ସଭାପତି, ଉପସଭାପତି ପଦ ପାଇଁ ତ୍ରିମୁଖୀ ଲଢ଼େଇ

ଭୁବନେଶ୍ୱର, ୨୮।୩(ବନ୍ଦନା ସେଠୀ): ୨୦୨୫-୨୬ବର୍ଷ ପାଇଁ ବାର୍‌ ଆସୋସିଏଶନ ନିର୍ବାଚନ ଆସନ୍ତା ୨୯ତାରିଖରେ ଅନୁଷ୍ଠିତ ହେବ। ଶନିବାର ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଭୋଟିଂ ହେବ। ଏହି କ୍ରମରେ ଭୁବନେଶ୍ୱର ବାର୍‌ ଆସୋସିଏଶନର ନିର୍ବାଚନ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଗୁରୁବାର କ୍ୟାମ୍ପେନିଂର ଶେଷଦିନ ଥିବାରୁ ପ୍ରାର୍ଥୀମାନେ ସେମାନଙ୍କ ସମର୍ଥକଙ୍କୁ ଧରି ଜୋରଦାର୍‌ ପ୍ରଚାର କରିଥିଲେ। ଭୋଟରଙ୍କଠାରୁ ସମର୍ଥନ ପାଇବା ପାଇଁ ପ୍ରାର୍ଥୀମାନେ ବିଭିନ୍ନ ପନ୍ଥା ଆପଣାଉଥିବା ଦେଖିବାକୁ ମିଳିଛି। ଚଳିତ ବର୍ଷ ମୋଟ ୨୫ଜଣ ପ୍ରାର୍ଥୀ ସେମାନଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି। ବାର୍‌ ସଭାପତି ଏବଂ ଉପସଭାପତି ପଦ ପାଇଁ ୩ଜଣ ଲେଖାଏଁ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଅଶୋକ କୁମାର ଛୋଟରାୟ, ଅଶୋକ କୁମାର ପାତ୍ର ଏବଂ ନନ୍ଦ ନନ୍ଦନ ଶତପଥୀ ସଭାପତି ପଦ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କରିଥିବାବେଳେ ଉପସଭାପତି ପଦ ପାଇଁ କବୀନ୍ଦ୍ର କୁମାର ବାରିକ, ରବି ପ୍ରସାଦ ନାୟକ, ସୁକାନ୍ତ ଚନ୍ଦ୍ର ଦାସ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେହିପରି ସମ୍ପାଦକ ପଦ ପାଇଁ ୨ଜଣ ପ୍ରାର୍ଥୀ ମନୋଜ ନାୟକ, ସତ୍ୟ ରଞ୍ଜନ ସେନାପତି, ଯୁଗ୍ମ ସମ୍ପାଦକ ପାଇଁ ଭାଗ୍ୟବତୀ ରାଉତରାୟ ଏବଂ ରଶ୍ମିରଞ୍ଜନ ମହାନ୍ତି, ସହ ସମ୍ପାଦକ ପଦ ପାଇଁ ଜ୍ୟୋର୍ତିମୟୀ ପଣ୍ଡା, ରଶ୍ମିଭୂଷଣ ମୁଖୀ, ସତ୍ୟ ପ୍ରକାଶ ଶତପଥୀ, କୋଷାଧ୍ୟକ୍ଷ ଭାବେ ଦୀପ୍ତି ପ୍ରକାଶ ନନ୍ଦ ଏବଂ ହିତେନ ନାୟକ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେହିପରି କାର୍ଯ୍ୟକାରୀ ସଦସ୍ୟ ପଦ ପାଇଁ ୧୦ଜଣ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ତେବେ କାର୍ଯ୍ୟକାରୀ ସଦସ୍ୟ ଭାବେ ୧୦ଜଣଙ୍କ ମଧ୍ୟରୁ ୮ଜଣଙ୍କୁ ମନୋନୀତ କରାଯିବ ବୋଲି ସୂଚନା ଦିଆଯାଇଛି। ଭୁବନେଶ୍ୱର ବାର୍‌ ଆସୋସିଏଶନ୍‌ର ୪,୧୦୫ ସଦସ୍ୟ ୨୫ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ମାର୍ଚ୍ଚ ୫ରୁ ୧୦ ପର୍ଯ୍ୟନ୍ତ ନୋମିନେଶନ ଦାଖଲ ହୋଇଥିବାବେଳେ, ମାର୍ଚ୍ଚ ୧୧ଠାରୁ କ୍ୟାମ୍ପେନିଂ ଆରମ୍ଭ ହୋଇଥିଲା। ଅପରପକ୍ଷେ ପ୍ରାୟ ୩ହଜାର ପୋଲିଂ ହେବା ନେଇ ଲକ୍ଷ୍ୟ ରଖାଯାଇଥିବା ପୂର୍ବତନ ସମ୍ପାଦକ ରାଜକିଶୋର ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri