ଶିଶୁବାଟିକାରେ ନାମଲେଖାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣପତ୍ର

ଦେବଗଡ଼,୨୧।୩(ଶଶାଙ୍କ ଶେଖର ଝାଙ୍କର): ସମଗ୍ର ଶିକ୍ଷା ଦେବଗଡ଼ ଆନୁକୂଲ୍ୟରେ ଜିଲାର ସରକାରୀ ବିଦ୍ୟାଳୟରେ ୫ ବର୍ଷରୁ ଊର୍ଦ୍ଧ୍ୱ ଶିଶୁମାନଙ୍କ ଶିଶୁବାଟିକା ଓ ୬ ବର୍ଷରୁ ଊଦ୍ଧ୍ୱର୍ର୍ ପ୍ରଥମ ଶ୍ରେଣୀରେ ନାମ ଲେଖାଇବା ପାଇଁ ଅଭିଭାବକମାନଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ପତ୍ର ବଣ୍ଟନର ଶୁଭାରମ୍ଭ ହୋଇଛି। ଗୁରୁବାର ପୂର୍ବାହ୍ନରେ ଜିଲା ଶିକ୍ଷା ଅଧିକାରୀ ଗେନ୍ଦେରା କୁଜୁର ଓ ଜିଲା ଯୋଜନା ସଂଯୋଜକ ତପନ କୁମାର ପ୍ରଧାନ, ଜିଲାପାଳ କବୀନ୍ଦ୍ର କୁମାର ସାହୁ ଓ ଅତିରିକ୍ତ ଜିଲାପାଳ ରେବେକା ବିଲୁଙ୍ଗଙ୍କୁ ନିମନ୍ତ୍ରଣ ପତ୍ର ପ୍ରଦାନ କରି ଶୁଭାରମ୍ଭ କରିଥିଲେ। ଏହାପରେ ଜିଲା ଶିକ୍ଷା ଅଧିକାରୀ କୁଜୁର ଓ ଜିଲା ଯୋଜନା ସଂଯୋଜକ ପ୍ରଧାନ ପୌରାଞ୍ଚଳ ୧୧ ଓ ୫ ନମ୍ବର ୱାର୍ଡରେ ଅଭିଭାବକମାନଙ୍କୁ ନିମନ୍ତ୍ରଣ ପତ୍ର ବଣ୍ଟନ ସହ ପ୍ରବେଶ ଉତ୍ସବ ଖଡ଼ିଛୁଆଁ କାର୍ଯ୍ୟକ୍ରମରେ ସମସ୍ତେ ଉପସ୍ଥିତ ରହି ନାମ ଲେଖାଇବା ନିମନ୍ତେ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ସେହିପରି ବାରକୋଟଠାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗାୟତ୍ରୀ ସାହୁ, ଡଂରା ନୋଡାଲ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ମାଧବ ବିଶ୍ୱାଳ, ରିଆମାଳରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ରଞ୍ଜିତ ଭୋଇ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସଂଯୁକ୍ତା ସାମଲ, ବନିତା ବେହେରା, ତିଲେଇବଣିଠାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ସିକରେନ୍ଦ୍ର ଛତ୍ରିଆ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ନାରାୟଣ ସିଂ, ସାମଡ଼ କଲଣ୍ଡାଠାରେ ସମିତି ସଭ୍ୟ ପ୍ରଦୀପ କୁମାର ପ୍ରଧାନ, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ହରିପ୍ରିୟା ସାହୁ, ଶୈକ୍ଷିକ ତତ୍ତ୍ୱ ସଂଯୋଜିକା ଜୟଶ୍ରୀ ଅମାତ୍ୟ ଅଭିଭାବକ ନିମନ୍ତେ ନିମନ୍ତ୍ରଣ ପତ୍ର ବଣ୍ଟନ ପ୍ରକ୍ରିୟାର ଶୁଭାରମ୍ଭ କରିଥିଲେ। ପରେ ଅଭିଭାବକମାନଙ୍କ ଘରକୁ ଯାଇ ପ୍ରବେଶ ଉତ୍ସବ ଖଡ଼ିଛୁଆଁରେ ବିଦ୍ୟାଳୟରେ ଶିଶୁ ଉପସ୍ଥିତ ରହି ନାମ ଲେଖାଇବା ନିମନ୍ତେ ଅନୁରୋଧ କରିଥିଲେ। କାର୍ଯ୍ୟକ୍ରମରେ ସିଆର୍‌ସିସି ଚୂଡ଼ାମଣି ସାହୁ, ପ୍ରାଣବନ୍ଧୁ ଘଡେଇ, ବସନ୍ତ କୁମାର ବେହେରା, ଯଦୁମଣି ବେହେରା, କୁମୁଦବନ୍ଧୁ ପ୍ରଧାନ, ସଞ୍ଜୟ ସିଂ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ। ପ୍ରକାଶ ଥାଉ କି ଚଳିତଶିକ୍ଷା ବର୍ଷ ୪୪୬ଟି ସରକାରୀ ବିଦ୍ୟାଳୟରେ ଶିଶୁ ବଟିକା ଶ୍ରେଣୀରେ ୩୨୨୬ ଓ ପ୍ରଥମ ଶ୍ରେଣୀରେ ୧୯୪୩ ଜଣ ଯୋଗ୍ୟ ଶିଶୁମାନଙ୍କ ଅଭିଭାବକମାନଙ୍କୁ ପ୍ରବେଶ ଉତ୍ସବରେ ନିମନ୍ତ୍ରଣ ପଠାଯିବା ସମଗ୍ର ଶିକ୍ଷା ପକ୍ଷରୁ ବ୍ୟବସ୍ଥା କରାଯିବ। ଏହି ପ୍ରକ୍ରିୟା ଆଗାମୀ ୨୫ ତାରିଖ ସୁଦ୍ଧା ସମାପ୍ତ କରାଯିବା ପାଇଁ ଧାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri