ଢେଙ୍କାନାଳ ଅଫିସ, ୨୮।୮-ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଥିବା ହିତାଧିକାରୀଙ୍କ ବିଲ୍କୁ ନେଇ ଢେଙ୍କାନାଳ ଜିଲା ହିନ୍ଦୋଳ ବିଡିଓ ହେମନ୍ତ କୁମାର ମହନ୍ତ ଏବଂ ହାତୁରା ସମିତିସଭ୍ୟା ପଦ୍ମାବତୀ ରାଉତଙ୍କ ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ନେଇ ସମିତିସଭ୍ୟା ହିନ୍ଦୋଳ ଥାନାରେ ବିଡିଓଙ୍କ ନାମରେ ଏତଲା ଦେଇଛନ୍ତି। ଏଥିସହ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ ମଧ୍ୟ କରିଛନ୍ତି। ଜନପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ଏହି ବିବାଦ ଏବେ ଚର୍ଚ୍ଚାର ବିଷୟ ପାଲଟିଛି।
ସମିତିସଭ୍ୟାଙ୍କ ଅଭିଯୋଗ ଅନୁଯାୟୀ, ପଞ୍ଚାୟତରେ ଇନ୍ଦିରା ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଥିବା ହିତାଧିକାରୀଙ୍କ ବିଲ୍ ହେଉନାହିଁ। ଅଗଷ୍ଟ ୨୨ ମଧ୍ୟାହ୍ନ ୧୨ଟାରେ ସେ ବ୍ଲକ କାର୍ଯ୍ୟାଳୟକୁ ଯାଇ ବିଡିଓଙ୍କୁ ଏ ସମ୍ପର୍କରେ ପଚାରିଥିଲେ। ଏଥିରେ ବିଡିଓ ଉତ୍ତ୍ୟକ୍ତ ହୋଇ ତାଙ୍କୁ ଗାଳିଗୁଲଜ କରିଥିଲେ। ଏଥିସହ ପ୍ରକୋଷ୍ଠରୁ ବାହାର କରିଦେଇଥିଲେ ବୋଲି ସେ ଜିଲାପାଳଙ୍କ ନିକଟରେ କରିଥିବା ଅଭିଯୋଗପତ୍ରରେ ଦର୍ଶାଇଛନ୍ତି। ଏ ନେଇ ବ୍ଲକ ଅଧ୍ୟକ୍ଷ ପ୍ରିୟରଞ୍ଜନ ମାହୁନ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ସେ ସୂଚନା ଦେଇଛନ୍ତି।
ଆସିଥିବା ଅଭିଯୋଗର ପ୍ରତିକ୍ରିୟାରେ ବିଡିଓ କୁହନ୍ତି, ସମିତିସଭ୍ୟାଙ୍କ ଏପରି ଅଭିଯୋଗ ଅଭ୍ୟାସଗତ। ଏଥିପୂର୍ବରୁ ମଧ୍ୟ ସେ ଜଣେ ଏବିଡିଓଙ୍କ ନାମରେ ମିଥ୍ୟା ଅଭିଯୋଗ ଆଣିଥିଲେ। ପ୍ରକୋଷ୍ଠକୁ ଆସି ପାଟିତୁଣ୍ଡ କରିଥିଲେ। ଆଗରୁ ମଧ୍ୟ ଅନେକ ଥର ସେ ଏପରି ଆଚରଣ ପ୍ରଦର୍ଶନ କରିଥିବା ବିଡିଓ ସ୍ପଷ୍ଟୀକରଣ ରଖିଛନ୍ତି। ସେହିପରି ଥାନାଅଧିକାରୀ ଅନାଦି ଚରଣ ପଟ୍ଟାୟତ କୁହନ୍ତି, ଘଟଣାର ତଦନ୍ତ କରାଯାଇଥିଲା। ବିଡିଓଙ୍କ ବିରୋଧରେ ଆସିଥିବା ଅଭିଯୋଗ ସମ୍ପୂର୍ଣ୍ଣ ମିଥ୍ୟା ବୋଲି ଜଣାପଡ଼ିଛି। ତେବେ ଥାନାଧିକାରୀଙ୍କ ମତକୁ ନେଇ ସମିତିସଭ୍ୟା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ପୋଲିସ ପ୍ରଶାସନିକ ଅଧିକାରୀଙ୍କୁ ସମର୍ଥନ କରୁଛି। ଅଭିଯୋଗ ପରେ ମାମଲା ରୁଜୁ କରାଯାଉନାହିଁ। ସମସ୍ତ ଘଟଣାବଳୀ ସମ୍ପର୍କରେ ବ୍ଲକ ଅଧ୍ୟକ୍ଷ ପ୍ରିୟରଞ୍ଜନ ମାହୁନ୍ତଙ୍କ ମତାମତ ଲୋଡ଼ାଯାଇଥିଲା। ସେ କୁହନ୍ତି, ଘଟଣା ସମ୍ପର୍କରେ ସୂଚନା ପାଇଛନ୍ତି। ସମିତିସଭ୍ୟା ଲିଖିତ ଆକାରରେ ଦେଲେ ଆଲୋଚନା କରାଯିବ।
ଜନପ୍ରତିନିଧି-ପ୍ରଶାସନିକ ଅଧିକାରୀ ମୁହାଁମୁହିଁ: ବିଡିଓଙ୍କ ନାମରେ ସମିତିସଭ୍ୟାଙ୍କ ଏତଲା
Posted inଆମ ଜିଲା ଖବର, ଢେଙ୍କାନାଳ View All
କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ
ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...
୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ
ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...
ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ
ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...
ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…
ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...
ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ
ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...
ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…
ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...
ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍: ପୁରୁଷୋତ୍ତମପୁର ଏସ୍ଡିପିଓ, ଗଞ୍ଜାମ ଥାନା ପ୍ରଥମ
ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍ ନେଟ୍ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍ଏସ୍) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍...
ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …
ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...
Archives


