ଜଙ୍ଗଲରେ ପଡ଼ିଥିବା ଖୁଣ୍ଟିକୁ ନେଇ ରାଜନୀତି: ଆନ୍ଧ୍ର ତହସିଲଦାରଙ୍କ ନିକଟରେ ସୁରକ୍ଷା ଦାବି କଲେ ଗ୍ରାମବାସୀ

ପଟ୍ଟାଙ୍ଗି,୨୩ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀରେ ଥିବା କୋଟିଆ ପଞ୍ଚାୟତ ଉପରସେମ୍ବି ଗ୍ରାମ ନିକଟ ଜଙ୍ଗଲରେ ପଡ଼ିଥିବା ସୀମା ଚିହ୍ନଟ ଖୁଣ୍ଟିକୁ ନେଇ ଆନ୍ଧ୍ରର ରାଜନୈତିକ ଦଳ ରାଜନୀତି କରୁଥିବା ବେଳେ ଓଡ଼ିଶା ସୀମାନ୍ତବାସୀ ସ୍ଥାନୀୟ ପ୍ରଶାସନ ଉପରୁ ବିଶ୍ୱାସ ହରାଉଛନ୍ତି। ସୁରକ୍ଷା ପାଇଁ ଆନ୍ଧ୍ର ପ୍ରଶାସନକୁ ଲିଖିତ ଦାବି ଜଣାଇଛନ୍ତି। ଆନ୍ଧ୍ରର ଜନସେନା ଦଳର ଆଦିବାସୀ ଆଇନ ପରାମର୍ଶଦାତା ରେଗୁମେଶ୍ୱର ରାଓ ରବିବାର ଜଙ୍ଗଲ ପରିଦର୍ଶନ କରି ଫେରିଥିବା ଜଣାପଡ଼ିଛି।

ଏହି ଦଳର ଆଦିବାସୀ ଆଇନ ପରାମର୍ଶଦାତା ରାଓ ଉପରସେମ୍ବି ଗ୍ରାମରେ ପହଞ୍ଚି ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ଜଙ୍ଗଲରେ ପଡି ରହିଥିବା ସୀମା ଚିହ୍ନଟ ଖୁଣ୍ଟିକୁ ଦେଖିବା ସହ କୋଟିଆ ପଞ୍ଚାୟତକୁ ନେଇ ଦୁଇ ରାଜ୍ୟ ମଧ୍ୟରେ ବିବାଦ ଲାଗି ରହିଛି।

ଏହାକୁ ନେଇ ସୁପ୍ରିମକୋର୍ଟରେ ମାମଲା ବିଚାରାଧୀନ ଥିବା ବେଳେ ଓଡ଼ିଶା ସରକାରଙ୍କ ପକ୍ଷରୁ ମନମୁତାବକ କାର୍ଯ୍ୟ ଠିକ୍‌ ନୁହେଁ, ଏହା ଉପରେ ବିଚାର କରିବା ଆବଶ୍ୟକ ରହିଛି ବୋଲି କହିଛନ୍ତି। ସେପଟେ ଖୁଣ୍ଟି ପଡି ରହିଥିବା ଘଟଣାକୁ ନେଇ ଉପରସେମ୍ବି ଗ୍ରାମବାସୀ ଆନ୍ଧ୍ରର ସାଲୁର ତହସିଲଦାରଙ୍କ ନିକଟରେ ପହଞ୍ଚି ଆମକୁ ସୁରକ୍ଷା ଦିଆଯାଉ ବୋଲି ଲିଖିତ ଭାବେ ଜଣାଇଛନ୍ତି।

ସୋମବାର ଆନ୍ଧ୍ର ତହସିଲ କାର୍ଯ୍ୟାଳୟର ଏକ ପ୍ରତିନିଧି ଦଳ ଓଡ଼ିଶାରରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ରହିଛି। ଏ ସମ୍ପର୍କରେ ପଟ୍ଟାଙ୍ଗି ତହସିଲଦାର ଦେବେନ୍ଦ୍ର ବାହାଦୂର ସିଂ ଧାରୁଆଙ୍କୁ ପଚାରିବାରୁ ଏହି ଜଙ୍ଗଲରେ ପଡିଥିବା ଖୁଣ୍ଟି ଓଡ଼ିଶାର ବିଦ୍ୟୁତ୍‌ ବିଭାଗ ପକ୍ଷରୁ ସୀମାନ୍ତ ଗ୍ରାମବାସୀଙ୍କ ପାଇଁ ବିଦ୍ୟୁତ୍‌ ସେବା ଯୋଗାଇ ଦେବା ସହ ଏକ ସବ୍‌ଷ୍ଟେଶନ୍‌ ନିର୍ମାଣ କରିବାକୁ ଜାଗା ଚିହ୍ନଟ କରାଯାଇ ଖୁଣ୍ଟି ପୋତିବା ପାଇଁ ପଦକ୍ଷେପ ନିଆଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri