ଓଡ଼ିଶାର ଜୀବନ୍ତ ପରିଚୟ ହେଉଛି ସମ୍ବଲପୁରୀ ଶାଢ଼ୀ: ଦାସ ବେନୁହୁର୍‌

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ): ସମ୍ବଲପୁରୀ ବସ୍ତ୍ରାଳୟ ସାରା ଭାରତବର୍ଷରେ ଏକ ଅଲୌକିକ ସଂସ୍ଥା। ଓଡ଼ିଶାର ଜୀବନ୍ତ ପରିଚୟ ହେଉଛି ସମ୍ବଲପୁରୀ ଶାଢ଼ୀ। ପ୍ରତ୍ୟେକ ବୁଣାକାର ହେଉଛନ୍ତି ଜଣେ ଜଣେ ଉତ୍କର୍ଷ ପ୍ରତିନିଧି। ଆଜି ବିଶ୍ୱ ଦରବାର ସମ୍ବଲପୁରୀ ବସ୍ତ୍ର ଓ ବୁଣାକାରଙ୍କୁ ଆଦର ଓ ସ୍ବତନ୍ତ୍ର ପରିଚୟ ପ୍ରଦାନ କରିବା ସହ ସମବାୟ ଆନ୍ଦୋଳନର ରୂପ ଦେଇ ପାରିଥିବା ପଦ୍ମଶ୍ରୀ ଡଃ କୃତାର୍ଥ ଆଚାର୍ଯ୍ୟଙ୍କ ଭୂମିକା ଅତୁଳନୀୟ ବୋଲି ଗୁରୁବାର ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲଠାରେ ଆୟୋଜିତ ପଦ୍ମଶ୍ରୀ ଡଃ କୃତାର୍ଥ ଆଚାର୍ଯ୍ୟଙ୍କ ୧୨୬ତମ ଜୟନ୍ତୀ ସମାରୋହରେ ମୁଖ୍ୟଅତିଥି ଓ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ବିଶିଷ୍ଟ କଥାକାର ଦାସ ବେନୁହୂର୍‌ ମତବ୍ୟକ୍ତ କରିଛନ୍ତି।

ଏହା ସହିତ ସ୍ବର୍ଗତ ଆଚାର୍ଯ୍ୟଙ୍କୁ ସେ ଓଡ଼ିଆ ଜାତିର ଗର୍ବ ଓ ଗୌରବ ବୋଲି ଉଲ୍ଲେଖ କରିଥିଲେ। ଏହି ଅବସରରେ ଅବସପ୍ରାପ୍ତ ଅଧ୍ୟକ୍ଷ ଡଃ ପ୍ରଦୀପ ହୋତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ମୃତି ଚାରଣ ସଭାରେ ସମ୍ବଲପୁରୀ ବସ୍ତ୍ରାଳୟର ପରିଚାଳନା ନିର୍ଦ୍ଦେଶକ ହୃଷୀକେଶ ମାହାଲି ବସ୍ତ୍ରାଳୟର ଅଗ୍ରଗତି ସମ୍ବନ୍ଧରେ ବିବରଣୀ ଉପସ୍ଥାପନ କରିଥିଲେ।

ବସ୍ତ୍ରାଳୟ ସହିତ ଜଡ଼ିତ ୪ଜଣ କୁଶଳୀ ବୁଣାକାର, ଜଣେ ଉତ୍ପାଦନ କେନ୍ଦ୍ର କର୍ମଚାରୀ, ୫ଜଣ ବିକ୍ରୟ କେନ୍ଦ୍ର କର୍ମଚାରୀ ଏବଂ ଜଣେ ବିକ୍ରୟ କେନ୍ଦ୍ର ପ୍ରତିନିଧିଙ୍କୁ ତାଙ୍କର କାର୍ଯ୍ୟ ଦକ୍ଷତା ଆଧାରରେ ବସ୍ତ୍ରାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା।

ବାଣିଜ୍ୟ ଅଧିକାରୀ ହେମନ୍ତ କୁମାର ମିଶ୍ର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ସମ୍ପାଦକ ଶରତ ଲାଲ ସିଂ ଧନ୍ୟବାଦ ଅର୍ପଣ କରିଥିଲେ। ଏହା ପୂର୍ବରୁ ସକାଳ ୬ଟା ୩୦ରେ ବସ୍ତ୍ରାଳୟର ସଭାପତି ସମ୍ବିତ କୁମାର ଆଚାର୍ଯ୍ୟ ଓ ତାଙ୍କ ପରିବାରର ସଦସ୍ୟବୃନ୍ଦ ଉପସ୍ଥିତ ରହି ପଦ୍ମଶ୍ରୀ ଡଃ କୃତାର୍ଥ ଆଚାର୍ଯ୍ୟଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri