୨୬ରେ ଭୁବନେଶ୍ୱର ଯିବେ ଜିଲାର ଶତାଧିକ ସଦସ୍ୟା ସଦସ୍ୟ

ଦେବଗଡ଼,୨୨।୩(ଶଶାଙ୍କ ଶେଖର ଝାଙ୍କର): ଛଟେଇ ହୋଇଥିବା ବାହ୍ୟ ଠିକା କର୍ମଚାରୀମାନଙ୍କୁ ପୁନଃନିଯୁକ୍ତି, ସମାନ କାମକୁ ସମାନ ଦରମା ଏବଂ ବାହ୍ୟ ଠିକା କର୍ମଚାରୀମାନଙ୍କୁ ସ୍ଥାୟୀ କର୍ମଚାରୀ ମାନ୍ୟତା ଦାବିରେ ଶୁକ୍ରବାର ଓଡିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଂଘ ଦେବଗଡ଼ ଶାଖା ପକ୍ଷରୁ କଳାବ୍ୟାଜ ପରିଧାନ ଶେଷ ହୋଇଛି। ତେବେ ଆଗାମୀ ୨୬ ତାରିଖରେ ଭୁବନେଶ୍ୱରସ୍ଥିତ ଲୋୱର ପିଏମ୍‌ଜିରେ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ହେବାକୁ ଥିବା ଧାରଣା ପାଇଁ ସଜବାଜ ଆରମ୍ଭ ହୋଇଛି। ଏହି ଧାରଣାରେ ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଂଘ ଦେବଗଡ ଶାଖାର ୨୦୦ରୁ ଊର୍ଦ୍ଧ୍ୱ ସଦସ୍ୟାସଦସ୍ୟ ଅଂଶଗ୍ରହଣ କରିବେ ବୋଲି ସଂଘ ପକ୍ଷରୁ ସୂଚନା ମିଳିଛି। ସୂଚନାଯୋଗ୍ୟ ଯେ, ଉପରୋକ୍ତ ୩ ଦଫା ଦାବିରେ ଦେବଗଡ ଜିଲାରେ ୨୯ଟି ବିଭାଗରେ କାର୍ଯ୍ୟରତ ପ୍ରାୟ ୨୦୦ରୁ ଊର୍ଦ୍ଧ୍ୱ ସରକାରୀ ଆଉଟସୋର୍ସିଂ କର୍ମଚାରୀ ଗତ ୧୭ ତାରିଖଠାରୁ ଜିଲା ସଦର ମହକୁମା ସମେତ ଜିଲାର ୩ଟି ବ୍ଲକର ବିଭିନ୍ନ କାର୍ଯ୍ୟାଳୟରେ କଳାବ୍ୟାଜ ପରିଧାନ କରି ସାଙ୍କେତିକ ଆନ୍ଦୋଳନ ଚଲାଇବା ସହ ଶାନ୍ତିପୂର୍ଣ୍ଣ ଭାବେ ନିଜର କାର୍ଯ୍ୟ ସମ୍ପାଦକ କରୁଥିଲେ। ସେହିପରି ଶୁକ୍ରବାର ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଚଳାଇବାକୁ ନଷ୍ପତ୍ତି ନେବା ସହ ୨୨ ତାରିଖ ମଧ୍ୟରେ ଉପରୋକ୍ତ ୩ ଦଫା ଦାବି ପୂରଣ ନ ହେଲେ ୨୬ ତାରିଖରେ ମହାସଂଘ ପକ୍ଷରୁ ଭୁବନେଶ୍ୱରସ୍ଥିତ ଲୋୱର ପିଏମ୍‌ଜିରେ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଧାରଣା ଦିଆଯିବ ବୋଲି ସରକାରଙ୍କୁ ଲିଖିତ ଚେତାବନୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri