ଓଡ଼ିଶାର ୨ ଜିଲାରେ ଭୂକମ୍ପ ଅନୁଭୂତ: ଲୋକେ ଭୟଭୀତ

ଭୋଗରାଇ, ୨୮l୩ (ପ୍ରଦୀପ ଦାସ): ମ୍ୟାନମାରରେ ହୋଇଥିବା ୨ଟି ଶକ୍ତିଶାଳୀ ଭୂମିକମ୍ପ ପ୍ରଭାବରେ ଓଡିଶା ସୀମାନ୍ତ ବାଲେଶ୍ୱର ଓ ମୟୁରଭଞ୍ଜ ଜିଲାରେ ମୃଦୁ କମ୍ପନ ଅନୁଭୂତ ହୋଇଛି। ମ୍ୟାନମାନରେ ଭୂକମ୍ପ ରିକ୍ଟର ସ୍କେଲରେ ଏହାର ୭.୭ ଓ ୭.୧ ବୋଲି ଭୂବିଜ୍ଞାନିମାନେ ଆକଳନ କରିଥିବାବେଳେ ଏହାର ପ୍ରଭାବ ଉତ୍ତର ପୂର୍ବ ସମେତ ଓଡିଶା ସୀମାନ୍ତରେ ଅନୁଭୂତ ହୋଇଥିଲା। ମଧ୍ୟାହ୍ନରେ ବାଲେଶ୍ୱର ଜିଲା ସମେତ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଜିଲାରେ ୧୧ ସେକେଣ୍ଡ ମଧ୍ୟରେ ୨ଟି ବୋମା ପଡିବା ଭଳି ପ୍ରଚଣ୍ଡ ଶବ୍ଦ ଶୁଣାଯାଇଥିଲା।ଲୋକେ ଭାବିଥିଲେ ଚାନ୍ଦିପୁର କିମ୍ବା କଲେଇକୁଣ୍ଡା ପ୍ରତିରକ୍ଷାବିଭାଗର ଗୋଳାବାରୁଦ ପରୀକ୍ଷା ହେଉଛି l ଏହି ସମୟରେ ଘରର ପଙ୍ଖା, ଝରକା, ଆସବାବପତ୍ର ହଲୁଥିବାବେଳେ ଗାଡ଼ିଆ ପୋଖରୀରେ ପାଣି ହଲଚଲ ହେଉଥିବାର ଜାଣି ଲୋକେ ଭୂମିକମ୍ପ ବୋଲି କହିଥିଲେ। ଲୋକେ ଭୟରେ ଘରୁ ବାହାରକୁ ବାହାରି ଆସିଥିଲେ। ମୃଦୁ କମ୍ପନ ଯୋଗୁଁ ଦୀଘା-ତାଳସାରୀ ସମୁଦ୍ରର ଜୁଆର ୨ ଫୁଟ ଉଚ୍ଚରେ କୂଳ ଆଡକୁ ମାଡିଆସିଥିବାବେଳେ ଖବର ଲେଖାକୁ କୌଣସି ପ୍ରାଣହାନୀ କିମ୍ବା କ୍ଷୟକ୍ଷତି ହୋଇଥିବାର ସୂଚନା ମିଳିନାହିଁ l


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri