Posted inଜାତୀୟ

ଋଣ ଛାଡ଼ ପାଇଁ ସ୍ବାମୀଙ୍କୁ ମୃତ ଘୋଷଣା

ଗୋରଖପୁର (ଉତ୍ତରପ୍ରଦେଶ),୨୬।୩:  ଗ୍ରାମାଞ୍ଚଳ ମହିଳାମାନଙ୍କୁ ଆର୍ଥିକ କ୍ଷେତ୍ରରେ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ସେମାନଙ୍କୁ କମ୍‌ ସୁଧ ହାରରେ ଋଣ ପ୍ରଦାନ କରାଯାଉଛି। ଏପରି କି କେତେକ କ୍ଷେତ୍ରରେ ସୁଧ ମଧ୍ୟ ଛାଡ଼ କରାଯାଉଛି। ହେଲେ ବେଳେବେଳେ ଏହାର ଦୁରୁପଯୋଗ କରାଯାଉଥିବା ଦେଖିବାକୁ ମିଳୁଛି। ନିକଟରେ ଉତ୍ତରପ୍ରଦେଶ ଗୋରଖପୁର ଅଞ୍ଚଳରେ ଏଭଳି ଏକ ଘଟଣା ସାମ୍‌ନାକୁ ଆସିଛି। ଋଣ ଛାଡ଼ ପାଇଁ କେତେଜଣ ମହିଳା ସେମାନଙ୍କ ଜୀବିତ ସ୍ବାମୀଙ୍କ ଜାଲ୍‌ ମୃତ ପ୍ରମାଣପତ୍ର ବାହାର କରି ବ୍ୟାଙ୍କରେ ଦାଖଲ କରିଛନ୍ତି। ଏହି ଘଟଣା ଜଣାପଡ଼ିବା ପରେ ପୋଲିସ ୪ଜଣ ମହିଳାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏଥିସହ ଏଥିରେ ଆଉ କାହାର ସମ୍ପୃକ୍ତି ଅଛି କି ନାହିଁ, ସେନେଇ ପୋଲିସ ତଦନ୍ତ ଆରମ୍ଭ କରିଛି।
ମିଳିଥିବା ସୂଚନାନୁସାରେ, ଇଣ୍ଡସଇଣ୍ଡ ବ୍ୟାଙ୍କର ଏକ ସବ୍‌ସିଡିଆରି ଭାରତ ଫାଇନାନ୍‌ସିଆଲ୍‌ ଇନ୍‌କ୍ଲୁଜନ ଲିମିଟେଡରୁ କେତେଜଣ ମହିଳା ଗ୍ରୁପ୍‌ ଲୋନ୍‌ ବା ଗୋଷ୍ଠୀ ଋଣ ନେଇଥିଲେ। ମହିଳାମାନଙ୍କୁ ରୋଜଗାରକ୍ଷମ କରିବା ଉଦ୍ଦେଶ୍ୟରେ ଏହି ଋଣ ଯୋଗାଇ ଦିଆଯାଇଥିଲା। ଏପରି କି ଋଣ ପରିଶୋଧ ସମୟରେ ଯଦି କୌଣସି ମହିଳାଙ୍କ ସ୍ବାମୀଙ୍କ ମୃତ୍ୟୁ ଘଟେ, ତେବେ ସେମାନଙ୍କୁ ଋଣର ବାକି କିସ୍ତି ଛାଡ଼ ସହ ପୂର୍ବରୁ ଦେଇଥିବା କିସ୍ତିକୁ ଫେରସ୍ତ କରିବାର ନିୟମ ରହିଥିଲା। ଏହାର ସୁଯୋଗ ନେଇ ଋଣ ବୋଝରୁ ମୁକ୍ତି ପାଇବା ଲାଗି ୪ଜଣ ମହିଳା ସେମାନଙ୍କ ସ୍ବାମୀ ଜୀବିତ ଥାଇ ସୁଦ୍ଧା ଜାଲ୍‌ ମୃତ ପ୍ରମାଣପତ୍ର ସଂଗ୍ରହ କରିଥିଲେ। ଉକ୍ତ ମୃତ ଜାଲ୍‌ ପ୍ରମାଣପତ୍ରକୁ ବ୍ୟାଙ୍କରେ ଦାଖଲ କରି ଋଣ ଛାଡ଼ ପାଇଁ ଆବେଦନ କରିଥିଲେ। ଏପରି କି ସେମାନେ ପୂର୍ବରୁ ଭରିଥିବା କିସ୍ତି ଫେରିପାଇବା ପାଇଁ ବ୍ୟାଙ୍କରେ ଆବେଦନ ମଧ୍ୟ କରିଥିଲେ। ବ୍ୟାଙ୍କ ତରଫରୁ ଯାଞ୍ଚ ସମୟରେ ଉକ୍ତ ମୃତ ପ୍ରମାଣପତ୍ର ଜାଲ୍‌ ବୋଲି ଜଣାପଡ଼ିଥିଲା। ପରେ ଏନେଇ ବ୍ୟାଙ୍କ ପକ୍ଷରୁ ପୋଲିସକୁ ସୂଚନା ଦିଆଯାଇଥିଲା। ପୋଲିସ ଘଟଣାର ତଦନ୍ତ କରି ଗତ ରବିବାର ୪ମହିଳାଙ୍କୁ ଗିରଫ କରିଥିଲା। ଏହି ଘଟଣାରେ ଅନ୍ୟ କାହାରି ସମ୍ପୃକ୍ତି ରହିଛି, ସେନେଇ ପୋଲିସ ତଦନ୍ତ ଜାରି ରଖିବା ସହ ମୃତ ପ୍ରମାଣ ପତ୍ର ଯୋଗାଇଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri