ଚାକିରି ଛାଡିଲେ ପାଣ୍ଡିଆନଙ୍କ ସ୍ତ୍ରୀ Sujata Karthikeyan, ଆଗକୁ କରିବେ କ’ଣ?

ଭୁବନେଶ୍ୱର,୨୯।୩: ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବଡ଼ ଖବର। IAS ଚାକିରିରୁ ଅବସର ନେଇଛନ୍ତି ସୁଜାତା କାର୍ତ୍ତିକେୟନ। ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ୨୦୦୦ବ୍ୟାଚର ଆଇଏଏସ ଅଧିକାରୀ। ତେବେ ଭିଆରଏସକୁ କେନ୍ଦ୍ର ଅନୁମୋଦନ କରିଥିବା ସୂଚନା ମିଳିଛି। ଏବେ ସ୍ବେଚ୍ଛାକୃତ ଅବସର ଗ୍ରହଣ କରିବା ଖବର ପରେ ଏବେ ତାଙ୍କର ଆଗାମୀ ଷ୍ଟେପ ଉପରେ ସମସ୍ତଙ୍କ ନଜର ରହିଛି ।

ସୂଚନାଥାଉ କି, ସୁଜାତା ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତତ୍କାଳୀନ ବ୍ୟକ୍ତିଗତ ସଚିବ କାର୍ତ୍ତିକେୟନ ପାଣ୍ଡିଆନଙ୍କ ସ୍ତ୍ରୀ। ଦୀର୍ଘ ୬ମାସ ସେ ତାଙ୍କ ଝିଅର ୧୦ମ ପାଠପଢା ଲାଗି ଛୁଟିରେ ରହିବା ପରେ କିଛିଦିନ ତଳେ ସେ କାର୍ଯ୍ୟରେ ଯୋଗ ଦେଇଥିଲେ। ସେ ଆହୁରି ଅଧିକ ଦିନ ଛୁଟି ଆବେଦନ କରିଥିଲେ ମଧ୍ୟ ଭାଜପା ସରକାର ତାଙ୍କ ଆବେଦନକୁ ଖାରଜ କରିଥିଲେ। ଏହାପରେ ସେ ଅର୍ଥ ବିଭାଗ ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟରେ ଯୋଗ ଦେଇଥିଲେ।

୨୦୨୪ ନିର୍ବାଚନରେ ବିଜେଡି କ୍ଷମତା ହରାଇବା ପରେ ସୁଜାତା ଛଅ ମାସର ଛୁଟିରେ ଥିଲେ। ନଭେମ୍ବର ୨୬, ୨୦୨୪ ପର୍ଯ୍ୟନ୍ତ ତାଙ୍କୁ ଛୁଟି ମଞ୍ଜୁର କରାଯାଇଥିଲା, କିନ୍ତୁ ତାଙ୍କ ଆବେଦନ ଅନୁସାରେ ଆଉ ଛଅ ମାସର ଛୁଟି ବୃଦ୍ଧି ପାଇଁ ଓଡ଼ିଶାର ଭାଜପା ସରକାର ଅନୁମତି ଦେଇ ନଥିଲେ। ଏହାପରେ ସେ ସ୍ବେଚ୍ଛାକୃତ ଅବସର ଗ୍ରହଣ କରିଥିବା ରିପୋର୍ଟ ପ୍ରକାଶ ପାଇଛି, ଯାହାକୁ କେନ୍ଦ୍ର ସରକାର ମଞ୍ଜୁରି ଦେଇଛନ୍ତି। ଏହି ନିଷ୍ପତ୍ତି ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି କରିଛି।

ତେବେ ସୁଜାତାଙ୍କ ଭିଆରଏସ ନେବା ନିଷ୍ପତ୍ତି ଏବେ ନୁହେଁ ଲୋକ ସଭା ନିର୍ବାଚନ ପରେ ମଧ୍ୟ ଚର୍ଚ୍ଚାରେ ଥିଲା। ବହୁ ରାଜନୈତିକ ବିଶେଷଜ୍ଞ ଆକଳନ କରିଥିଲେ ଯେ, ପାଣ୍ଡିଆନ ରାଜନୀତି ଛାଡିବା ପରେ ସୁଜାତା ମଧ୍ୟ ଭିଆରଏସ ନେବେ। କିନ୍ତୁ ବିଜେଡି କ୍ଷମତା ହରାଇବା ପରେ ସୁଜାତା ଛଅ ମାସର ଛୁଟି ନେଇଥିଲେ। ଏହାପରେ ସେ ଆଉ ଛଅ ମାସର ଛୁଟି ବୃଦ୍ଧି ପାଇଁ ଆବେଦନ କରିଥିଲେ କିନ୍ତୁ ମୋହନ ସରକାର ଅନୁମତି ଦେଇ ନଥିଲେ। ଏବଂ ସେ ପୁଣି ଚାକିରିରେ ଯୋଗ ଦେଇଥିଲେ।

ସୁଜାତାଙ୍କ କ୍ୟାରିୟର:
ସୁଜାତାଙ୍କ ଘର ଓଡ଼ିଶାର କେନ୍ଦ୍ରାପଡ଼ା ଜିଲାରେ। ତାଙ୍କ ପ୍ରାରମ୍ଭିକ ଜୀବନ ଝାଡ଼ଖଣ୍ଡର ଜାମସେଦପୁରରେ କଟିଥିଲା, ଯେଉଁଠାରେ ତାଙ୍କ ପିତା ଜଣେ ଡାକ୍ତର ଭାବେ କାର୍ଯ୍ୟ କରୁଥିଲେ। ୨୦୦୦ ମସିହାରେ ନବୀନ ପଟ୍ଟନାୟକ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ସମୟରେ ସୁଜାତାଙ୍କ ଆଇଏଏସ କ୍ୟାରିୟର ଆରମ୍ଭ ହୋଇଥିଲା। ସେ ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗର କମିଶନର-ସହ-ସଚିବ ଭାବେ କାର୍ଯ୍ୟ କରିଥିଲେ, ଯାହା ମହିଳା ସଶକ୍ତିକରଣ ପାଇଁ ନବୀନ ପଟ୍ଟନାୟକଙ୍କ ଦ୍ୱାରା ୨୦୦୧ରେ ଆରମ୍ଭ ହୋଇଥିଲା।
ତେବେ ଲୋକ ସଭା ନିର୍ବାଚନ ସମୟରେ ରାଜନୀତି ଏକ ରୋଚକ ମୋଡ ନେଇଥିଲା। ସୁଜାତା ଆର୍‌. କାର୍ତ୍ତିକେୟନଙ୍କୁ ମିଶନ ଶକ୍ତି ବିଭାଗରୁ ଅର୍ଥ ବିଭାଗକୁ ବଦଳି କରାଯାଇଥିଲା। ସେ ମିଶନ ଶକ୍ତି ବିଭାଗର କମିଶନର-କମ-ସେକ୍ରେଟାରୀ ଭାବେ କାର୍ଯ୍ୟ କରୁଥିଲେ। ଏହି ବଦଳି ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ ଅନୁସାରେ ହୋଇଥିଲା, ଯାହା ଭାରତୀୟ ଜନତା ପାର୍ଟି (BJP)ର ଏକ ଅଭିଯୋଗ ପରେ ଆସିଥିଲା।

୨୦୨୪ ମେ ୨ ତାରିଖରେ, ଭାଜପା ଇସିଙ୍କ ପାଖରେ ଅଭିଯୋଗ ଆଣିଥିଲା ଯେ, ସୁଜାତା,ମିଶନ ଶକ୍ତି ବିଭାଗର ଅଧିକାରକୁ ଦୁରୁପଯୋଗ କରି ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (SHG) ମାଧ୍ୟମରେ ବିଜେଡି ପାଇଁ ଭୋଟରଙ୍କୁ ପ୍ରଭାବିତ କରୁଛନ୍ତି। ଏହି ଅଭିଯୋଗ ପରେ ECI ତାଙ୍କୁ ତୁରନ୍ତ ଏକ “ଜନସାଧାରଣ ସହ ସିଧାସଳଖ ସମ୍ପର୍କ ନଥିବା” (non-public dealing) ବିଭାଗକୁ ବଦଳି କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ଏହି ନିର୍ଦ୍ଦେଶର ପରଦିନ, ଓଡ଼ିଶା ସରକାର ସୁଜାତାଙ୍କୁ ମିଶନ ଶକ୍ତିରୁ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ (Special Secretary to Finance Department) ଭାବେ ନିଯୁକ୍ତି ଦେଇ ଏକ ବିଜ୍ଞପ୍ତି ଜାରି କରିଥିଲେ। ଏହା ସହିତ, ତାଙ୍କ ଅତିରିକ୍ତ ଦାୟିତ୍ୱ ଥିବା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗରୁ ମଧ୍ୟ ତାଙ୍କୁ ମୁକ୍ତ କରାଯାଇଥିଲା। ଏହି ଦୁଇ ବିଭାଗର ଦାୟିତ୍ୱ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସଚିବ ଶାଳିନୀ ପଣ୍ଡିତଙ୍କୁ ଅତିରିକ୍ତ ଭାବେ ଦିଆଗଲା।ଏହି ବଦଳି ଓଡ଼ିଶାର ରାଜନୈତିକ ଓ ପ୍ରଶାସନିକ ମହଲରେ ବେଶ ଚର୍ଚ୍ଚାର ବିଷୟ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri