ପୁଣି ଲଘୁଚାପ, ଏସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭ା୩ (ଅନୁରାଧା ମହାରଣା)- ପାଣିପାଗକୁ ନେଇ ପୁଣି ବଡ଼ ଖବର । ପୁଣି ମିଳିବ ଆଶ୍ବସ୍ତି । ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ରର ଆକଳନ ଅନୁଯାୟୀ, ଏପ୍ରିଲ୨ରୁ ୪ ତାରିଖ ବିଭିନ୍ନ ଜିଲାରେ କାଳବୈଶାଖୀର ସମ୍ଭାବନା ରହିଛି। ଏପ୍ରିଲ ପ୍ରଥମ ସପ୍ତାହରେ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ ଚୀନ ସାଗରରୁ ଏକ ସିଷ୍ଟମର ଅବଶିଷ୍ଟାଂଶ ୩ କିମ୍ବା ୪ ଏପ୍ରିଲ ବେଳକୁ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ କିମ୍ବା ଲଘୁଚାପ ରୂପ ନେଇପାରେ।

ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ଶୁକ୍ରବାର ୪୩ ଡିଗ୍ରୀ ଝାରସୁଗୁଡା ରାଜ୍ୟର ଉତ୍ତପ୍ତ ସହର ପାଲଟିଛି। ସେହିପରି ରାଜ୍ୟର ୧୮ ସହରରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି। ଅନ୍ୟପଟେ ଚଳିତ ବର୍ଷ ପ୍ରଥମ ଥର ରାଜଧାନୀରେ ପ୍ରଥମଥର ପାରଦ ୪୦ଡିଗ୍ରୀ ଅତିକ୍ରମ କରିଛି। ଭୁବନେଶ୍ୱର ଓ ଜଗତସିଂହପୁରରେ ତାପମାତ୍ରା ୪୦.୨ ଡିଗ୍ରୀ ରହିଥିଲା। ହୀରକୁଦରେ ୪୧.୬, ସମ୍ବଲପୁର, ବୌଦ୍ଧ, ବଲାଙ୍ଗୀର ଓ ଟିଟିଲାଗଡ଼ରେ ତାପମାତ୍ରାରେ ୪୧.୨, ସୁନ୍ଦରଗଡ଼ରେ ୪୧.୧, ଅନୁଗୁଳ ଓ ଢ଼େଙ୍କାନାଳରେ ୪୦.୯, ତାଳଚେର ୪୦.୮, ସୋନପୁର, ଭବାନୀପାଟଣା ୪୦.୫, ବାରିପଦା, ରାଉରକେଲା ଓ ଚାନ୍ଦବାଲିରେ ୪୦.୪ ତାପମାତ୍ରା ରେକର୍ଡ ହୋଇଛି। ଶନିବାର ଆହୁରି ୨ରୁ ୩ଡିଗ୍ରୀ ଅଧିକ ତାତି ଅନୁଭୂତ ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୩ଦିନ ହିଟ୍‌େ୍‌ଓ୍ବଭ ରାଜ୍ୟବାସୀଙ୍କୁ କଲବଲ କରିପାରେ। ତେବେ ଶନିବାର ୟେଲୋ ଓ୍ବାନିର୍ଂ ଜାରି ହୋଇଥିବା ଜିଲାଗୁଡ଼ିକ ମଧ୍ୟରେ ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି ଆଦି ଜିଲା ରହିଛି। ୩୦ରେ ଏହି ସବୁ ଜିଲା ସହ ବରଗଡ଼ ଓ ସୁନ୍ଦରଗଡ଼ ଜିଲାକୁ ମଧ୍ୟ ୟେଲୋ ଓ୍ବାର୍ନିଂ ରହିଛି। ଏପ୍ରିଲ୨ରୁ ୪ ତାରିଖ ବିଭିନ୍ନ ଜିଲାରେ କାଳବୈଶାଖୀର ସମ୍ଭାବନା ରହିଛି। କୋରାପୁଟ, ମାଲକାନଗିରୀ, ରାୟଗଡ଼ା ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାକୁ ଥିବାବେଳେ ଅନ୍ୟାନ୍ୟ ଜିଲାଗୁଡ଼କରେ ପାଗ ପ୍ରାୟତଃ ଶୁଖିଲା ରହିବ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri