ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନଭୋଜନ

ଭୁବନେଶ୍ୱର,୨୭ା୩: ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନଭୋଜନ। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି।  ଆସନ୍ତା ୨୦୨୫-୨୬ ଶିକ୍ଷାବର୍ଷଠାରୁ ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସରକାରୀ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଯୋଜନା କାର୍ଯ୍ୟକାରୀ ହେବ। ଏନେଇ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଏସ୍‌. କେ. ମହାପାତ୍ର ଏକ ବିଜ୍ଞପ୍ତି ଜରିଆରେ ପିଏମ୍‌ ପୋଷଣର ରାଜ୍ୟ ନୋଡାଲ ଅଧିକାରୀ ଗିରୀଶ ଚନ୍ଦ୍ର ସିଂହଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନା ମାଧ୍ୟମରେ ରାଜ୍ୟ ସରକାର ଏଥିପାଇଁ ୫୭୦.୭୧ କୋଟି ଟଙ୍କା ଖର୍ଚ୍ଚ କରିବେ। ଏବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାମାନଙ୍କୁ ମଧ୍ୟାହ୍ନଭୋଜନ ଦିଆଯାଉଥିବାବେଳେ ଏହି ଯୋଜନାରେ ନବମ ଓ ଦଶମ ପିଲାଙ୍କୁ ସାମିଲ କରିବାକୁ ଦୀର୍ଘଦିନ ହେବ ଦାବି ହୋଇ ଆସୁଥିଲା।
ଅନ୍ୟପକ୍ଷରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥାରେ ପିଲାଙ୍କୁ ପୋଷଣଯୁକ୍ତ ଲଡ଼ୁ ପ୍ରଦାନ ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ବୁଧବାର ଜାରି ନିର୍ଦ୍ଦେଶନାମାରେ ପରିବର୍ତ୍ତନ କରାଯାଇଛି। ଗୁରୁବାର ଏନେଇ ସଂଶୋଧିତ ନିର୍ଦ୍ଦେଶନାମା ପ୍ରକାଶ ପାଇଛି। ପିଲାଙ୍କୁ ମଧ୍ୟାହ୍ନଭୋଜନରେ ୩ଦିନ ଲଡ଼ୁ ଓ ୩ଦିନ ଅଣ୍ଡା ପ୍ରଦାନ କରାଯିବ। ପୂର୍ବରୁ ଦୁଇଦିନ ଅଣ୍ଡା ଦିଆଯାଉଥିବାବେଳେ ଏବେ ଶୁକ୍ରବାର ମଧ୍ୟାହ୍ନଭୋଜନରେ ଅତିରିକ୍ତ ଭାବେ ଅଣ୍ଡା ଦିଆଯିବ। ପିଏମ୍‌ ପୋଷଣ ଯୋଜନା ମାଧ୍ୟମରେ ପ୍ରଥମରୁ ଦଶମ ପର୍ଯ୍ୟନ୍ତ ପିଲାଙ୍କୁ ଏହି ଖାଦ୍ୟ ଦିଆଯିବ ବୋଲି ବିଭାଗ ପକ୍ଷରୁ ସବୁ ଜିଲାପାଳଙ୍କୁ ଚିଠି କରାଯାଇଛି।ଏଥିପାଇଁ ରାଜ୍ୟ ସରକାର ୫୭୦.୭୧ କୋଟି ଟଙ୍କା ବ୍ୟୟ କରିବେ। ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ବଜେଟ୍‌ରୁ ଖର୍ଚ୍ଚ ହେବ ବୋଲି ନିର୍ଦ୍ଦେଶାନମାରେ କୁହାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri