Posted inଖେଳ

WPL: ଦିଲ୍ଲୀ-ମୁମ୍ବାଇ ଫାଇନାଲ

ମୁମ୍ବାଇ,୧୩ା୩: ସ୍ଥାନୀୟ ବ୍ରାବୋର୍ନ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଏଲିମିନେଟର ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ଓମେନ (ଏମଆଇଡବ୍ଲ୍ୟୁ) ୪୭ ରନରେ ଗୁଜରାଟ ଜାଏଣ୍ଟ୍ସ ଓମେନ (ଜିଜିଡବ୍ଲ୍ୟୁ)କୁ ପରାସ୍ତ କରିଛି। ମୁମ୍ବାଇ ପକ୍ଷରୁ ଧାର୍ଯ୍ୟ ୨୧୪ ରନର ଟାର୍ଗେଟର ଜବାବରେ ଗୁଜରାଟ ୧୯.୨ ଓଭରରେ ସମସ୍ତ ଉଇକେଟ ହରାଇ ୧୬୬ ରନ କରିବାକୁ ସକ୍ଷମ ହୋଇଥିଲା। ଏହି ମ୍ୟାଚକୁ ଜିତି ମୁମ୍ବାଇ ଫାଇନାଲରେ ପ୍ରବେଶ କରିଛି। ଆସନ୍ତା ୧୫ ତାରିଖରେ ଖେଳାଯିବାକୁ ଥିବା ଫାଇନାଲରେ ଦଳ ଦିଲ୍ଲୀ କ୍ୟାପିଟାଲ୍ସ ଓମେନ ଭେଟିବ।

ଜାଏଣ୍ଟ୍ସ ଅଧିନାୟିକା ଆଶଲେ ଗାର୍ଡନର ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ୨୦ ଓଭରରେ ୪ ଉଇକେଟ ହରାଇ ୨୧୩ ରନ କରିଥିଲା। ଦଳ ପକ୍ଷରୁ ହେଲି ମାଥ୍ୟୁସ ଓ ନାଟ ସ୍କିଭର ବ୍ରଣ୍ଟ ୭୭ ଲେଖାଏ ରନ କରିଥିଲେ। ଦୁହେଁ ଦ୍ୱିତୀୟ ଉଇକେଟ ପାଇଁ ୭୧ ବଲରେ ବିସ୍ଫୋରକ ୧୩୩ ରନ ଯୋଡ଼ିଥିଲେ। ସେମାନେ ଗୁଜରାଟ ଦଳର ଖରାପ ଫିଲ୍ଡିଂର ଭରପୂର ଫାଇଦା ଉଠାଇଥିଲେ। ଅଧିନାୟିକା ହରମନପ୍ରୀତ କୌର ଶେଷ ଆଡ଼କୁ ୧୨ ବଲରେ ୨ ଚୌକା ଓ ୪ ଛକା ସହିତ ୩୬ ରନ କରିଥିଲେ। ଡାନିଏଲ ଗିବସନ ଦୁଇଟି ଓ କାଶଭି ଗୌତମ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ। ଜବାବରେ ଗୁଜରାଟ ଜାଏଣ୍ଟ୍ସ ୧୯.୨ ଓଭରରେ ୧୬୬ ରନ କରି ଅଲଆଉଟ ହୋଇଯାଇଥିଲା। ଦଳ ପକ୍ଷରୁ ଡାନିଏଲ ଗିବସନ ୩୪, ଫୋବ ଲିଚଫିଲ୍ଡ ୩୧ ଓ ଭାରତୀ ଫୁଲମାଲି ୩୦ ରନ କରିଥିଲେ। ବିଜୟୀ ମୁମ୍ବାଇ ପକ୍ଷରୁ ହେଲି ମାଥ୍ୟୁସ ସର୍ବାଧିକ ୩ ଉଇକେଟ ନେଇଥିବା ବେଳେ ଆମେଲିଆ କେର ଦୁଇଟି ଓ ଶବନିମ ଇସ୍ମାଇଲ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri