ସସ୍‌ପେଣ୍ଡ ପରେ ସିଧା ଶୁଣାଇଦେଲେ ସୋଫିଆ, ରାଜନୀତିରେ ହଇଚଇ

ଭୁବନେଶ୍ୱର,୨୫।୩: ବିଧାନସଭାରୁ ଆସିଛି ବଡ଼ ଖବର। ନିଲମ୍ବିତ ହୋଇଛନ୍ତି କଂଗ୍ରେସର ୧୨ ଜଣ ବିଧାୟକ। ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ ୧୨ଜଣ ବିଧାୟକଙ୍କୁ ୭ ଦିନ ପାଇଁ ନିଲମ୍ବିତ କରାଯାଇଛି । ବାଚସ୍ପତିଙ୍କ ପ୍ରତି ଅସମ୍ମାନ, ବିଧାନସଭାରେ ଅଶୋଭନୀୟ ଆଚରଣ ଓ ବିଧାନସଭାର ନିୟମ ଉଲ୍ଲଘଂନ ପାଇଁ କଂଗ୍ରେସ ସଦସ୍ୟ ରାମଚନ୍ଦ୍ର କାଡାମ, ରାଜନ ଏକ୍କା, ଦାଶରଥୀ ଗମାଙ୍ଗ, ଅଶୋକ ଦାସ, ସତ୍ୟଜିତ ଗମାଙ୍ଗ, ସାଗର ଦାସ, କାଡ୍ରାକା ଆପଲ ସ୍ବାମୀ, ପ୍ରଫୁଲ୍ଲ ପ୍ରଧାନ, ପବିତ୍ର ସାଉଁତା, ସୋଫିଆ ଫିର୍ଦ୍ଦୋସ, ମଙ୍ଗୁ ଖିଲ ଓ ନୀଳମାଧବ ହିକକାଙ୍କୁ ନିଲମ୍ବନ କରାଯାଇଛି।

ନିଲମ୍ବନ ପରେ କଂଗ୍ରେସ ନେତ୍ରୀ ସୋଫିଆ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ମହିଳାଙ୍କ ପାଇଁ ଲଢେଇ କରିବା କ’ଣ ଅନ୍ୟାୟ। ସରକାର ଗୃହ ଭିତରେ ନିଜେ ମାନୁଛନ୍ତି ଯେ, ରାଜ୍ୟରେ ମହିଳାଙ୍କ ପ୍ରତି ଅପରାଧ ବଢୁଛି। ପ୍ରଥମ ଦିନରୁ ଦାବି କରାଯାଉଛି ଯେ, ମହିଳାଙ୍କ ପ୍ରତି ଅନ୍ୟାୟ ନେଇ ହାଉସ କମିଟି ଗଠନ କରାଯାଉ। ହେଲେ ସେ ଆମର ସ୍ବର ଚପାଇବା ପାଇଁ ଏପରି ନିଷ୍ପତ୍ତି ନେଇଛନ୍ତି। ଯାହାକୁ କଂଗ୍ରେସ କଡ଼ା ନିନ୍ଦା କରୁଛି। ସରକାର ଚାହିଁଲେ ସବୁକିଛି କରିପାରିବେ। ହେଲେ ଆମ ପ୍ରତି ସରକାରଙ୍କ ଏଭଳି ଆଚରଣ କଦାପି ଠିକ୍‌ ନୁହେଁ। ଗୃହ ଭିତରେ ସ୍ବର ଚାପୁଛନ୍ତି ହେଲେ ବାହାରେ ଚାପି ପାରିବେ ନାହିଁ। ୨୭ରେ ଜୋରଦାର ବିରୋଧ କରିବୁ। ଏଥିରେ ସରକାରଙ୍କ ଉପରେ ବଡ଼ ପ୍ରଭାବ ପଡିବ।

ବିଧାୟକଙ୍କ ନିଲମ୍ବନ ପାଇଁ ପ୍ରସ୍ତାବ ଆଣିଛନ୍ତି ସରକାରୀ ଦଳ ମୁଖ୍ୟ ସଚେତକ।କଂଗ୍ରେସର ମୋଟ ୧୪ ବିଧାୟକଙ୍କ ଭିତରୁ ୧୨ ଜଣ ନିଲମ୍ବିତ ହୋଇଛନ୍ତି। ତାରା ବାହିନୀପତି ଏବଂ ରମେଶ ଜେନାଙ୍କୁ ଛାଡ଼ି ଅନ୍ୟ ସମସ୍ତେ ନିଲମ୍ବିତ। ତେବେ ନିଲମ୍ବନ ପରେ ବାଚସ୍ପତିଙ୍କ ପୋଡିୟମ ତଳେ କଂଗ୍ରେସ ବିଧାୟକ ପ୍ରତିବାଦ କରିଛନ୍ତି।

ସେହିପରି କଂଗ୍ରେସ ବିଧାୟକ ତାରା ବାହିନୀପତି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଜୋରଦାର ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗଣତନ୍ତ୍ରକୁ ହତ୍ୟା କରାଯାଇଛି, ଇତିହାସ ହୋଇ ରହିବ। ବରଦାସ୍ତ କରିବୁନି, ଭୟ କରୁନୁ, ଲଢ଼େଇ କରିବୁ। ପିସିସି ସଭାପତି, ନେତା ଯାହା ନିଷ୍ପତ୍ତି ନେବେ ସେଇଆ କରିବୁ। ଆମ ଆଚରଣ ଯଦି ଅଶୋଭନୀୟ, ଗତ ୫ ବର୍ଷରେ କଣ କରିଥିଲେ। ୨୭ରେ ବିଧାନସଭା ଘେରାଉ କରିବୁ, ଜୋରଦାର ଲଢ଼େଇ କରିବୁ।

ଏନେଇ ପିସିସି ସଭାପତି ଭକ୍ତ ଦାସ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଆଲୋଚନା ପାଇଁ ଡାକିଲେ, କଥାବାର୍ତ୍ତା କଲେ, କିନ୍ତୁ ସମାଧାନ କଲେନି। ହାଉସ କମିଟି ଗଠନ କରିଥିଲେ କଣ ଅସୁବିଧା ହୋଇଥାନ୍ତା। ହାଉସ କମିଟି ଗଠନ କରିଥିଲେ ଗୃହ ଭଲରେ ଚାଲିଥାନ୍ତା। ଏହାକୁ ଆମେ ଦୃଢ ବିରୋଧ କରୁଛୁ। ଏନେଇ ୨୭ରେ ଜୋରଦାର ବିରୋଧ ପ୍ରଦର୍ଶନ ହେବ। ଆପଣମାନେ ନିଶ୍ଚୟ ଦେଖିବେ। ସେହିପରି ବିଜେଡିକୁ ମଧ୍ୟ ଟାର୍ଗେଟ କରିଛନ୍ତି ଭକ୍ତ ଦାସ। ସେ କହିଛନ୍ତି, ବିଜେଡି ଦାବି କରିଥିଲେ ହାଉସ କମିଟି କରିବାକୁ ବାଧ୍ୟ ହୋଇଥାନ୍ତେ।


Enter your email to get our daily news in your inbox.

All Right Reserved By Dharitri.Com

ଅନୁ ଗର୍ଗ ନୂଆ ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Govt Jobs: ବିନା ଇଣ୍ଟରଭ୍ୟୁରେ, ବିନା ପରୀକ୍ଷାରେ ଏମିତି ଉଠାନ୍ତୁ ସରକାରୀ ଚାକିରିର ସୁବିଧା

ନୂଆଦିଲ୍ଲୀ,୨୪।୧୨: ୟୁନାଇଟେଡ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ୧୫୩ଟି ପ୍ରଶାସନିକ ଅଧିକାରୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ସବୁଠାରୁ ଭଲ କଥା ହେଉଛି...

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri