ବାଇକ୍‌ ଆଗକୁ ଚାଲିଆସିଲା ବାର୍‌ହା: ବାପ ମୃତ, ପୁଅ ଆହତ

ଛତ୍ରପୁର,୨୭।୩(ଦିଲୀପ ସାମଲ/ସନ୍ତୋଷ ପାଢ଼ୀ): ବାଇକ୍‌ ଯୋଗେ ନିଜ ଗାଁରୁ ସହରକୁ ଆସୁଥିଲେ ବାପା ଓ ପୁଅ । ହଠାତ୍‌ ବାଇକ୍‌ ଆଗରେ ପଶିଗଲା ଏକ ବାର୍‌ହା । ଦୁର୍ଘଟଣାରେ ଚାଲିଗଲା ବାପାଙ୍କ ଜୀବନ। ହେଲେ ପୁଅ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଏହି ଘଟଣା ଘଟିଛି ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଭିକାରିପଲ୍ଲୀ ଗ୍ରାମରେ। ଦୁର୍ଘଟଣାରେ ମୃତ୍ୟୁ ବରଣ କରିଛନ୍ତି ଭିକାରିପଲ୍ଲୀ ଗ୍ରାମର ଭରତ ନାହାକ(୬୫)। ସବୁଠୁ ବଡ଼ କଥା ହେଲା, ମୃତ୍ୟୁ ପରେ ତାଙ୍କର ଚକ୍ଷୁଦାନ କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି ତାଙ୍କ ପରିବାର ଲୋକେ। ଏନେଇ ତାଙ୍କ ପୁଅ ପିତାମ୍ବର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ମିଳିଥିବା ସୂଚନା ମୁତାବକ ପୁଅ ପିତାମ୍ବର ବାପାଙ୍କୁ ଧରି ଏକ ବାଇକ୍‌ରେ ଯାଉଥିଲେ। ହେଲେ ଗାଁ ନିକଟରେ ଏକ ବାରହା ହଠାତ୍‌ ବାଇକ୍‌ ଆଗକୁ ପଶି ଆସିଥିଲା। ଫଳରେ ସେମାନେ ତଳେ ପଡି ଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଛତ୍ରପୁର ମେଡିକାଲ ଆଣିଥିଲେ । ସେଠାରେ ଡାକ୍ତର ବାପା ଭରତଙ୍କୁ ମୃତ ଘୋଷଣା କରିଥିଲେ। ଗ୍ରାମରେ ଦୀର୍ଘ ଦିନ ଧରି ବାର୍‌ହା ଆତଙ୍କ ଲାଗି ରହିଥିବା ବେଳେ ବାରହା ପାଇଁ ଗ୍ରାମବାସୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବାର୍‌ହା ପାଇଁ ଜଣଙ୍କ ଜୀବନ ଯାଇଥିବା ଗ୍ରାମବାସୀ ଅଭିଯାଗ କରିଛନ୍ତି। ଅନ୍ୟପକ୍ଷେ ମୃତକଙ୍କ ପରିବାର ଲୋକଙ୍କ ସରକାରଙ୍କ ପକ୍ଷରୁ ରେଡ଼କ୍ରସ ପାଣ୍ଟିରୁ ୩୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଅନ୍ୟପଟେ ଛତ୍ରପୁର ଥାନା ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri