ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାପି ହୋଇଗଲେ ଚାଳକ

ଦେବଗଡ଼,୨୪ା୩(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ବଲାଣି ଟୋଲ ପ୍ଲାଜା ନିକଟରେ ଏକ ଲୁହା ପଥର ବୋଝେଇ ଟ୍ରକ୍‌ ପଛପଟରେ ଆଉ ଏକ ଟ୍ରକ୍‌ ପିଟି ହେବାରୁ ଟ୍ରକ୍‌ରେ ଚାପି ହୋଇ ଚାଳକଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, କୋଇଡ଼ା ଅଞ୍ଚଳରୁ ଲୁହାପଥର ବୋଝେଇ କରି ଏକ ଟ୍ରକ୍‌ ବାରକୋଟ ଅଭିମୁଖେ ଆସୁଥିବା ସମୟରେ ବଲାଣି ଟୋଲ ପ୍ଲାଜା ନିକଟରେ ଟ୍ରକ୍‌ର ଆଗ ଚକା ଫାଟି ଯିବାରୁ ଚାଳକ ହଠାତ ଗାଡ଼ିକୁ ଅଟକାଇ ଥିଲେ। ଫଳରେ ଉକ୍ତ ଟ୍ରକ ପଛ ପଟୁ ଆସୁଥିବା ଆଉ ଏକ ଟ୍ରକ୍‌ ପଛ ପଟୁ ଧକ୍କା ଦେଇଥିଲା l ଟ୍ରକ ଧକ୍କା ଫଳରେ ପଛ ଟ୍ରକର ଚାଳକ କ୍ୟାବିନ ମଧ୍ୟରେ ଚାପି ହୋଇ ଘଟଣାସ୍ଥଳରେ ମୃତ୍ୟୁବରଣ କରିଥିଲେ। ସୂଚନା ପାଇ ବାରକୋଟ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌ ଦୁଇଟିକୁ ଜବତ କରିବା ସହ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି l ମୃତ ଚାଳକ କେନ୍ଦୁଝର ଜିଲା ତୁରୁମୁର୍ଙ୍ଗl ଥାନା ଡଲାଙ୍ଗ ଗ୍ରାମର ମହେଶ୍ୱର ମହନ୍ତ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri