ଲାଇଭ୍‌ ଶୋ’ରେ ଭୋ ଭୋ ହୋଇ କାନ୍ଦିଲେ ନେହା କକ୍କର, ଏହି ଭୁଲ ପାଇଁ…

ମୁମ୍ବାଇ: ବଲିଉଡର ଲୋକପ୍ରିୟ ଗାୟିକାଙ୍କ ମଧ୍ୟରୁ ନେହା କକ୍କର ଜଣେ। ଏକଦା ଇଣ୍ଡିଆନ ଆଇଡଲ୍‌ ଶୋ’ରେ ପ୍ରତିଯୋଗୀ ଭାବେ ସାମିଲ ହୋଇଥିବା ଏହି ଗାୟିକା ଆଜି ସଫଳତାର ଶୀର୍ଷରେ। ଲୋକପ୍ରିୟତା ଯୋଗୁ ସମାନ ଶୋ’ରେ ବିଚାରପତି ଆସନ ସେ ଅଳଙ୍କୃତ କରିଛନ୍ତି। ସାରା ବିଶ୍ୱରେ ନେହା ଲାଇଭ୍‌ କନସର୍ଟ କରିଥାନ୍ତି। ହେଲେ ଏବେ ଏକ ଲାଇଭ୍‌ ଶୋ’ରେ ତାଙ୍କୁ ଭୋ ଭୋ ହୋଇ କାନ୍ଦୁଥିବା ଦେଖାଯାଇଛି। ପ୍ରଶଂସକମାନେ ତାଙ୍କ ଉପରେ ରାଗିଯାଇ ପଳାଇଯାଅ ବୋଲି ମଧ୍ୟ କହିଛନ୍ତି।

ଅଷ୍ଟ୍ରେଲିଆର ମେଲବର୍ନରେ ଏକ ଲାଇଭ୍‌ ଶୋ’ ସମୟରେ ନେହା ବଡ଼ ଭୁଲ କରିଦେଇଥିଲେ। ଶୋ’ରେ ସେ ତିନି ଘଣ୍ଟା ବିଳମ୍ବରେ ପହଞ୍ଚିଥିଲେ। ପ୍ରଶଂସକ ଗାୟିକାଙ୍କ ଅପେକ୍ଷା କରି ନିରାଶ ହୋଇଯାଇଥିଲେ। ପରେ ଯେତେବେଳେ ସେ ପହଞ୍ଚିଥିଲେ ପ୍ରଶଂସକ ଖପ୍ପା ହୋଇଯାଇଥିଲେ। ରାଗରେ ତାଙ୍କୁ ଚାଲିଯିବାକୁ କହିଥିଲେ। ଏହାଶୁଣି ନେହା ଭୋ ଭୋ ହୋଇ କାନ୍ଦିଥିଲେ। ବିଳମ୍ବରେ ପହଞ୍ଚିଥିବା ଲାଗି ସେ କ୍ଷମା ମାଗିଥିଲେ ହେଁ ପ୍ରଶଂସକଙ୍କ ରାଗ ଶାନ୍ତ ହୋଇ ନ ଥିଲା।

ସୋସିଆଲ ମିଡିଆରେ ନେହାଙ୍କ ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ସେ ଲାଇଭ କନସର୍ଟ ସମୟରେ କାନ୍ଦୁଥିବା ନଜର ଆସୁଛନ୍ତି।

 

View this post on Instagram

 

A post shared by Monika Sharma (@mona_sha1411)


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri