Posted inଖେଳ

ଆଜିଠୁ ନ୍ୟାଶନାଲ ଖୋ ଖୋ ଚାମ୍ପିୟନଶିପ୍‌

ପୁରୀ,୩୧ା୩(ଅଜିତ୍‌ କୁମାର ମହାନ୍ତି): ଖୋ ଖୋ ଫେଡେରେଶନ ଅଫ୍‌ ଇଣ୍ଡିଆ ଏବଂ ଓଡ଼ିଶା ଖୋ ଖୋ ଆସୋସିଏଶନର ମିଳିତ ସହଯୋଗରେ ୫୭ତମ ସିନିୟର ନ୍ୟାଶନାଲ ଖୋ ଖୋ ଚାମ୍ପିୟନଶିପ୍‌ ପ୍ରଥମଥର ପାଇଁ ଓଡ଼ିଶାରେ ଆୟୋଜନ ହେବାକୁ ଯାଉଛି। ଏହା ସୋମବାରଠାରୁ ଏପ୍ରିଲ୍‌ ୪ତାରିଖ ପର୍ଯ୍ୟନ୍ତ ପୁରୀରେ ହେବ।

ଏହି ଉପଲକ୍ଷେ ଶ୍ରୀଜଗନ୍ନାଥ କ୍ରିକେଟ୍‌ ଷ୍ଟାଡିୟମସ୍ଥିତ ଜିମ୍ନାଷ୍ଟିକ୍‌ ହଲଠାରେ ଆସୋସିଏଶନ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଖୋ ଖୋ ଫେଡେରେଶନ ଅଫ୍‌ ଇଣ୍ଡିଆର ସଭାପତି ସୁଧାଂଶୁ ମିତଲ, ଇଣ୍ଡିଆ ଖୋ ଖୋ ଟିମ୍‌ର କୋଚ୍‌ ଅଶ୍ୱିନ ଶର୍ମା, ଖୋ ଖୋ ଫେଡରେଶନ ଅଫ୍‌ ଇଣ୍ଡିଆର ସମ୍ପାଦକ ଏମ୍‌ ଏସ୍‌ ତ୍ୟାଗୀ, ଓଡ଼ିଶା ଖୋ ଖୋ ସଂଘର ସମ୍ପାଦକ ପ୍ରଦ୍ୟୁମ୍ନ କୁମାର ମିଶ୍ର, ପୂର୍ବତନ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ଜିଲା କ୍ରୀଡ଼ା ଅଧିକାରୀ ଚନ୍ଦନ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ପ୍ରାରମ୍ଭରେ ଓଡ଼ିଶା ଖୋ ଖୋ ସଂଘର ସମ୍ପାଦକ ପ୍ରଦ୍ୟୁମ୍ନ କୁମାର ମିଶ୍ର ଚାମ୍ପିୟନଶିପ୍‌ ସମ୍ପର୍କରେ ସୂଚନା ଦେଇଥିଲେ। ଖୋ ଖୋ ଫେଡରେଶନ ଅଫ୍‌ ଇଣ୍ଡିଆର ସଭାପତି ସୁଧାଂଶୁ ମିତଲ କହିଛନ୍ତି ପ୍ରତିଯୋଗିତା ୫ ଦିନ ଧରି ତାଳବଣିଆ ଖେଳପଡ଼ିଆଠାରେ ହେବ। ଏଥିରେ ପୁରୁଷ ବିଭାଗରେ ୪୦ ଏବଂ ମହିଳା ବିଭାଗରେ ୪୦ଟି ଦଳ ଏହିପରି ସମୁଦାୟ ୮୦ଟି ଦଳ ଅଂଶଗ୍ରହଣ କରିବେ। ଏଥିରେ ସମୁଦାୟ ୧୯୦ଟି ମ୍ୟାଚ୍‌ ମ୍ୟାଟ୍‌ରେ ଖେଳାଯିବ। ପ୍ରଥମ ଥର ପାଇଁ ଖୋ ଖୋ କ୍ରୀଡ଼ାରେ ରିଭ୍ୟୁ ସିଷ୍ଟମ ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ମ୍ୟାଚ୍‌ଗୁଡ଼ିକ ଡି.ଡି ସ୍ପୋଟର୍‌ସରେ ସିଧାପ୍ରସାରଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri