ଆଉ ୩ ଦିନ କାଳବୈଶାଖୀ, ପ୍ରବଳରୁ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୩ା୩(ଅନୁରାଧା ମହାରଣା): ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ୨ ଦିନ ଧରି ଘଡ଼ଘଡ଼ି ସହ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ବାରିପଦାରେ ସର୍ବାଧିକ ୧୨୩.୪ ମି.ମି. ବର୍ଷା ରେକର୍ଡ ହୋଇଥିବାବେଳେ ବାଲେଶ୍ୱରରେ ୩୩.୪ ମି.ମି., ରାଉରକେଲାରେ ୩୦.୬ ମି.ମି., ଅନୁଗୋଳରେ ୨୩ ମି.ମି., କଟକରେ ୨୧.୨ ମି.ମି., ତାଳଚେରରେ ୧୭.୮ ମି.ମି. ବର୍ଷା ହୋଇଛି। ଭୁବନେଶ୍ୱରରେ ମଧ୍ୟ ଶନିବାର ଦିନସାରା କୋହଲା ପାଗ ସହ ଝିପିଝିପି ବର୍ଷା ଲାଗିରହିଛି। ଏଠାରେ ୩ ମି.ମି. ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ତେବେ ଆସନ୍ତା ୩ ଦିନ ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଜଗତ୍‌ସିଂହପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ଜିଲାରେ ବିଜୁଳି ଏବଂ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ରହିଛି। ଏହି ଜିଲାଗୁଡ଼ିକରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଥିବାବେଳେ ଘଣ୍ଟା ପ୍ରତି ୫୦ରୁ ୬୦ କି.ମି. ବେଗରେ ପବନ ବହିପାରେ। ସେହିପରି ଅନ୍ୟ ୧୪ ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି।
ଅନ୍ୟପକ୍ଷରେ କାଳବୈଶାଖୀ ପ୍ରଭାବରେ ତାପମାତ୍ରା ଦୁଇଦିନରେ ୮ ଡିଗ୍ରୀ କମିଛି। ଏହାପୂର୍ବରୁ ରାଜ୍ୟରେ ତାପମାତ୍ରା ୪୪ ଡିଗ୍ରୀ ସେଲସିୟସ୍‌ ନିକଟବର୍ତ୍ତୀ ହୋଇଥିବାବେଳେ ପାଣିପାଗ ସ୍ଥିତିରେ ଏପରି ହଠାତ୍‌ ପରିବର୍ତ୍ତନ ଆଶ୍ୱସ୍ତି ଦେଇଛି। ଶନିବାର ଭବାନୀପାଟଣାରେ ଦିନ ତାପମାତ୍ରା ସର୍ବାଧିକ ୩୫.୫ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଥିବାବେଳେ ସର୍ବନିମ୍ନ ତାପମାତ୍ରା କେନ୍ଦୁଝରଗଡ଼ରେ ୧୬.୧ ଡିଗ୍ରୀ ସେଲସିୟସ୍‌ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri