ଆସୁଛି ବଡ଼ ବର୍ଷା: ଏହି ସବୁ ଜିଲାରେ ପ୍ରବଳ ଛେଚିବ, ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୮।୩: ଆସୁଛି କାଳବୈଶାଖୀ। ଏହାର ପ୍ରଭାବରେ ରାଜ୍ୟରେ କମିବ ତାତି। ଆଶ୍ୱସ୍ତ ହେବେ ରାଜ୍ୟବାସୀ। ଗୁରୁଚାପ ବଳୟ ସାଙ୍ଗକୁ ଟ୍ରାପ ଲାଇନ ପ୍ରଭାବରେ ଆସନ୍ତା ୨୦ରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ ବିଭାଗ ମୁତାବକ ୨୦ ରୁ ୨୨ ତାରିଖ ଯାଏ କାଳେବଶାଖୀର ଅଧିକ ପ୍ରଭାବ ଦେଖିବାକୁ ମିଳିବ । ଓଡିଶା ଉପକୂଳସ୍ଥ ବଙ୍ଗୋପସାଗର ଅଞ୍ଚଳରେ ଗୁରୁଚାପ ପ୍ରଭାବରେ ରାଜ୍ୟକୁ ପ୍ରଚୁର ଜଳୀୟବାଷ୍ପ ପ୍ରବେଶ କରିବ।

ଓଡିଶା ଉପକୂଳସ୍ଥ ବଙ୍ଗୋପସାଗର ଅଞ୍ଚଳରେ ଗୁରୁଃଚାପ ପ୍ରଭାବରେ ରାଜ୍ୟ ମଧ୍ୟକୁ ପ୍ରଚୁର ଜଳୀୟବାଷ୍ପ ପ୍ରବେଶ ଏବଂ ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସିବା ସହ, ଉପରି ଭାଗରେ ନିମ୍ନ ଚାପ ରେଖାର ଉପସ୍ଥିତି ହିଁ କାଳବୈଶାଖୀ ପାଇଁ ଅତ୍ୟନ୍ତ ଅନୁକୂଳ ହେବ ।

ଯାହା ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସିବା ପରେ ଝଡ଼ ପବନ ସାଙ୍ଗକୁ ବର୍ଷା କରାଇବ। ଏହାସହ ଉପରିଭାଗରେ ନିମ୍ନ ଚାପରେଖାର ଉପସ୍ଥିତି କାଳବୈଶାଖୀ ପାଇଁ ଅତ୍ୟନ୍ତ ଅନୁକୂଳ ହେବ। ଫଳରେ ୧୯ରେ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶର, ମୟୂରଭଞ୍ଜରେ ଝଡ଼ପବନ ସହ ବର୍ଷା ସମ୍ଭାବନା ନେଇ ୟେଲୋ ଓ୍ବାର୍ନିଂ ପାଣିପାଗ ବିଭାଗ ଜାରି କରିଛି।

ରବିବାର ରାତିରେ ନୟାଗଡ଼ ଜିଲା ଦଶପଲ୍ଲାରେ ତାଣ୍ଡବ ରଚିଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ ଅଚାନକ ପବନ ସାଙ୍ଗକୁ ମାଡି ଆସିଥିଲା କଳାହାଣ୍ଡିଆ ମେଘ। ତାପରେ ଛେଚିଲା ବର୍ଷା। ହେଲେ ବର୍ଷା ପୂର୍ବରୁ ହୋଇଥିବା ପ୍ରବଳ ଝଡ ତୋଫାନରେ ଉପୁଡି ପଡିଥିଲା ବଡ ବଡ ଗଛ।

ଝଡ଼ ତୋଫାନ ଯୋଗୁ ଅଞ୍ଚଳରେ ବିଦ୍ୟୁତ ସରବରାହ ପ୍ରାୟ ୧ ଘଣ୍ଟା ଧରି ବନ୍ଦ ରହିଥିଲା। ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି କଟର ସାହାଯ୍ୟରେ ଉପୁଡି ପଡିଥିବା ଗଛ ଡାଳ କାଟି ରାସ୍ତା ସଫା କରିଥିଲେ। ପରବର୍ତ୍ତୀ ସମୟରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା। ଅନ୍ୟପକ୍ଷେ ଅଧିକ କ୍ଷୟକ୍ଷତି ସମ୍ପର୍କରେ ସୂଚନା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri