ଟିକାବାଲି ଅଞ୍ଚଳରେ ଚାଞ୍ଚଲ୍ୟ, ବିଲ ଭିତରେ ଯୁବକଙ୍କ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର

ଫୁଲବାଣୀ, ୨୫।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଟିକାବାଲି ଥାନା ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଛି। ହତ୍ୟାକାରୀ ତାଙ୍କ ମୁଣ୍ଡ କାଟି ନେଇ ପଳେଇଛନ୍ତି। ମୃତ ଯୁବକ ହେଲେ ବଡ଼ିମୁଣ୍ଡା ଅଞ୍ଚଳର ବରସାହିର ପବିତ୍ର ପ୍ରଧାନ (୪୫)।

ମିଳିଥିବା ସୂଚନା ଅନୁସାରେ ସୋମବାର ମଧ୍ୟାହ୍ନ ୧୨ଟା ବେଳେ ଛେଳି ଚରାଇବା ପାଇଁ ନିକଟସୁ ନଦୀକୂଳକୁ ଯାଇଥିଲେ। ସଂଧ୍ୟା ପର୍ଯ୍ୟନ୍ତ ଘରକୁ ନ ଫେରିବାରୁ ଘରଲୋକ ଖୋଜାଖୋଜି କରିଥିଲେ। ଏହି ସମୟରେ ନଦୀ ପାଖ ଏକ ବିଲ ଭିତରେ ପବିତ୍ରଙ୍କ ମୁଣ୍ଡ ବିହୀନ ମୃତଦେହ ପଡ଼ିଥିବା ଦେଖୁବାକୁ ମିଳିଥିଲା। ସୂଚନା ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବର୍ତ୍ତମାନ ସୁଦ୍ଧା ଏ ସମ୍ପର୍କରେ କୌଣସି ମିଳି ପାରିନାହିଁ । ଗୁଣିଗାରେଡ଼ିକୁ ନେଇ ଏଭଳି ଘଟି ଥାଇପାରେ ବୋଲି ଆଲୋଚନା ଚାଲିଥିବା ବେଳେ ତଦନ୍ତ ପରେ ଯାହା କିଛି କହିହେବ ବୋଲି ଏସଆଇ ରବୀନ୍ଦ୍ର ହେମ୍ବ୍ରମ କହିଛନ୍ତି। ପବିତ୍ର ଜଣେ କୃଷକ। ତାଙ୍କର ଗୋଟିଏ ଝିଅ ଏବଂ ଦୁଇ ପୁଅ ଅଛନ୍ତି। କୌଣସି ବ୍ୟକ୍ତି ସହିତ ତାଙ୍କର ଶତ୍ରୁତା ନ ଥିବା ପରିବାର ଲୋକ ପ୍ରକାଶ କରିଛନ୍ତି। ଏହି ଘଟଣା ଟିକାବାଲି ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri