍ଥାନରେ ଏକାଧିକ ଗ୍ରହ ଅବସ୍ଥାନ କରୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ରହିବ। ଅଫିସ୍‌ କାମରୁ ଜମା ଫୁରୁସତ୍‌...

ରାଶିଫଳ: ଶନିବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମଟି ସମ୍ପନ୍ନ ହୋଇଯିବାର ବହୁତ ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ଅନ୍ୟକୁ ନିର୍ଦ୍ଦେଶ ଦେବେ କିନ୍ତୁ ନିଜକୁ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri