ଲଖନା ପଞ୍ଚାୟତ: ଅନାସ୍ଥା ଭୋଟ ଶେଷ, ଫଳାଫଳ ସ୍ଥଗିତ

ନୂଆପଡ଼ା,୧୨ା୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଲଖନା ପଞ୍ଚାୟତ କାର୍ଯ୍ୟାଳୟରେ ମଙ୍ଗଳବାର ଅନାସ୍ଥା ଭୋଟ ହୋଇଥିଲେ ମଧ୍ୟ ସରପଞ୍ଚ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବାରୁ ଫଳାଫଳ ଘୋଷଣା କରା ନ ଯାଇ ସ୍ଥଗିତ ରଖାଯାଇଛି। ସରପଞ୍ଚ ଉନ୍ନୟନ କାର୍ଯ୍ୟ ଟଙ୍କା ଆମତ୍ସାତ୍‌ ସହ ସେମାନଙ୍କୁ ଅଣଦେଖା କରୁଥିବା ନେଇ ୱାର୍ଡ ସଭ୍ୟାସଭ୍ୟ ଅଭିଯୋଗ କରି ତାଙ୍କ ବିରୋଧରେ ଅନାସ୍ଥା ଭୋଟ ପାଇଁ ନୂଆପଡ଼ା ଉପ ଜିଲାପାଳ ଯୋଗେନ୍ଦ୍ର ମାଝିଙ୍କୁ ଲିଖିତ ଭାବେ ଜଣାଇଥିଲେ। ଉପଜିଲାପାଳ ଏହାର ତଦନ୍ତ କରି ମାର୍ଚ୍ଚ ୧୧ରେ ଅନାସ୍ଥା ଭୋଟ ହେବ ବୋଲି ବିଜ୍ଞପ୍ତି ପ୍ରକାଶ କରିଥିଲେ। ତଦନୁଯାୟୀ କୋମନା ତହସିଲଦାର ପ୍ରୟାଶୀ ପ୍ରଧାନଙ୍କ ପରିଚାଳନାରେ ଅନାସ୍ଥା ଭୋଟ ଅନୁଷ୍ଠିତ ହୋଇଥିଲା। ଫଳାଫଳ ଘୋଷଣା ହୋଇ ନ ଥିଲେ ମଧ୍ୟ ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନାଏବ ସରପଞ୍ଚ ପଦ୍ମିନୀ ସୁନାନୀଙ୍କ ସପକ୍ଷରେ ୧୧ ଭୋଟ ପଡିଥିବା ବେଳେ ସରପଞ୍ଚ ଜିତେନ୍ଦ୍ର ଠାକୁରଙ୍କ ସପକ୍ଷରେ ମାତ୍ର ଗୋଟିଏ ଭୋଟ ପଡିଥିଲା। ଏହାକୁ ନେଇ ସରପଞ୍ଚ ଠାକୁର ଉଚ୍ଚ ନ୍ୟାୟାଳୟଙ୍କ ଆଶ୍ରୟ ନେଇଛନ୍ତି। ହାଇକୋର୍ଟରେ ତାଙ୍କ ଦ୍ୱାରା ଦାଖଲ ଏକ ରିଟ ପିଟିଶନ ବିଚାର ହୋଇ ପ୍ରଦତ୍ତ ଅନ୍ତରୀଣ ଆଦେଶର ନକଲ ଜିଲାପାଳଙ୍କ ନିକଟରେ ବିଚାର ପାଇଁ ଦାଖଲ କରିଥିବା ଜଣାପଡିଛି। ଏ ସଂକ୍ରାନ୍ତରେ ଉପଜିଲାପାଳ, ଜିଲା ପଞ୍ଚାୟତ ଅଧିକାରୀ ଓ ତହସିଲଦାରଙ୍କୁ ଯୋଗାଯୋଗ ହୋଇ ପାରି ନ ଥିବାରୁ ପ୍ରଶାସନର ପରବର୍ତ୍ତୀ ପଦକ୍ଷେପ ସମ୍ପର୍କରେ ସୂଚନା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri