ସିପିଙ୍କ କଲର୍‌ ଟାଣି ଆଣିଲେ କଂଗ୍ରେସ କର୍ମୀ, ରାଜଧାନୀରେ ହଇଚଇ

ଭୁବନେଶ୍ୱର,୨୬।୩: ବିଧାନସଭାରୁ ନିଲମ୍ବିତ ହୋଇଛି କଂଗ୍ରେସ । କଂଗ୍ରେସର ୧୪ରୁ ୧୪ ବିଧାୟକ ବିଧାନସଭାରୁ ନିଲମ୍ବିତ ହୋଇଛନ୍ତି । ଗତକାଲି ୧୨ ବିଧାୟକଙ୍କ ପରେ, ଆଜି ଆଉ ବାକି ୨ ବିଧାୟକଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି । ଆଜି ବିଧାନସଭାରେ ତାରା ବାହିନୀପତି ଏବଂ ରମେଶ ଜେନାଙ୍କ ନାଁ ନେଇ ବାଚସ୍ପତି କହିଥିଲେ ଯେ, ଗୃହରେ ବିଶୃଙ୍ଖଳା ସୃଷ୍ଟି କରିବା ସହ ଗୃହ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଓ ବାଚସ୍ପତିଙ୍କ ଆସନକୁ ଏହି ଦୁଇ ବିଧାୟକ ଅବମାନନା କରୁଛନ୍ତି । ତେଣୁ ଏହି ଦୁଇ ବିଧାୟକଙ୍କୁ ନିଲମ୍ବନ କରିଥିବା ନେଇ ବାଚସ୍ପତି ସୂଚନା ଦେଇଛନ୍ତି ।

ଏହାରି ଭିତରେ ପୋଲିସ ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ତୁମୁଳକାଣ୍ଡ ଦେଖିବାକୁ ମିଳିଛି। ବିଧାନସଭା ସାମ୍ନାରେ ଅତିରିକ୍ତ ସିପିଙ୍କୁ କଂଗ୍ରେସ କର୍ମୀଙ୍କ ଆକ୍ରମଣ। ଅତିରିକ୍ତ ପୋଲିସ କମିଶନର ନରସିଂହ ଭୋଳଙ୍କୁ ଆକ୍ରମଣ କରିଛି କଂଗ୍ରେସ। ସିପିଙ୍କ କଲର ଭିଡ଼ି ଧରି ମୁଣ୍ଡରୁ ଟୋପି ଖସାଇ ଦେଲେ କଂଗ୍ରେସ କର୍ମୀ। ବ୍ୟାରିକେଡ଼ ଭାଙ୍ଗି ଧସେଇ ପଶିବାକୁ ଉଦ୍ୟମ ବେଳେ ଅଟକାଇଥିଲା ପୋଲିସ। କଂଗ୍ରେସ କର୍ମୀଙ୍କୁ ବୁଝାଇବାକୁ ଉଦ୍ୟମ କରିଥିଲେ ଅତିରିକ୍ତ ସିପି ନରସିଂହ ଭୋଳ। ବିଧାୟକ ରମେଶ ଜେନା ଧସେଇ ପଶିବାକୁ ଉଦ୍ୟମ ବେଳେ ତାଙ୍କୁ ବୁଝାଇଥିଲେ। ଏତିକି ବେଳେ ଜଣେ କଂଗ୍ରେସ କର୍ମୀ ନରସିଂହଙ୍କ କଲର ଭିଡି ଧରିଥିଲେ। କଲର ଭିଡ଼ି ଧରିବା ସହ ମୁଣ୍ଡରୁ ଟୋପି ଖସାଇ ଦେଇଥିଲେ ସଂପୃକ୍ତ କର୍ମୀ।

ସସପେଣ୍ଡ ପରେ ତାରାଙ୍କ ପରେ କଂଗ୍ରେସ ନେତା ସୁର ରାଉତରା। ସେ କହିଛନ୍ତି, କାଲି ସରକାରଙ୍କୁ ବିରାଟ ଟ୍ରେଲର ଦେଖାଇବୁ। ଲକ୍ଷେ ଲୋକ ଆସୁଛନ୍ତି। ଗତକାଲି ଭଳି କଳା ଦିବସ ଓଡ଼ିଶା ରାଜନୀତିରେ କେବେ ଦେଖାଯା ନ ଥିଲା। କଂଗ୍ରେସ ବିଧାୟକଙ୍କୁ ବାଡେଇବା, ନେତାଙ୍କୁ ତଣ୍ଟିଆ ଦେଇ ମାଷ୍ଟରକ୍ୟାଣ୍ଟିନରେ ଛାଡିବା କଳଙ୍କିତ ଅଧ୍ୟାୟ। ପୋଲିସ, ଡିଜି ଓ ଅଫିସର ଟେକିଆଣି ଏମିତି ବ୍ୟବହାର କରିଛନ୍ତି। ଏହାର ପ୍ରତିବାଦରେ କାଲି ଲକ୍ଷେ ଲୋକ ଆସି ପହଞ୍ଚିବେ। ଗୁରୁବାର ବିଧାନସଭା ତାଲା ପକେଇବୁ।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri