ବନ୍ୟପ୍ରାଣୀ ୱିଂଗାଡି ଉଦଘାଟିତ: ଭିଡିଓ ମାଧ୍ୟମରେ ଜଙ୍ଗଲ ସୁରକ୍ଷା ସଚେତନତା ବାର୍ତ୍ତା

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡର ଜଙ୍ଗଲ ସୁରକ୍ଷା, ବନ୍ୟପ୍ରାଣୀ ଉଦ୍ଧାର ଏବଂ ଜଙ୍ଗଲ ନିଆଁ ଦାଉରୁ ରକ୍ଷା ପାଇଁ ରାଜ୍ୟ ସରକାର ବନ୍ୟପ୍ରାଣୀ ୱିଂ ଗାଡି ଯୋଗାଇ ଦେଇଛନ୍ତି। ରାଜ୍ୟର ପ୍ରତ୍ୟେକ ବନଖଣ୍ଡକୁ ଏହିଭଳି ଗୋଟିଏ ଗୋଟିଏ ଗାଡି ଦିଆଯାଇଥିବା ଜଣାପଡିଛି।
ଉକ୍ତ ଗାଡିରେ ଆଧୁନିକ ଯନ୍ତ୍ରପାତି ସବୁ ଅଛି। ଯାହାକି ଜଙ୍ଗଲ ସୁରକ୍ଷା ଏବଂ ବନ୍ୟପ୍ରାଣୀ ସୁରକ୍ଷାରେ କାମ ଆସିବ। ଉକ୍ତ ଗାଡିକୁ ସୋମବାର ସାଂରେ ସ୍ଥାନୀୟ ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ
ଡି ଏଫ୍‌ ଓ ହିମାଂଶୁ ଶେଖର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ହଲାଇ ଶୁଭାରମ୍ଭ କରିଥିଲେ। ଏହି ସମୟରେ ଏସିଏଫ୍‌ ବିବେକ କୁମାର ଦାସ, ମୁଜାଗଡ଼ ରେଞ୍ଜର ବିମ୍ବାଧର ସାହୁ, କେନ୍ଦ୍ରୀୟ ବନାଞ୍ଚଳ ଅଧିକାରୀ ପୃଥିବୀ ରାଜ ପ୍ରଧାନ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ। ଏଥିସହ ସୋମବାର ଭିଡିଓ ମାଧ୍ୟମରେ ଜଙ୍ଗଲ ସୁରକ୍ଷା ବାର୍ତ୍ତା ଗ୍ରାମାଞ୍ଚଳରେ ପହଞ୍ଚାଇବା ପାଇଁ ଆଉ ଏକ ଗାଡି ଉଦଘାଟିତ ହୋଇଯାଇଛି। ଏହାକୁ ମଧ୍ୟ ଅତିଥିମାନେ ଉଦଘାଟନ କରିଥିଲେ। ଏହି ଅବସରରେ ଡିଏଫ ଓ ମହାନ୍ତି କହିଥିଲେ ଯେ ଜଙ୍ଗଲ ସୁରକ୍ଷା ଏବଂ ସଚେତନତା ବାର୍ତ୍ତା ପହଞ୍ଚାଇବା ପାଇଁ ଉକ୍ତ ଦୁଇଟି ଗାଡି କାମରେ ଆସିବ। ବନଖଣ୍ଡର ସମସ୍ତ ଗ୍ରାମରେ ଭିଡିଓ ମାଧ୍ୟମରେ ଲୋକଙ୍କୁ ଜଙ୍ଗଲ ସୁରକ୍ଷା, ଜଙ୍ଗଲ ଆଇନ ସମେତ ବିଭିନ୍ନ ବିଷୟରେ ସଚେତନତା କରାଯିବ। ଏହାଦ୍ବାରା ଲୋକଙ୍କ ମଧ୍ୟରେ ସଚେତନତା ବଢିବ। ଫଳରେ ମଣିଷ ଏବଂ ବନ୍ୟପ୍ରାଣୀ ମଧ୍ୟରେ ଯେଉଁ ଲଢ଼େଇ ହେଉଛି ତାହା କମିପାରିବ ବୋଲି ଡି ଏଫ ଓ କହିଥିଲେ। ସେହିଭଳି ଦକ୍ଷିଣ ଘୁମୁସର ବନଖଣ୍ଡକୁ ମଧ୍ୟ ଏହିଭଳି ବନ୍ୟପ୍ରାଣୀ ୱିଂ ଗୋଟିଏ ଗାଡି ଆସିଛି। ତାହା ବିଭାଗ ସେବାରେ ଲାଗିଛି ବୋଲି ଡି ଏଫ ଓ ବିନୋଦ ଆଚାର୍ଯ୍ୟ ଏଠାରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri