Posted inଜାତୀୟ

ଖଲିସ୍ତାନୀ ଉଗ୍ରପନ୍ଥୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଅ: ଆମେରିକାକୁ କହିଲା ଭାରତ

ନୂଆଦିଲ୍ଲୀ,୧୭ା୩:ଆମେରିକା ମାଟିରେ ଖଲିସ୍ତାନୀ ଉଗ୍ରପନ୍ଥୀମାନେ ଭାରତ ବିରୋଧୀ କାର୍ଯ୍ୟରେ ସମ୍ପୃକ୍ତ ଥିବା ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆମେରିକା ଗୋଇନ୍ଦା ମୁଖ୍ୟ ତୁଲ୍‌ସୀ ଗାବାର୍ଡଙ୍କୁ ଜଣାଇଛନ୍ତି। ସୋମବାର ଗାବାର୍ଡଙ୍କ ସହ ବୈଠକରେ ରାଜନାଥ କହିଛନ୍ତି, ଖଲିସ୍ତାନୀ ସଂଗଠନ ଶିଖ୍‌ ଫର୍‌ ଜଷ୍ଟିସ୍‌ (ଏସ୍‌ଏଫ୍‌ଜେ) ଭାରତ ବିରୋଧୀ କାର୍ଯ୍ୟରେ ଲିପ୍ତ ରହିଛି। ଜାତୀୟ ସୁରକ୍ଷା ବିରୋଧରେ କାର୍ଯ୍ୟ କରୁଥିବା ଏହି ସଂଗଠନକୁ ଭାରତରେ ବେଆଇନ ଘୋଷଣା କରାଯାଇଛି। ଏଭଳି ବେଆଇନ ସଂଗଠନ ବିରୋଧରେ ଆମେରିକା ପ୍ରଶାସନ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ବୋଲି ନୂଆଦିଲ୍ଲୀ କହିଛି।
ଆମେରିକା ଜାତୀୟ ଗୋଇନ୍ଦା ନିର୍ଦ୍ଦେଶକ ତୁଲ୍‌ସୀ ଗାବାର୍ଡ ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥଙ୍କ ମଧ୍ୟରେ ଅନୁଷ୍ଠିତ ଦ୍ୱିପାକ୍ଷିକ ଆଲୋଚନାରେ ପ୍ରତିରକ୍ଷା ଓ ସୁରକ୍ଷା ସମ୍ପର୍କ ବଢ଼ାଇବା ଉପରେ ଗୁରୁତ୍ୱ ଦିଆଯାଇଛି। ଭାରତ-ଆମେରିକା ସହଭାଗିତାକୁ ଆହୁରି ନିବିଡ଼ କରାଇବା ପାଇଁ ପ୍ରତିରକ୍ଷା, ସୂଚନା ଆଦାନପ୍ରଦାନ ଆଦି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିବା ରାଜନାଥ କହିଛନ୍ତି। ଗାବାର୍ଡ ରବିବାର ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କୁ ଭେଟି ଗୋଇନ୍ଦା ତଥ୍ୟ ଆଦାନପ୍ରଦାନ ଏବଂ ସୁରକ୍ଷା ସହଯୋଗ ସମ୍ପର୍କରେ ଆଲୋଚନା କରିଥିଲେ।
ଇସ୍‌ଲାମୀୟ ଆତଙ୍କବାଦ ଉଭୟ ଭାରତ ଓ ଆମେରିକା ପାଇଁ ବଡ଼ ବିପଦ ବୋଲି ଗାବାର୍ଡ କହିଛନ୍ତି। ଆତଙ୍କବାଦକୁ ପ୍ରତିହତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏକାଠି କାର୍ଯ୍ୟ କରିବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ସହ ଆଲୋଚନା ବେଳେ ଗାବାର୍ଡ କହିଥିଲେ, ଇସ୍‌ଲାମୀୟ ଆତଙ୍କବାଦୀ କେବଳ ଆମେରିକା କି ଭାରତକୁ ନୁହେଁ, ବରଂ ମଧ୍ୟପ୍ରାଚ୍ୟର ଅନେକ ଦେଶକୁ ପ୍ରଭାବିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri