ଋଷିମାଳ ମହା ବାରୁଣୀ ମହୋତ୍ସବ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ: ମହୋତ୍ସବ ପାଇଁ ଆଜି ପ୍ରସ୍ତୁତୀ ବୈଠକ

ଦାରିଙ୍ଗବାଡି,୧୪।୩ (ଅରୁଣ ସାହୁ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତ ତାମାଙ୍ଗି ଗ୍ରାମ ନିକଟରେ ରହିଥିବା ତୀର୍ଥ କ୍ଷେତ୍ର ଋଷିମାଳ ପର୍ବତରେ ଆସନ୍ତା ୨୬ରୁ ୨୯ ପର୍ଯ୍ୟନ୍ତ ମହା ବାରୁଣୀ ମହୋତ୍ସବ ଅନୁଷ୍ଠିତ ହେବ। ଏହାକୁ ସଫଳ କରିବା ପାଇଁ କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତୀ କରାଯାଇଛି। ଏଥିପାଇଁ କମିଟି ପକ୍ଷରୁ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ କରାଯାଇଛି। ଋଷିମାଳ ତୀର୍ଥ କ୍ଷେତ୍ର ର ବିକାଶ ପାଇଁ କମିଟି ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ସେହିପରି କମିଟି ପକ୍ଷରୁ ରାଜ୍ୟର ଏକାଧିକ ମନ୍ତ୍ରୀ ମାନଙ୍କୁ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗଦେବାକୁ ନିମନ୍ତ୍ରଣ କରାଯାଇଥିବା କମିଟି ପକ୍ଷରୁ କୁହାଯାଇଛି। ଏହି ସମୟରେ ଟ୍ରଷ୍ଟ ର ଜିଲ୍ଲା ସଂଯୋଜକ ଅନ୍ତର୍ଯ୍ୟାମୀ ବେହେରା ଏବଂ ଆବାହକ ମନୋଜ ଆଚାର୍ଯ୍ୟ ଓ ଟ୍ରଷ୍ଟ ର ବରିଷ୍ଠ ସାଧୁ ମହାତ୍ମା ପୁରୀ ଆଶ୍ରମ ଏବଂ ବୌଦ୍ଧ ଆଶ୍ରମ ରୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିଥିଲେ। ପ୍ରକାଶ ଯେ ଏହି ମହୋତ୍ସବ ରେ କଳା, ସାହିତ୍ୟ, ସଂସ୍କୃତି, ଐତିହ୍ୟ କୁ ପ୍ରତିଫଳିତ ପାଇଁ କାର୍ଯ୍ୟକରାଯିବ ବୋଲି କମିଟି କହିଥିବା ବେଳେ ମୁନି ଋଷି ମାନଙ୍କ ଦ୍ୱାରା ଋଷିମାଳ ର ଐତିହ୍ୟ, ପରମ୍ପରା ସମ୍ପର୍କରେ ଆଲୋଚନା ଚକ୍ର ଅନୁଷ୍ଠିତ ହେବ ସେହିପରି ସାହିତ୍ୟ ସଭା, ସାଂସ୍କୃତିକ କାର୍ଯ୍ୟକ୍ରମରେ ପାରମ୍ପରିକ ସଙ୍ଗୀତ ନୃତ୍ୟ ଆଦି କରାଯିବା କୁ ନିଷ୍ପତି ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri