ପ୍ରସିଦ୍ଧ ହୁମା ପଞ୍ଚୁଦୋଳ ଯାତ୍ରା ଆରମ୍ଭ

ଗଞ୍ଜାମ,୨୦।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ହାଟ ପଡିଆଠାରେ ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରା ଗୁରୁବାର ଆରମ୍ଭ ହୋଇଛି l ପୂର୍ବାହ୍ନରେ ପଞ୍ଚୁ ଦୋଳ ଯାତ୍ରାକୁ ୧୩ ଠାକୁର ନିଜ ନିଜର ସାହି ଗ୍ରାମ ବିରାଟ ଶୋଭାଯାତ୍ରାରେ ପରିକ୍ରମା ସାରି ହୁମାସ୍ଥିତ ଜାତୀୟ ରାଜପଥ ୧୬ ଏକତ୍ରିତ ହୋଇଥିଲେ l ସେଠାରୁ କ୍ରମନ୍ବୟରେ ଯାତ୍ରା ପଡିଆ ଅଭିମୁଖେ ବାହାରିଥିଲେ। ଗଡ଼ ହୁମା ଛକ ନିକଟରେ ହରିହର ଭେଟ ହୋଇଥିଲା l ସମସ୍ତ ଠାକୁରଙ୍କ ଆଗରେ କୀର୍ତ୍ତନ ମଣ୍ଡଳୀ ଦ୍ୱାରା ଘଣ୍ଟଘଣ୍ଟା ମୃଦଙ୍ଗ ବାଦ୍ୟ ପରିବେଷଣ ହୋଇଥିଲା l ସାଂସ୍କୃତିକ କାର୍ଯ୍ୟକ୍ରମ ସ୍ବରୂପ ଦୁଇଟି ରାମାୟଣ ନାଟକ ଓ ମେଲୋଡି ପରିବେଷଣ ହୋଇଥିଲା l ଯାତ୍ରା ଶୁକ୍ରବାର ବାର ମଧ୍ୟାହ୍ନ ରେ ସମାପିତ ହେବ l ଶୁକ୍ରବାର ଦିନ ମହା ମିଳନ ପରେ ଯାତ୍ରା ସମାପିତ ହେବା ସହ ପୁଣି ପଟୁଆର ଯୋଗେ ଠାକୁର ମାନେ ନିଜ ନିଜ ଗ୍ରାମକୁ ଫେରିବେ l ହୁମା ପଞ୍ଚାୟତ ସମିତି ସଭ୍ୟ ଧ୍ରୁବ ଚରଣ ପଲାଇ, ସରପଞ୍ଚ, ଯାତ୍ରା କମିଟି, ହୁମା, ରମ୍ଭା ପୋଲିସ ପକ୍ଷରୁ ଶାନ୍ତି, ଶୃଙ୍ଖଳା ପାଇଁ ବ୍ୟାପକ ବନ୍ଦୋବସ୍ତ ହୋଇଛି l


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri