ଏପ୍ରିଲ ୨ରେ ଖଡ଼ିଛୁଆଁ: ପ୍ରବେଶ ଉତ୍ସବ ନେଇ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ

କୋରାପୁଟ,୨୩ା୩(ଅମିତାଭ ବେହେରା): ଆସନ୍ତା ଏପ୍ରିଲ ୨ରେ ଆରମ୍ଭ ହେବାକୁ ଥିବା ଖଡ଼ି ଛୁଆଁ ଏବଂ ପ୍ରବେଶ ଉତ୍ସବ କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ ବଣ୍ଟନ ଆରମ୍ଭ ହୋଇଯାଇଛି। ଚଳିତ ଶିକ୍ଷାବର୍ଷ ଶିଶୁବାଟିକା ଏବଂ ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣପତ୍ରକୁ ଅଭିଭାବକମାନଙ୍କୁ ବାଣ୍ଟିବା କାର୍ଯ୍ୟ ରବିବାର ଆରମ୍ଭ ହୋଇଯାଇଛି। ରଙ୍ଗବାଲି କୁମ୍ଭାଠାରେ ମୁଖ୍ୟ ଉନ୍ନୟନ ଅଧିକାରୀ ବେଣୁଧର ଶବର,ଜିଲା ଶିକ୍ଷା ଅଧିକାରୀ ଡ. ପ୍ରଶାନ୍ତ କୁମାର ମହାନ୍ତି ଏବଂ ଜିଲା ସାମାଜିକ ମଙ୍ଗଳ ଅଧିକାରୀ ପୁଷ୍ପାଞ୍ଜଳି ପଟ୍ଟନାୟକ ଯୋଗ୍ୟ ଅଭିଭାବକମାନଙ୍କ ଘରକୁ ଯାଇ ସରକାରୀ ବିଦ୍ୟାଳୟରେ ଏପ୍ରିଲ ୨ ତାରିଖରେ ନିଜ ପିଲାଙ୍କ ସହ ଯାଇ ନାମ ଲେଖାଇବାକୁ କହି ନିମନ୍ତ୍ରଣପତ୍ର ବଣ୍ଟନ କରିଥିବା ଜଣାପଡ଼ିଛି।

ସେହିପରି ବଡ଼ଚିନ୍ଦ୍ରିଠାରେ ଜିଲା ମଙ୍ଗଳ ଅଧିକାରୀ ସୁନିଲ କୁମାର ତାଣ୍ଡି, ଜିଲା ଶିକ୍ଷା ଅଧିକାରୀ ଡ. ପ୍ରଶାନ୍ତ କୁମାର ମହାନ୍ତି ଏବଂ ସିଆରସିସି ପ୍ରଦୀପ କୁମାର ପାତ୍ର ନିମନ୍ତ୍ରଣପତ୍ର ବଣ୍ଟନ କରିଥିବା ବେଳେ ପୋଡ଼ଗଡଠାରେ ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଅର୍ପିତା ପ୍ରଧାନ ଅଭିଭାବକମାନଙ୍କୁ ନିମନ୍ତ୍ରଣପତ୍ର ବାଣ୍ଟିଥିବା ଜଣାପଡିଛି। ୫+ ବର୍ଷ ବୟସର ପିଲା ଶିଶୁବାଟିକାରେ ପ୍ରାଥମିକ ଶ୍ରେଣୀ ଥିବା ବିଦ୍ୟାଳୟରେ ନାମ ଲେଖାଇ ପାରିବେ ବୋଲି ସୂଚନା ମିଳିଛି। ଯେଉଁ ପିଲାଙ୍କ ବୟସ ୬+ ବର୍ଷ ସେମାନେ ପ୍ରଥମ ଶ୍ରେଣୀରେ ନାମ ଲେଖାଇ ପାରିବେ ବୋଲି ଜଣାପଡ଼ିଛି। ଯେଉଁ ସରକାରୀ ବିଦ୍ୟାଳୟରେ ପ୍ରାଥମିକ ଶ୍ରେଣୀ ରହିଛି ସେହି ବିଦ୍ୟାଳୟଗୁଡ଼ିକରେ ଏପ୍ରିଲ ୨ ରୁ ୫ ତାରିଖ ଯାଏ ଏହି କାର୍ଯ୍ୟକ୍ରମ ଚାଲିବ। ତେଣୁ ମାର୍ଚ୍ଚ୨୮ ପୂର୍ବରୁ ଯୋଗ୍ୟ ଅଭିଭାବକମାନଙ୍କ ଘରକୁ ଯାଇ ନିମନ୍ତ୍ରଣପତ୍ର ବାଣ୍ଟିବାକୁ ସମସ୍ତ ବିଦ୍ୟାଳୟଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri