କ୍ଷୟକ୍ଷତି ଆକଳନ ପାଇଁ ଯାଇଥିଲେ ଦୁଇ ମନ୍ତ୍ରୀ, ରୋଷ ଝାଡ଼ିଲେ ଲୋକେ, ଫିଙ୍ଗିଲେ ଢେଲାପଥର

ବାରିପଦା,୨୩ା୩: କ୍ଷୟକ୍ଷତି ଆକଳନ ପାଇଁ ଯାଇଥିବା ଦୁଇ ମନ୍ତ୍ରୀଙ୍କୁ ଲୋକେ ପ୍ରବଳ ବିରୋଧ କରିଛନ୍ତି। କାହିଁକି ମନ୍ତ୍ରୀ ଆମ ଅଞ୍ଚଳକୁ ଆସିଲେନି ବୋଲି କହି ରୋଷ ଝାଡ଼ିଛନ୍ତି ଲୋକେ। ଫଳରେ ମନ୍ତ୍ରୀଙ୍କୁ ଛାଡ଼ି ଆସୁଥିବା ଗାଡ଼ି ଉପରକୁ ପଥରମାଡ଼ କରିଛନ୍ତି ଉତ୍ତ୍ୟେକ୍ତ ଲୋକେ। ଏଥିରେ କାର୍‌ କାଚ ଭାଙ୍ଗି ଚୂରମାର ହୋଇଯାଇଛି। ଏହି ଢେଲା ପଥରମାଡ଼ରେ ଜଣେ କନଷ୍ଟେବଳଙ୍କ ମୁଣ୍ଡ ଫାଟିଥିବା ଜଣାଡ଼ିଛି। ବାଙ୍ଗିରିପୋଷି ଷ୍ଟେଶନ ଛକରେ ଲୋକେ ଏହି ବିରୋଧ ପ୍ରଦର୍ଶନ କରିଛନ୍ତି।

ମୟୂରଭଞ୍ଜ ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ରାଜସ୍ବ ମନ୍ତ୍ରୀସୁରେଶ ପୂଜାର ବାଙ୍ଗିରିପୋଷିରେ କ୍ଷୟକ୍ଷତି ସମୀକ୍ଷା କରିଛନ୍ତି। ମନ୍ତ୍ରୀ କହିଛନ୍ତି, କାଳବୈଶାଖୀ କ୍ଷତି ରିପୋର୍ଟ ମିଳିଛି, ଲୋକଙ୍କୁ ସମ୍ପୂର୍ଣ୍ଣ କ୍ଷୟକ୍ଷତି ଟଙ୍କା ମିଳିବ। ରବିବାର ଅନଲାଇନ୍‌ରେ ଟଙ୍କା ମିଳିବ ବୋଲି କହିଛନ୍ତି ସୁରେଶ ପୂଜାରୀ। ଯେଉଁମାନଙ୍କର ଆଧାର ଲିଙ୍କ ନାହିଁ, ତାଙ୍କୁ ସିଧାସଳଖ ଟଙ୍କା ମିଳିବ।

ମୟୂରଭଞ୍ଜ ଜିଲାରେ ୧୭ଟି ପଞ୍ଚାୟତର ଶତାଧିକ ଗାଁ ପ୍ରଭାବିତ ହୋଇଛି। ଅନେକ ଘରର ଚାଳ ଛପର ଉଡ଼ିଯାଇଛି। ଅନେକ ସ୍ଥାନରେ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି ସରବରାହ ବ୍ୟାଘାତ ଘଟିଛି। ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ମଧ୍ୟ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହିତ ମୟୂରଭଞ୍ଜର କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri