କ୍ୟାଡ଼ର ପୁନଃଗଠନ ଅନୁମୋଦନକୁ ନେଇ ଅସନ୍ତୋଷ: ଦାବି ପୂରଣ ନହେଲେ ଆନ୍ଦୋଳନ ଧମକ

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ): ରାଜ୍ୟ ସରକାରଙ୍କ ଓଡିଶା ବନ ଉନ୍ନୟନ ନିଗମ ପକ୍ଷରୁ ମଙ୍ଗଳବାର କ୍ୟାଡ଼ର ପୁନଃଗଠନକୁ ଅନୁମୋଦନ ଦିଆଯାଇଛି। ଉକ୍ତ ପୁନଃଗଠନରୁ ପିଅନ, ରାତ୍ର ଜଗୁଆଳି, ଡ୍ରାଇଭରଙ୍କୁ ବାଦ ଦିଆଯାଇଛି। ଯାହାକୁ ନେଇ ନିଖିଳ ଉତ୍କଳ ବନ ନିଗମ କର୍ମଚାରୀ ସଂଘ କେନ୍ଦ୍ରୀୟ ସଂଘ ପକ୍ଷରୁ ଅସନ୍ତୋଷ ବ୍ୟକ୍ତ କରାଯାଇଛି ।

ଏନେଇ ସଂଘର ରାଜ୍ୟ କାର୍ଯ୍ୟକାରୀ ସଭାପତି ସଂଗ୍ରାମ କେଶରୀ ପଟ୍ଟନାୟକ ଅସନ୍ତୋଷ ପ୍ରକାଶ କରି କହିଛନ୍ତି, ସରକାର ତୁରନ୍ତ ଉକ୍ତ କର୍ମଚାରୀଙ୍କ କଥାକୁ ବିଚାରକୁ ନେଇ ସେମାନଙ୍କୁ କ୍ୟାଡ଼ରଭୁକ୍ତ କରନ୍ତୁ। ନଚେତ୍‌ ଆଗାମୀ ଦିନରେ ସଂଘ ପକ୍ଷରୁ ଏନେଇ ରାଜ୍ୟ ସାରା ଆନ୍ଦୋଳନ କରାଯିବ। ଅନାବଶ୍ୟକ ଭାବରେ ଅନେକ ଅଧିକାରୀଙ୍କୁ କ୍ୟାଡ଼ରଭୁକ୍ତ କରାଯାଇଛି । ଯାହାକି ଆଗରୁ ନ ଥିଲା। ଏହା କର୍ମଚାରୀ ଶୋଷଣର ଏକ ଜ୍ୱଳନ୍ତ ଉଦାହରଣ ବୋଲି ସେ କହିଛନ୍ତି। ଏଥିସହ ସଂଗ୍ରାମଙ୍କ ନେତୃତ୍ୱରେ କିଛିଦିନ ପୂର୍ବେ ଭଞ୍ଜନଗର ଶାଖାର ଏକ ବୈଠକ ହୋଇଥିଲା। ବୈଠକରେ ସଙ୍ଘର ବିଭିନ୍ନ ସମସ୍ୟା ଓ ତାର ନିରାକରଣ କିଭଳି ହୋଇପାରିବ ସେନେଇ ଆଲୋଚନା ହୋଇଥିଲା।

ସୂଚନାଯୋଗ୍ୟ ଯେ, ବର୍ତ୍ତମାନ ୧୨୫୩ ଜଣ କ୍ୟାଡ଼ର ଭୁକ୍ତ ହୋଇଛନ୍ତି । ସେଥିମଧ୍ୟରୁ ଅଫିସର୍‌ ଠାରୁ ଆରମ୍ଭ କରି କିରାଣୀ ପର୍ଯ୍ୟନ୍ତ ଅଛନ୍ତି। କିନ୍ତୁ ଡ୍ରାଇଭର, ପିଅନ, ରାତ୍ର ଜଗୁଆଳି ଉକ୍ତ କ୍ୟାଡ଼ରରୁ ବଞ୍ଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri