ଦିଗପହଣ୍ଡି ବ୍ଳକରେ ନୂତନ ବିଡିଓଙ୍କ ଦାୟିତ୍ୱ ଗ୍ରହଣ

ଦିଗପହଣ୍ଡି,୨୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ନୂତନ ବିଡ଼ିଓ ଭାବେ ଅନାମିକା ପାଣ୍ଡେ ଗୁରୁବାର କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଗତ ୨୦୧୭ରେ ଓଏଏସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବାପରେ ସେ ନବରଙ୍ଗପୁର, ମୁନିଗୁଡା ଏବଂ ଫିରିଙ୍ଗିଆ ତହସିଲ କାର୍ଯ୍ୟାଳୟରେ ତହସିଲଦାର ଭାବେ ଦାୟିତ୍ୱ ତୁଲାଇ ଥିଲେ । ଏଥି ପୂର୍ବରୁ ସେ କନ୍ଧମାଳ ଜିଲା ଫିରିଙ୍ଗିଆ ତହସିଲରେ ତହସିଲଦାର ଭାବେ କାର୍ଯ୍ୟ କରୁଥିଲେ।

ପୂର୍ବରୁ ଦିଗପହଣ୍ଡି ବ୍ଲକର ବିଡ଼ିଓ ଦାୟିତ୍ୱରେ ଥିବା ଡ. ଚିତ୍ତରଞ୍ଜନ ଦାସଙ୍କୁ କଟକର ବଡ଼ମ୍ବା ବ୍ଳକକୁ ବଦଳି ହୋଇଥିବା ବେଳେ ସେ ନବାଗତ ବିଡ଼ିଓ ଅନାମିକାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଥିବା ଜଣାପଡିଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନାର ସଫଳ ରୂପାୟନ କରି ଗ୍ରାମାଞ୍ଚଳର ପ୍ରତ୍ୟେକ ହିତାଧିକାରୀଙ୍କ ସୁଫଳ ପହଞ୍ଚାଇବା, ସମସ୍ତ ପଞ୍ଚାୟତରେ ରହିଥିବା ମୌଳିକ ସମସ୍ୟାର ସମାଧାନ ଏବଂ ଗ୍ରାମାଞ୍ଚଳର ବିକାଶ ପାଇଁ ଜନସାଧାରଣ ଓ ନିର୍ବାଚିତ ପ୍ରତିନିଧିଙ୍କ ସହଯୋଗର ଆବଶ୍ୟକତା ଜରୁରୀ ବୋଲି ନବାଗତ ବିଡ଼ିଓ ନିଜ ପ୍ରତିକ୍ରିୟାରେ କହିଛନ୍ତି।

ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ସମ୍ମିଳନୀ କକ୍ଷରେ ସମସ୍ତ କର୍ମଚାରୀଙ୍କ ଉପସ୍ଥିତିରେ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। କର୍ମଚାରୀ ବୃନ୍ଦ ନବାଗତ ବିଡ଼ିଓ ଏବଂ ପୂର୍ବତନ ବିଡ଼ିଓଙ୍କୁ ଫୁଲତୋଡା ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। କାର୍ଯ୍ୟକ୍ରମରେ ବ୍ଳକ ସହକାରୀ ର୍ନିବାହୀ ଯନ୍ତ୍ରୀ ଇଂ . ରାଜୀବ ପ୍ରଧାନ , ଜିପିଡିଓ ଉମେଶ ସେଠୀ, ବରିଷ୍ଠ କିରାଣୀ ଚଞ୍ଚଳା ମାଝୀଙ୍କ ସମେତ ବିଭିନ୍ନ ବିଭାଗର ଦାୟିତ୍ୱରେ ଥିବା ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri