ରେଳ ଦୁର୍ଘଟଣାର ତଦନ୍ତ କରିବେ ସିଆରଏସ୍: ଆର୍ଥିକ ସହାୟତା ଘୋଷଣା

ଭୁବନେଶ୍ୱର,୩୦।୩: ରବିବାର ପୂର୍ବାହ୍ନରେ ନିରଗୁଣ୍ଡି ଷ୍ଟେସନ ନିକଟରେ ଘଟିଥିବା ୧୨୫୫୧ ବାଙ୍ଗାଲୋର-କାମାଖ୍ୟା ଏସି ଏସ୍ଏଫ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ ହେବା ଘଟଣାର ବିସ୍ତୃତ ତଦନ୍ତ କମିଶନର ଅଫ୍ ରେଲୱେ ସେଫ୍ଟି (ସିଆରଏସ୍) କରିବେ ବୋଲି ପୂର୍ବତଟ ରେଳପଥ (ଇସିଓଆର୍) ସୂଚନା ଦେଇଛି।

ପ୍ରଭାବିତ ରୁଟ୍‌ଗୁଡ଼ିକରେ ଯଥାଶୀଘ୍ର ସ୍ୱାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରହିଛି ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ସୁରକ୍ଷା ପ୍ରୋଟୋକଲ୍ କଡ଼ାକଡ଼ି ପାଳନ କରାଯାଇଛି ବୋଲି ଇସିଓଆର୍ କହିଛି। ଟ୍ରେନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତ ବ୍ୟକ୍ତିଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇବା ସହିତ ଆହତ ଯାତ୍ରୀମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛି। ଏହା ସହିତ ଆହତ ଯାତ୍ରୀମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛି।

ଏହି ଦୁର୍ଘଟଣାରେ ୨୨ ବର୍ଷ ବୟସ୍କ ଶୁଭଙ୍କର ରାୟ ପ୍ରାଣ ହରାଇଛନ୍ତି। ସେହିପରି ଜଣେ ମହିଳା ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି ଏବଂ ଅନ୍ୟ ଦୁଇ ପୁରୁଷ ଯାତ୍ରୀ ସାଧାରଣ ଆଘାତ ପାଇଁ ଚିକିତ୍ସିତ ହେଉଛନ୍ତି। ମୃତକଙ୍କ ସମ୍ପର୍କୀୟଙ୍କୁ ୫,୦୦,୦୦୦ ଟଙ୍କା ସହାୟତା ଘୋଷଣା କରାଯାଇଥିଲା ବେଳେ ଗୁରୁତରଙ୍କ ପାଇଁ ୨,୫୦,୦୦୦ ଟଙ୍କା ଏବଂ ସାମାନ୍ୟ ଆହତଙ୍କ ପାଇଁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri