ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ୩ ଜିଲାରେ ବଢୁଛି ବାଲି ଚୋରା ଚାଲାଣ ମାମଲା, ୨୭ ଜିଲାରେ ନାହିଁ

ଭୁବନେଶ୍ୱର,୨୩।୩:  ରାଜଧାନୀ ଉପକଣ୍ଠ ସମେତ କଟକ, ବ୍ରହ୍ମପୁର, ଗଞ୍ଜାମ, କୋରାପୁଟ, ବାଲେଶ୍ୱର ଆଦି ଜିଲାରେ ବାଲି ଚୋରି ପ୍ରବଳ ମାତ୍ରାରେ ଚାଲିଛି। ଏହାକୁ ନେଇ ଅଧିକାଂଶ ସମୟରେ ଅପ୍ରୀତିକର ସ୍ଥିତି ସୃଷ୍ଟି ହୋଇଛି। ହେଲେ କାଗଜପତ୍ରରେ ଏସବୁ ଦେଖିବାକୁ ମିଳୁନାହିଁ। କେଉଁଠି ବାଲି ମାଫିଆ ସରକାରୀ ଅଧିକାରୀଙ୍କ ସହ ସଲାସୁତୁରା କରି ବେପାର ଅନାୟସରେ ଚଳାଉଛନ୍ତି ତ ଆଉ କେଉଁଠି ଅଫିସରଙ୍କୁ ଆକ୍ରମଣର ସମ୍ମୁଖୀନ ହେବାକୁ ପଡୁଛି। ତେବେ କେବଳ ମୟୂରଭଞ୍ଜ, କେନ୍ଦୁଝର ଓ ପୁରୀକୁ ବାଦ୍‌ ଦେଲେ ଆନ୍ତଃରାଜ୍ୟ ବାଲି ଚୋରି ସଂକ୍ରାନ୍ତୀୟ କୌଣସି ମାମଲା ଗତ ୩ବର୍ଷରେ ବାକି ୨୭ ଜିଲାରେ ରୁଜୁ ହୋଇନାହିଁ। ବିଧାନସଭାରେ ଏଭଳି ତଥ୍ୟ ଦେଇଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା।
ସଦସ୍ୟ ଅରବିନ୍ଦ ମହାପାତ୍ରଙ୍କ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଜେନା ଦର୍ଶାଇଛନ୍ତି, ଗତ ୩ବର୍ଷ ମଧ୍ୟରେ କେବଳ ମୟୂରଭଞ୍ଜରେ ବାଲି ଚୋରି ସଂକ୍ରାନ୍ତରେ ଥାନାରେ ଏକାଧିକ ମାମଲା ରୁଜୁ ହୋଇଛି। କେନ୍ଦୁଝରରେ ଗତବର୍ଷ ୫ଟି ଏବଂ ପୁରୀରେ ଗୋଟିଏ ମାମଲା ରୁଜୁ ହୋଇଛି। ତେବେ ମୟୂରଭଞ୍ଜରେ ୨୦୨୧-୨୨ରେ ୧୨୫ଟି ମାମଲା ରୁଜୁ ହୋଇଥିବାବେଳେ ୧୨୮ଜଣ ଗିରଫ ହୋଇଥିଲେ ଏବଂ ୧୩୯ ଯନ୍ତ୍ରାଂଶ ଜବତ ହୋଇଥିଲା। ସେହିପରି ୨୦୨୨-୨୩ରେ ୧୭୫ଟି ମାମଲା ରୁଜୁ ହୋଇଥିବାବେଳେ ୧୬୧ଜଣ ଗିରଫ ଏବଂ ୨୦୫ ଯନ୍ତ୍ରାଂଶ ଜବତ ହୋଇଥିଲା। ୨୦୨୩-୨୪ ଆର୍ଥତ୍କ ବର୍ଷରେ ମାମଲା ସଂଖ୍ୟା ବଢ଼ି ୨୦୫ରେ ପହଞ୍ଚିଥିବାବେଳେ ୨୭୮ ଜଣ ଗିରଫ ହୋଇଥିଲେ ଏବଂ ୩୧୨ଟି ଯନ୍ତ୍ରାଂଶ ଜବତ ହୋଇଥିଲା।
ଏହି ତିନିବର୍ଷ ମଧ୍ୟରେ ଅନୁଗୋଳରେ ୩୪ଟି ଗାଡ଼ି ଜବତ ହୋଇଥିବାବେଳେ ବୌଦ୍ଧରେ ୧୪, ଦେବଗଡ଼ ଗୋଟିଏ, ଝାରସୁଗୁଡ଼ା ୩୯, କନ୍ଧମାଳ ୧୭, କେନ୍ଦୁଝର ୧୯୧, ନୟାଗଡ଼ ୫, ପୁରୀ ୫୮, ସମ୍ବଲପୁର ୨୬, ସୁବର୍ଣ୍ଣପୁର ୨ ଏବଂ ସୁନ୍ଦରଗଡ଼ରେ ୫୭ଟି ଗାଡ଼ି ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri