Posted inଖେଳ

ଅଶ୍ୱିନଙ୍କ ନାଁରେ ହେବ ରାସ୍ତା: ମିଳିଲା ଗ୍ରୀନ୍‌ ସିଗ୍‌ନାଲ୍‌

ଚେନ୍ନାଇ,୨୨ା୩: ଭାରତର କିମ୍ବଦନ୍ତୀ ସ୍ପିନ ବୋଲର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଗ୍ରେଟର ଚେନ୍ନାଇ କର୍ପୋରେଶନ (ଜିସିସି) ଦ୍ୱାରା ସମ୍ମାନିତ କରାଯିବ। ଜିସିସି ସର୍ବସମ୍ମତି କ୍ରମେ ଓ୍ବେଷ୍ଟ ମାମ୍ବାଲାମସ୍ଥିତ ରାମାକ୍ରୀଷ୍ଣପୁରମ୍‌ ପ୍ରଥମ ଷ୍ଟ୍ରିଟର ନାମକୁ ଅଶ୍ୱିନଙ୍କ ନାମରେ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛି, ଯେଉଁଠାରେ ଅଶ୍ୱିନ ରୁହନ୍ତି।
ଏକ ଜାତୀୟ ଇଂଲିଶ ଖବରକାଗଜରେ ପ୍ରକାଶିତ ରିପୋର୍ଟ ମୁତାବକ, କ୍ୟାରମ ବଲ ଇଭେଣ୍ଟ ଓ ମାର୍କେଟିଂ ପ୍ରାଇଭେଟ ଲିମିଟେଡ୍‌ର ସିଇଓ ଏସ୍‌ କାର୍ତ୍ତିକଙ୍କ ଅନୁରୋଧ କ୍ରମେ ରାସ୍ତାର ନାମ ବଦଳାଇବାକୁ ନିଷ୍ପତ୍ତି ନିଆଯାଇଛି। ଅଶ୍ୱିନ ଭାରତ ଓ ତାମିଲନାଡୁ ପାଇଁ ଅନେକ ମ୍ୟାଚ ଖେଳିବା ସହ ଅନେକ ସମ୍ମାନ ପାଇଛନ୍ତି। ତାଙ୍କୁ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ଅଲରାଉଣ୍ଡର ଭାବେ ବିବେଚନା କରାଯାଏ ବୋଲି ଜିସିସିର ପ୍ରସ୍ତାବରେ କୁହାଯାଇଛି। ଏହି ପ୍ରସ୍ତାବକୁ ସରକାରଙ୍କ ଅନୁମତି ମଧ୍ୟ ମିଳିସାରିଛି। ଗତ ବର୍ଷ ଡିସେମ୍ବରରେ ଅନ୍ତର୍ଜାତୀୟ ସ୍ତରରୁ ଅବସର ନେଇଥିବା ଅଶ୍ୱିନ ଆଇପିଏଲ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପକ୍ଷରୁ ପ୍ରତିନିଧିତ୍ୱ କରିବେ। ସେ ଭାରତ ପାଇଁ ୧୦୬ ଟେଷ୍ଟ (୫୩୭ ଉଇକେଟ), ୧୧୬ ଦିନିକିଆ (୧୫୬ ଉଇକେଟ) ଓ ୬୫ ଟି୨୦ (୭୨ ଉଇକେଟ) ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri