ମନ୍ଦିରରୁ ଫେରିବା ବେଳେ ଧକ୍କା ଦେଇ ଚାଲିଗଲା ଅଜଣା ଗାଡ଼ି, ଯୁବକ ମୃତ

ଦିଗପହଣ୍ଡି,୧୨।୩(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ବ୍ଲକ କଇଠଡା ପଞ୍ଚାୟତ ଗୁଣ୍ଠପଡା ଗ୍ରାମ ନିକଟସ୍ଥ ରାସ୍ତାରେ ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଯୁବକ ଗୁରୁତର ହୋଇଛନ୍ତି। ସମସ୍ତଙ୍କ ଘର ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ବୋଲି ଜଣାପଡ଼ିଛି। ଦୁର୍ଘଟଣାରେ ଭୀଷ୍ମଗିରି ଗ୍ରାମ ପ୍ରେମ ନଗର ସାହିର ଭଗବାନ ବିଷୋୟୀଙ୍କ ପୁଅ ଅଜିତ ବିଷୋୟୀ (୨୨)ଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ସାଙ୍ଗ ଏନ୍‌. ପୂର୍ଣ୍ଣ ପାତ୍ର ଏବଂ ବି . ଶଙ୍କର ପାତ୍ର ନାମକ ୨ ଯୁବକ ଗୁରୁତର ହୋଇଛନ୍ତି ।

ସୂଚନାନୁଯାୟୀ, ବୁଧବାର ୩ ସାଙ୍ଗ ଏକ ବାଇକରେ ବି. ତୁରୁବୁଡ଼ିି ଗ୍ରାମ ନିକଟ କେରାଣ୍ଡିମାଳ ପାହାଡ଼ ଉପରେ ଥିବା ମାଁ ବାଙ୍କେଶରୀ ମନ୍ଦିରକୁ ଯାଇଥିଲେ । ଅପରାହ୍ନରେ ମା’ଙ୍କ ଦର୍ଶନ ସାରି ଘରକୁ ଫେରୁଥିବା ସମୟରେ ଅପରାହ୍ନ ପ୍ରାୟ ସାଢେ ୩ ଟା ରେ ବିପରୀତ ଦିଗରୁ ଏକ ଗାଡ଼ି ସେମାନଙ୍କ ବାଇକକୁ ଧକ୍କା ଦେଇ ଦ୍ରୁତ ଗତିରେ ସେଠାରୁ ଚମ୍ପଟ ମାରିଥିଲା। ରାସ୍ତାରେ ଯାଉଥିବା କିଛି ଗ୍ରାମବାସୀ ଦିଗପହଣ୍ଡି ଥାନା ଏବଂ ଆମ୍ବୁଲାନ୍ସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଆମ୍ବୁଲାନ୍ସ କର୍ମଚାରୀ ବୃନ୍ଦ ପହଞ୍ଚି ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଉପସ୍ଥିତ ଡାକ୍ତର ଅଜିତଙ୍କୁ ମୃତ ଘୋଷଣା କରିଥିବା ବେଳେ ପୂର୍ଣ୍ଣ ଏବଂ ଶଙ୍କରଙ୍କ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସଂକଟାପନ୍ନ ଥିବାରୁ ଉଭୟଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ପୋଲିସ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ପରିବାରଲୋକଙ୍କ ଉପସ୍ଥିତିରେ ଅଜିତଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଛନ୍ତି। ଏନେଇ ଥାନାରେ ମକଦ୍ଦମା ରୁଜୁ କରାଯାଇ ତଦନ୍ତ ଚାଲିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri