ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି: ସମ୍ବଲପୁର ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର,୨୮ା୩: ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। ଦୁଇ ଦିନ ହେଲା ତାପମାତ୍ରା ୪୨ ଡିଗ୍ରୀ ଉପରେ ରହୁଛି। ଏଭଳିସ୍ଥିତିରେ ଅସମ୍ଭାଳ ତାତିରେ ସିିଝୁଛି ପଶ୍ଚିମ ଓଡ଼ିଶା। ଶନିବାର ସାଢ଼େ ୨ରେ ସମ୍ବଲପୁରରେ ତାପମାତ୍ର ୪୨ ଡିଗ୍ରୀ ସେଲ୍‌ସିୟସ୍‌ ଟପିଯାଇ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ହୋଇଛି।

ଝାରସୁଗୁଡ଼ା ଓ ହୀରାକୁଦରେ ତାପାମାତ୍ରା ୪୦.୪ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ରାଉରକେଲା ୩୮.୮ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ଭୁବନେଶ୍ୱରରେ ତାପମାତ୍ରା ୩୮ ଡାଗ୍ରୀ ରହିଥିବା ବେଳେ କେନ୍ଦୁଝର ୩୭.୮ ଡିଗ୍ରୀ ଏବଂ ଚାନ୍ଦବାଲିରେ ୩୭.୬ ଡିଗ୍ରୀ ରେକର୍ଡ କରାଯାଇଛି।

ସେହିପରି ଶୁକ୍ରବାର ଝାରସୁଗୁଡ଼ାରେ ତାପମାତ୍ର ୪୨ ଡିଗ୍ରୀ ସେଲ୍‌ସିୟସ୍‌ ଟପିଯାଇ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ରହିଥିଲା। ସେହିପରି ସମ୍ବଲପୁରରେ ୪୧.୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ରାଉରକେଲା ୪୦.୨, ହୀରାକୁଦ ୪୦ ଏବଂ ଭୁବନେଶ୍ବର ଓ ଚାନ୍ଦବାଲିରେ ତାପମାତ୍ରା ୩୯.୮ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ ହୋଇଥିଲା।

ସୂଚନା ଯୋଗ୍ୟ, ଆସନ୍ତା ୩ଦିନ ହିଟ୍‌ଓ୍ବେଭ୍‌ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଉଭୟ ଦିନ ଓ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଳି ପାଣିପାଗ ବିଭାଗ ପକ୍ଷରୁ ପୂର୍ବନୁମାନ କରାଯାଇଛି।

ଅନ୍ୟପକ୍ଷେ ୨୯ ତାରିଖରେ ହିଟ୍‌ଓ୍ବେଭକୁ ନେଇ ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିଲା।

୩୦ ତାରିଖରେ ବରଗଡ଼ ଓ ସୁନ୍ଦରଗଡ଼ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏପ୍ରିଲ୨ରେ ବିଭିନ୍ନ ଜିଲାରେ କାଳବୈଶାଖୀ ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାକୁ ଥିବାବେଳେ ଅନ୍ୟାନ୍ୟ ଜିଲାଗୁଡ଼ିକରେ ପାଗ ପ୍ରାୟତଃ ଶୁଖିଲା ରହିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri