ରବୀନ୍ଦ୍ର ମଣ୍ଡପରେ ହେମାମାଳିନୀଙ୍କ ଭାରତନାଟ୍ୟମ ନୃତ୍ୟରେ ଦର୍ଶକ ବିମୋହିତ, ହେମା କହିଲେ…

ଭୁବନେଶ୍ୱର,୧୫।୩:(ସୌମ୍ୟରଞ୍ଜନ ରାଉତ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ବୃନ୍ଦାବନ ଗୁରୁକୁଳର ମିଳିତ ଆନୁକୂଲ୍ୟରେ ବୃନ୍ଦାବନ ମହୋତ୍ସବ ଶୁକ୍ରବାର ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମର ପ୍ରାରମ୍ଭରେ ନୃତ୍ୟଶିଳ୍ପୀ ହେମାମାଳିନୀ, ସଂଗୀତଜ୍ଞ ହରିପ୍ରସାଦ ଚୌରସିଆ, ନୃତ୍ୟଶିଳ୍ପୀ ଅରୁଣା ମହାନ୍ତି, ରତିକାନ୍ତ ମହାପାତ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ପ୍ରମୁଖ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଅନୁଷ୍ଠାନିକ ଭାବରେ କାର୍ଯ୍ୟକ୍ରମକୁ ଆରମ୍ଭ କରିଥିଲେ। ଏହି ମହୋତ୍ସବରେ ମଥୁରାର ଏମ୍‌ପି, ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ହେମାମାଳିନୀ ଭାରତନାଟ୍ୟମ ନୃତ୍ୟ ପରିବେଷଣ କରିଥିଲେ। ସର୍ବପ୍ରଥମେ “ପୁଷ୍ପାଞ୍ଜଳି”, “ଗଣେଶ ଆରାଧନା”,”ଲକ୍ଷ୍ମୀ ସ୍ତୁତି”ରେ ନୃତ୍ୟଶିଳ୍ପୀ ହେମାମାଳିନୀ ନୃତ୍ୟ ଆରମ୍ଭ କରିଥିଲେ। ପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ “ଆଜି ବଡ଼ଦାଣ୍ଡ ଭିଡ଼ ଭାରି, ଗୁଣ୍ଡିଚା ଯାତରା କରି” ଭଜନରେ ହେମାମାଳିନୀଙ୍କ ଦ୍ୱାରା ପରିବେଷିତ ନୃତ୍ୟ ଦର୍ଶକମାନଙ୍କୁ ବିମୋହିତ କରିଥିଲା। ଏଥିସହ ଜୟଦେବଙ୍କ “ଗୀତଗୋବିନ୍ଦ” ଉପରେ ଆଧାରିତ ହେମାଙ୍କ ନୃତ୍ୟ ବିଶେଷ ଆକର୍ଷଣ ରହିଥିଲା। ହେମାମାଳିନୀଙ୍କ ସହିତ ନାଟ୍ୟବିହାର କଳାକେନ୍ଦ୍ରର ନୃତ୍ୟଶିଳ୍ପୀମାନେ ମଧ୍ୟ ନୃତ୍ୟ ପରିବେଷଣ କରିଥିଲେ। ବୃନ୍ଦାବନ ଗୁରୁକୁଳର ଶିଷ୍ୟମାନଙ୍କ ବଂଶୀ ଓ ତବଲା ବାଦନ ମଧ୍ୟ ବେଶ ହୃଦୟସ୍ପର୍ଶୀ ହୋଇପାରିଥିଲା। ଏହି ଅବସରରେ ନୃତ୍ୟଶିଳ୍ପୀ ହେମାମାଳିନୀ କହିଥିଲେ ଯେ, “ଓଡ଼ିଶା ହେଉଛି ସମୃଦ୍ଧ କଳା, ସଂସ୍କୃତି ଓ ଐତିହ୍ୟର ଭୂମି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଭୂମିକୁ ଆସି ନୃତ୍ୟ ପରିବେଷଣ କରି ମୁଁ ଅତ୍ୟନ୍ତ ଆନନ୍ଦିତ। ଓଡ଼ିଶାର ସଂଗୀତ, ନୃତ୍ୟ, ଖାଦ୍ୟ, ବସ୍ତ୍ର, କଳା, ସାହିତ୍ୟ, ସଂସ୍କୃତି, ପରମ୍ପରା, ଐତିହ୍ୟ ସବୁକିଛି ବେଶ ନିଆରା”। ଏଥିସହ ଆଜିର କାର୍ଯ୍ୟକ୍ରମରେ ଦର୍ଶକମାନଙ୍କ ମଧ୍ୟରେ ରହିଥିବା ଉତ୍ସାହ ପରିଲକ୍ଷିତ କରି ସେ ବେଶ ଆନନ୍ଦିତ ବୋଲି ହେମାମାଳିନୀ ମତବ୍ୟକ୍ତ କରିଥିଲେ। ପୁରୀର ଏମ୍‌ପି ସମ୍ବିତ ପାତ୍ର ଆଜିର କାର୍ଯ୍ୟକ୍ରମରେ ଉପସ୍ଥିତ ରହିବା ସହ ହେମାମାଳିନୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

୧୮ ଦିନ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୧୦।୧୨ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତକାଳୀନ ଅଧିବେଶନ ୧୮ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନରେ ଶେଷ ହୋଇଛି। ଗୃହର କୌଣସି ସରକାରୀ...

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

୧୨ ଯାଏ ଥରିବ ଓଡ଼ିଶା: ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ): ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି...

ବିଶ୍ୱର ପ୍ରଥମ ଦେଶ ଭାବେ ସୋସିଆଲ ମିଡିଆ ବ୍ୟାନ କଲା ଅଷ୍ଟ୍ରେଲିଆ, ଏତିକି ବର୍ଷରୁ କମ୍ ପିଲା…

ନୂଆଦିଲ୍ଲୀ,୯।୧୨: ପିଲାମାନଙ୍କୁ ସୋସିଆଲ ମିଡିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ଅଷ୍ଟ୍ରେଲିଆ ଏକ ଐତିହାସିକ ପଦକ୍ଷେପ ନେଇଛି। ବୁଧବାର ମଧ୍ୟରାତ୍ରିରୁ ଅଷ୍ଟ୍ରେଲିଆ ୧୬ ବର୍ଷରୁ କମ୍...

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri