ଦିବ୍ୟାଙ୍ଗଙ୍କ ଘର ଜାଳିଦେଲେ ନିଶାଶକ୍ତ ଯୁବକ: ସବୁକିଛି ହୋଇଗଲା ଛାରଖାର

ଅମରପାଲି, ୨୭/୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ଗୁଦଗୁଦା ଗ୍ରାମରେ ଜଣେ ଦିବ୍ୟାଙ୍ଗଙ୍କ ଘରକୁ ଗୁରୁବାର ଅପରାହ୍ନରେ ଜଣେ ନିଶାଶକ୍ତ ଯୁବକ ନିଆଁ ଲଗାଇ ଜାଳି ଦେଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ ଗୁଦୁଗୁଦା ଗ୍ରାମର ଦୋବ୍ଧି ତରଙ୍ଗ ଘୁଟା ଜଣେ ଦିବ୍ୟାଙ୍ଗ ଅଟନ୍ତି। ତାଙ୍କ ଘରେ ସେ ତାଙ୍କ ସ୍ତ୍ରୀ, ଏକ ମାତ୍ର ଝିଅ ଓ ଶାଳୀଙ୍କ ସହିତ ରହୁଥିଲେ। ସେ ଓ ତାଙ୍କ ସ୍ତ୍ରୀ କୁଲି ମଜୁରୀ କରି ଚଳୁଥିଲେ। ଗୁରୁବାର ଅପରାହ୍ନରେ ସେହି ଗ୍ରାମର ରାଜେନ୍ଦ୍ର ପୁଟା (ବାଙ୍କା) ନାମକ ଜଣେ ଯୁବକ ନିଶାଶକ୍ତ ଅବସ୍ଥାରେ ଆସି ଦୋବ୍ଧି ତରଙ୍ଗଙ୍କ ସମେତ ତାଙ୍କ ସ୍ତ୍ରୀଙ୍କୁ ଗାଳିଗୁଲଜ କରିଥିଲେ। ପରେ ଆହୁରି ଉତ୍ତ୍ୟକ୍ତ ହୋଇ ଦୋବ୍ଧିଙ୍କ ଘରେ ନିଆଁ ଲଗାଇ ଦେଇଥିଲେ। ଚାଳ ଘର ହୋଇଥିବାରୁ ସହଜରେ ନିଆଁ ଘର ସାରା ଲାଗି ଯାଇଥିଲା। ଭାବବ୍ଧି ଓ ତାଙ୍କ ସ୍ତ୍ରୀ ନିଆଁକୁ ଲିଭାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ନିଆଁକୁ ଆୟତ୍ତ କରି ପାରି ନ ଥିଲେ। ପରବର୍ତ୍ତୀ ସମୟରେ ଗ୍ରାମବାସୀ ଆସି ନିଆଁ ଲିଭାଇଥିଲେ ମଧ୍ୟ ଆୟତ୍ତ କରି ପାରି ନ ଥିଲେ।

ଖବର ପାଇ ବୀରମହାରାଜପୁର ଦମକଳ ବାହିନୀ ଆସି ନିଆଁକୁ ଲିଭାଇଲା ବେଳକୁ ସମ୍ପୂର୍ଣ୍ଣ ଘର ଜଳି ଯାଇଥିଲା। ଘରେ ଥିବା ବର୍ଷଯାକର ଧାନ, ଚାଉଳ, ଟଙ୍କା ପଇସା, ଘର କରଣା ସାମଗ୍ରୀ, ଲୁଗାପଟା ସବୁ ଜଳିଯାଇଛି। ତେବେ ପରିବାରର ୪ ପ୍ରାଣୀ ଏବେ ଅସହାୟ ହୋଇ ପଡିଛନ୍ତି। ଠେଙ୍ଗୋ ଡ୍ୟାମ ଫାଣ୍ଡି ଅଧିକାରୀ ବିଭୁନ୍ଦ୍ର ବରାଳ ପୋଲିସ ବାହିନୀ ସହିତ
ଘଟଣାସ୍ଥଳକୁ ଆସି ତଦନ୍ତ ଆରମ୍ଭ କରିଛନ୍ତି। ନିଆଁ ଲଗାଇ ଥିବା ଅଭିଯୁକ୍ତ ଯୁବକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ପୀଡିତା ଦିବ୍ୟାଙ୍ଗ ଯୁବକଙ୍କ ପରିବାର ଅତ୍ୟନ୍ତ ଗରିବ ଓ ଅସହାୟ ହୋଇଥିବାରୁ ତାଙ୍କୁ ତୁରନ୍ତ ସରକାରୀ ସହାୟତା ପ୍ରଦାନ କରିବା ସହିତ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri