Posted inଜାତୀୟ

ନିଜକୁ ଗୁଳି ମାରିଲେ ପୂର୍ବତନ ବିଧାୟକ: ସରକାରୀ ବଙ୍ଗଳାରେ ନେଲେ ଚରମ ପଦକ୍ଷେପ

ଶ୍ରୀନଗର,୨୦।୩: ଜମ୍ମୁ-କଶ୍ମୀରର ପୂର୍ବତନ ଭାଜପା ବିଧାୟକ ଫକିର ମହମ୍ମଦ ଖାନ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଦଳର ମୁଖପାତ୍ର ଏହି ସୂଚନା ଦେଇଛନ୍ତି। ସେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା କୁହାଯାଉଛି। ଫକୀର ମହମ୍ମଦଙ୍କୁ ଜମ୍ମୁ ଓ କଶ୍ମୀର ଭାଜପାର ବରିଷ୍ଠ ନେତାମାନଙ୍କ ମଧ୍ୟରେ ଗଣନା କରାଯାଉଥିଲା। ଶ୍ରୀନଗରର ଏକ ଉଚ୍ଚ ସୁରକ୍ଷା ଅଞ୍ଚଳ ତୁଳସୀବାଗରେ ତାଙ୍କୁ ଦିଆଯାଇଥିବା ସରକାରୀ ବଙ୍ଗଳାରେ ସେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି। ସରକାରୀ ସୂତ୍ର ଅନୁଯାୟୀ, ସେ କ୍ୱାର୍ଟର ନମ୍ବର ୯ଏରେ ତାଙ୍କର ଜଣେ ପିଏସଓଙ୍କ ସର୍ଭିସ ରାଇଫଲ୍‌ରେ ନିଜକୁ ଗୁଳି କରିବା ପରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ିଥିବା ଦେଖିବାକୁ ମିଳିଥିଲା।

ଗତବର୍ଷ ବିଧାନସଭା ନିର୍ବାଚନରେ ଭାଜପା ଗୁରେଜ ଆସନରୁ ଫକିର ମହମ୍ମଦ ଖାନଙ୍କୁ ଟିକେଟ ଦେଇଥିଲା କିନ୍ତୁ ସେ ଜିତିବାରେ ସଫଳ ହୋଇପାରି ନ ଥିଲେ। ଏଠାରେ, ନ୍ୟାଶନାଲ କନଫରେନ୍ସର ନାଜିର ଅହମ୍ମଦ ଖାନ ତାଙ୍କୁ ୧୦୪୯ ଭୋଟ ବ୍ୟବଧାନରେ ପରାସ୍ତ କରିଥିଲେ।

ପୋଲିସ ତାଙ୍କ ମୃତ୍ୟୁର ତଦନ୍ତ ଆରମ୍ଭ କରିଛି। ତାଙ୍କୁ ତୁରନ୍ତ ଶ୍ରୀନଗରର SMHS ହସ୍ପିଟାଲକୁ ନିଆଯାଇଥିଲା। ଏଠାରେ କର୍ତ୍ତବ୍ୟରତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଉତ୍ତର କାଶ୍ମୀରର ବାନ୍ଦିପୋରା ଜିଲାର ଗୁରେଜ ନିବାସୀ ଫକିର ମହମ୍ମଦ ଖାନ ଜଣେ ପ୍ରବୀଣ ରାଜନେତା ଥିଲେ। ସେ ୧୯୯୬ ଜମ୍ମୁ ଓ କଶ୍ମୀର ବିଧାନସଭା ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ଭାବରେ ବିଜୟୀ ହୋଇଥିଲେ ଏବଂ ତତ୍କାଳୀନ ବିଧାନସଭାର ସଦସ୍ୟ (ଏମଏଲଏ) ଭାବରେ କାର୍ଯ୍ୟ କରିଥିଲେ।

ଫକିର ମହମ୍ମଦ ଖାନ କିଛି ବର୍ଷ ପରେ ପିଡିପିରେ ଯୋଗ ଦେଇଥିଲେ ଏବଂ ୫ ଅଗଷ୍ଟ ୨୦୧୯ରେ ଧାରା ୩୭୦ ଉଚ୍ଛେଦ ପରେ ଦଳରୁ ଇସ୍ତଫା ଦେବା ପୂର୍ବରୁ ପିଡିପିର ଆଞ୍ଚଳିକ ସଭାପତି ଥିଲେ। ମାର୍ଚ୍ଚ ୨୦୨୦ରେ ଭାଜପାରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri