ଖଜୁରୀପଡ଼ାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ

ଖଜୁରୀପଡ଼ା,୩୦ା୩(ବିଦୁର ବେହେରା): ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରବିବାର କଳାହାଣ୍ଡି ଜିଲାରୁ ଆରମ୍ଭ ହୋଇଛି ଏହି ଯୋଜନା। ୫୦ ହଜାର ଲୋକଙ୍କୁ ଯୋଜନା ସହ ଯୋଡ଼ିବେ ସରକାର। ଏ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ସୂଚନା ଦେଇଛନ୍ତି। ଗରିବ ଲୋକଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ସାମିଲ କରାଯିବ। ଭିନ୍ନକ୍ଷମ, ବିଧବା, ଅନାଥ,ଅସହାୟ ଦୂରାରୋଗରେ ପୀଡ଼ିତ ଥିବା ବ୍ୟକ୍ତି ଏବଂ ଶହୀଦ ପରିବାର ବ୍ୟକ୍ତି, ବନ୍ୟା ବାତ୍ୟା ଓ ଅଗ୍ନିକାଣ୍ଡ ଘଟି ଘରପୋଡି,ହାତୀ ଉପଦ୍ରବ ହୋଇ ଭାଙ୍ଗିଥିବା ଘର, ଥିବା ବ୍ୟକ୍ତି ଏହି ଯୋଜନାରେ ସାମିଲ କରାଯାଇଛି। ଏହି ପରିପ୍ରେକ୍ଷୀରେ ରବିବାର ଖଜୁରୀପଡ଼ା ବ୍ଲକ ପ୍ରଶାସନ ପକ୍ଷରୁ ସ୍କୁଲ ପଡିଆଠାରେ ଏହି ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବିଡିଓ ଶୁଭ ଦତ୍ତାତ୍ରେୟ ବାହିନୀପତି, ସହକାରୀ ଯନ୍ତ୍ରୀ ବିଷ୍ଣୁ ପ୍ରସାଦ ଖାଡ଼ଙ୍ଗା, ସମିତି ଅଧ୍ୟକ୍ଷା ଅନୀମା କହଁର, ଉପାଧ୍ୟକ୍ଷ ଅମିତ କୁମାର୍‌ ଦିଗାଲ, ଜିଲାପରିଷଦ ସଭ୍ୟା ଉର୍ବଶୀ ଦିଗାଲ, ବିଧାୟକ ପ୍ରତିନିଧି ଅନନ୍ତ କୁମାର ଦିଗାଲ ସମେତ ପ୍ରତ୍ୟେକ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟମାନେ ଉପସ୍ଥିତ ଥିବା ବେଳେ ଗ୍ରାମାଞ୍ଚଳରୁ ଏହି ଯୋଜନାରେ ସାମିଲ ଥିବା ହିତାଧିକାରୀମାନେ ଉପସ୍ଥିତ ରହି ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୁଖ୍ୟ ମନ୍ତ୍ରୀଙ୍କ ଅଭିଭାଷଣ ଶୁଣିବା ସହିତ ଅନ୍ତ୍ୟୋଦୟ ଗୃହ ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମ ଦେଖିଛନ୍ତି।
ବଜେଟ୍‌ରେ ରାଜ୍ୟ ଗରିବଙ୍କ ପକ୍କା ବାସ ଗୃହ ଦେବା ପାଇଁ ବଡ଼ ଲକ୍ଷ୍ୟ ରଖିଛନ୍ତି ସରକାର। ବଜେଟ୍‌ରେ ଅନ୍ତ୍ୟୋଦୟ ଯୋଜନା ଲାଗି ୭୭୫୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଉଛି । ଦାରିଦ୍ର୍ୟ ସୀମାରେଖା ତଳେ ଥିବା ପରିବାରକୁ ପକ୍କା ଘର ଯୋଗାଇବାକୁ ଅନ୍ତ୍ୟୋଦୟ ଗୃହ ଯୋଜନା ରାଜ୍ୟ ସରକାରଙ୍କ ଏକ ମହତ୍ତ୍ୱାକାଂକ୍ଷୀ ଯୋଜନା। ଯେଉଁଥିରେ ଘର ନିର୍ମାଣ ପାଇଁ ୩ଟି କିସ୍ତିରେ ୧ ଲକ୍ଷ ୨୦ ହଜାର ଟଙ୍କା ପ୍ରଦାନ କରାଯିବ। ପାରିଶ୍ରମିକ ବାବଦକୁ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ୯୦/୯୫ ଦିନର ମଜୁରୀ ପ୍ରଦାନ କରାଯିବ ତାହା ସହିତ ସ୍ବଚ୍ଛ ଭାରତ ମିଶନ ଯୋଜନାରୁ ଶୌଚାଳୟ ପ୍ରଦାନ କରାଯିବ, ଉଜ୍ଜ୍ୱଳ ଯୋଜନାରୁ ରନ୍ଧନ ଗ୍ୟାସ ପ୍ରଦାନ କରାଯିବ, ସୌଭାଗ୍ୟ ଯୋଜନାରୁ ବିଜୁଳି ସଂଯୋଗ କରାଯିବ, ବସୁଧା ଯୋଜନାରୁ ପିଇବା ପାଣି ସଂଯୋଗ କରାଯିବ ବୋଲି ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଯୋଜନାରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ୧୪ଟି ପଞ୍ଚାୟତର ୧୬୯ ଜଣ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କରାଯିବ ବୋଲି ବିଏସ୍‌ଏସ୍‌ଓ ମନୋଜ କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri